ଆଦର୍ଶ ବିଦ୍ୟାଳୟରେ ଆଇନ ସଚେତନତା ସଭା

ଦିଗପହଣ୍ଡି, ୨୪ା୧୦(ଅଶେଷ ନାଥ ମିଶ୍ର)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଶୁକ୍ରବାର ଜିଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଛି। ବିଦ୍ୟାଳୟ ଅଧ୍ୟକ୍ଷ ଚିନ୍ତାମଣି ପଲାଇଙ୍କ ଅଧ୍ୟକ୍ଷତାରେ ହୋଇଥିବା ସଭାରେ ପ୍ରାଧିକରଣ ସଚିବ ବ୍ୟୋମକେଶ ନାୟକ ମୁଖ୍ୟଅତିଥି ରୂପେ ଉପସ୍ଥିତ ଥିଲେ। ଦଓ୍ବୋନି କୋର୍ଟ ମାଜିଷ୍ଟ୍ରେଟ ମହାଶ୍ୱେତା ପରିଜା, ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥ, ରିମାଣ୍ଡ ଆଡଭୋକେଟ ସନ୍ତୋଷ ସାହୁ ଏବଂ ଲିଗାଲ ଲିଟ୍ରେସି କ୍ଲବ ଭାରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶୋଭିତା ପାଣିଗ୍ରାହୀ ସମ୍ମାନିତ ଅତିଥି ଥିଲେ। ସାଇବର କ୍ରାଇମ, ଶିଶୁ ଯୌନ ନିର୍ଯାତନା ନିରୋଧ ଆଇନ, ପୋକ୍ସୋ ଆକ୍ଟ ଏବଂ ତାଲୁକ ଆଇନ ସେବା କମିଟିର ମୁକ୍ତ ଆଇନ ସହାୟତା ବ୍ୟବସ୍ଥା ସମ୍ପର୍କରେ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ସଚେତନ କରାଯାଇଥିଲା। ଶିକ୍ଷୟିତ୍ରୀ ସୋନାଲିକା ଦାସ, ମନୀଷା ପାତ୍ର, ଶିକ୍ଷକ ସୁଧୀର ପଣ୍ଡା, ଦେବବ୍ରତ ପାତ୍ର, ରାଜୀବ ରଇତ, ତାଲୁକ ଆଇନ ସେବା କମିଟି ସମ୍ପାଦକ ପ୍ରଦୀପ ପୁରୋହିତ ଓ ଅନ୍ୟମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଶିକ୍ଷକ ତେଜେନ୍ଦ୍ର ମାଳି ଧନ୍ୟବାଦ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri