ବେଆଇନ ଖନନ ରାଜସ୍ବ ଚୋରି: ଏନ୍‌ଜିଟି

ଯାଜପୁର ଅଫିସ,୧୨।୧: ଯାଜପୁର ଜିଲା ବ୍ୟାସନଗର ତହସିଲ ଅନ୍ତର୍ଗତ ଖରସ୍ରୋତା ନଦୀର ମସୁଦପୁର ମୌଜାରେ ଚାଲିଥିବା ବେଆଇନ ବାଲି ଖାଦାନ ମାମଲା ଉପରେ ଏନ୍‌ଜିଟି(ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ) ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି ା ବେଆଇନ ବାଲି ଉତ୍ତୋଳନକାରୀ କେବଳ ବାୟୁ, ଜଳ, ଭୂତଳ ଏବଂ ପରିବେଶ ପ୍ରଦୂଷଣ କରୁ ନାହାନ୍ତି ବରଂ ମହାଜନୀ କାରବାର କରୁଛନ୍ତି। ବେଆଇନ ଖନନ ହେଉଛି ରାଜସ୍ବ ଚୋରି। ତେଣୁ ଜରିମାନା ବାବଦକୁ ପୁନଃ ଆକଳନ କରି ଆସନ୍ତା ୧୪ା୩ା୨୦୨୨ ମଧ୍ୟରେ ଶପଥ ପତ୍ର ଦାଖଲ କରିବାକୁ ଏନ୍‌ଜିଟି ଯାଜପୁର ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଏହି ବେଆଇନ ବାଲି କାରବାରରେ ସଂପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଆପରାଧିକ ମାମଲା ରୁଜୁ କରି ୨ ମାସ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ଏନ୍‌ଜିଟି ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି ା
ଏନ୍‌ଜିଟି ନିର୍ଦ୍ଦେଶ ଅନୁଯାୟୀ ପୂର୍ବରୁ ଏକ କମିଟି ଗଠନ ହୋଇଥିଲା। ଏଥିରେ ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂହ ରାଠୋର, ପରିବେଶ ବୈଜ୍ଞାନିକ ଏମ୍‌. ଆର୍‌. ପ୍ରସାଦ, ଖଣି ବିଭାଗ ସହ ନିର୍ଦ୍ଦେଶକ ବି.କେ. ସାହୁ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) କଳିଙ୍ଗନଗର ଆଞ୍ଚଳିକ ଅଧିକାରୀ ପ୍ରମୋଦ ବେହେରା ପ୍ରମୁଖ ତା୧୮ା୬ା୨୦୨୧ରିଖରେ ମସୁଦପୁର ବାଲିଘାଟ ଉପରେ ତଦନ୍ତ କରିଥିଲେ। ଏହି କମିଟି ରିପୋର୍ଟ ଦାଖଲ କରିବା ପରେ ଅଭିଯୋଗକାରୀଙ୍କ ପକ୍ଷରୁ ଆଇନଜୀବୀ ଶଙ୍କରପ୍ରସାଦ ପାଣି ପୁଣି ଏକ ସତ୍ୟପାଠ ଦାଖଲ କରିଥିଲେ। ଉକ୍ତ ସତ୍ୟପାଠରେ ବ୍ୟାସନଗର ତହସିଲଦାରଙ୍କ ରିପୋର୍ଟ ଅନୁସାରେ ଲିଜ୍‌ ବାଲିଘାଟରୁ ଆଦାୟ ରାଜସ୍ବ ତୁଳନାରେ ବେଆଇନ ବାଲିଘାଟ ମୂଲ୍ୟ ଶସ୍ତା ହେଉଥିବା ସେ ଦର୍ଶାଇଥିଲେ। ବେଆଇନ ବାଲି ଉତ୍ତୋଳନକାରୀଙ୍କଠାରୁ ତହସିଲଦାର ୧,୮୮,୨୩୭ ଟଙ୍କା ଜରିମାନା ଆଦାୟ କରିଥିଲେ। ତେବେ ଆଇନ ଅନୁସାରେ ଆକଳନ କଲେ ୧ କୋଟି ୯୪ ଲକ୍ଷ ଟଙ୍କାର ବେଆଇନ ବାଲି ଉତ୍ତୋଳନ ହୋଇଥିବା ଅଭିଯୋଗକାରୀ ତାଙ୍କ ଶପଥ ପତ୍ରରେ ଉଲ୍ଲେଖ କରିଥିଲେ। ଏହାକୁ ଏନ୍‌ଜିଟି ପକ୍ଷରୁ ଜଷ୍ଟିସ ବି.ଅମିତ ସ୍ଥାଲେକର ଓ ଜୁଡିସିଆଲ ମେମ୍ବର ଶୈବାଳ ଦାସଗୁପ୍ତା ଗ୍ରହଣ କରିବା ସହ ପୁନଃ ଆକଳନ କରି ରିପୋର୍ଟ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ବ୍ୟାସନଗର ତହସିଲ ଅନ୍ତର୍ଗତ ଖରସ୍ରୋତା ନଦୀର ପାର୍ଶ୍ୱବର୍ତ୍ତୀ ମସୁଦପୁର ଗ୍ରାମର ପିନାକ ରଞ୍ଜନ ଦାସଙ୍କ ପକ୍ଷରୁ ଏନ୍‌ଜିଟିରେ ଆଇନଜୀବୀ ପାଣି ଅଭିଯୋଗ ଦାଖଲ କରିଥିଲେ ା ଅଭିଯୋଗ ଅନୁଯାୟୀ ଏକ ମାମଲା (ନମ୍ବର-୪୮/୨୦୨୦/ଇଜେଡ)ରୁଜୁ ହୋଇଥିଲା। ଅଭିଯୋଗରେ ସେ ଦର୍ଶାଇଥିଲେ, ବେଆଇନ ବାଲି ଉତ୍ତୋଳନ ଯୋଗୁ ନଦୀର ଗତିପଥ ବଦଳିବ, ଖରସ୍ରୋତା ବ୍ରିଜ୍‌ ପ୍ରତି ବିପଦ, ସ୍ଥାନୀୟ ହାଟ, ସ୍କୁଲ ଓ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଏହାର ପ୍ରଭାବ ଏବଂ ଅନେକ କୋଟି ଟଙ୍କାର ରାଜସ୍ବ ଲୁଟ ହୋଇଛି। ବିଜ୍ଞାନ ବିରୁଦ୍ଧ ବାଲି ଖାଦାନ ଏବଂ ବେଆଇନ ବାଲି ଉଠାଣ କେବଳ ରାଜ୍ୟର ରାଜସ୍ବ କ୍ଷତି କରୁନାହିଁ ବରଂ ନଦୀର ପ୍ରାକୃତିକ ସମତୁଲ ପ୍ରକ୍ରିୟାକୁ ବ୍ୟାହତ କରୁଛି ା ଏହାବାଦ୍‌ ନଦୀକୂଳ ଗ୍ରାମବାସୀଙ୍କ ଜୀବନଚର୍ଯ୍ୟା ଉପରେ ନକାରାମତ୍କ ପ୍ରଭାବ ପକାଉଛି ା ନଦୀ ତଟବର୍ତ୍ତୀ ନଦୀବନ୍ଧ ବହୁଳ ଭାବେ କ୍ଷତି ହେବା ସହିତ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି ା ନଦୀ ତଟବର୍ତ୍ତୀ ଅଞ୍ଚଳରେ ବସବାସ କରୁଥିବା ବିଭିନ୍ନ ପ୍ରାଣୀ ଓ ପକ୍ଷୀ ବିନାଶ ହେଉଥିବାବେଳେ ମାଛଚାଷ ଉପରେ ଏହାର ପ୍ରଭାବ ପଡୁଥିବା ଅଭିଯୋଗରେ ଦର୍ଶାଯାଇଥିଲା ା ବୈତରଣୀ ନଦୀଗର୍ଭରେ ଯାଜପୁର ଜିଲାର ବ୍ୟାସନଗର ତହସିଲ ଅନ୍ତର୍ଗତ ଷଠିପୁର, ଲିଙ୍ଗେଶ୍ୱର, ନିଶଙ୍ଖପୁର, ନୟାହାଟ ପାଟଣା, ଗହା୍ମରିଆ, ଦୋସିଆମୁହାଁ, କଣ୍ଟାବଣିଆ, ସାହାଡାଶୁଣୀ, ମୁକୁନ୍ଦପୁର, ମଥୁରାପୁର, ମୂଳାପାଳ, ସାଆଁଳ, ସାଲବା ଆଦି ବାଲିଘାଟରେ ବେଆଇନ ଉତ୍ତୋଳନ ବ୍ୟାପକ ହେଉଛି। ଏଥିଯୋଗୁ ଗ୍ରାମ ରାସ୍ତାର ପିଚୁ ଉଠି ପୁଣି ମାଟିରାସ୍ତାରେ ପରିଣତ ହୋଇଥିବା ଦେଖିବାକୁ ମିଳିଛି। ତେଣୁ ଏନ୍‌ଜିଟିର ନିର୍ଦ୍ଦେଶ ଅନୁଯାୟୀ ଅନ୍ୟ ବାଲିଘାଟ ଉପରେ ଆବଶ୍ୟକ ତଦନ୍ତ କରି ବିହିତ ପଦକ୍ଷେପ ନେବାକୁ ସଂପୃକ୍ତ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri