ଯାଜପୁର ଅଫିସ,୧୨।୧: ଯାଜପୁର ଜିଲା ବ୍ୟାସନଗର ତହସିଲ ଅନ୍ତର୍ଗତ ଖରସ୍ରୋତା ନଦୀର ମସୁଦପୁର ମୌଜାରେ ଚାଲିଥିବା ବେଆଇନ ବାଲି ଖାଦାନ ମାମଲା ଉପରେ ଏନ୍ଜିଟି(ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ) ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି ା ବେଆଇନ ବାଲି ଉତ୍ତୋଳନକାରୀ କେବଳ ବାୟୁ, ଜଳ, ଭୂତଳ ଏବଂ ପରିବେଶ ପ୍ରଦୂଷଣ କରୁ ନାହାନ୍ତି ବରଂ ମହାଜନୀ କାରବାର କରୁଛନ୍ତି। ବେଆଇନ ଖନନ ହେଉଛି ରାଜସ୍ବ ଚୋରି। ତେଣୁ ଜରିମାନା ବାବଦକୁ ପୁନଃ ଆକଳନ କରି ଆସନ୍ତା ୧୪ା୩ା୨୦୨୨ ମଧ୍ୟରେ ଶପଥ ପତ୍ର ଦାଖଲ କରିବାକୁ ଏନ୍ଜିଟି ଯାଜପୁର ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଏହି ବେଆଇନ ବାଲି କାରବାରରେ ସଂପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଆପରାଧିକ ମାମଲା ରୁଜୁ କରି ୨ ମାସ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ଏନ୍ଜିଟି ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି ା
ଏନ୍ଜିଟି ନିର୍ଦ୍ଦେଶ ଅନୁଯାୟୀ ପୂର୍ବରୁ ଏକ କମିଟି ଗଠନ ହୋଇଥିଲା। ଏଥିରେ ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂହ ରାଠୋର, ପରିବେଶ ବୈଜ୍ଞାନିକ ଏମ୍. ଆର୍. ପ୍ରସାଦ, ଖଣି ବିଭାଗ ସହ ନିର୍ଦ୍ଦେଶକ ବି.କେ. ସାହୁ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି) କଳିଙ୍ଗନଗର ଆଞ୍ଚଳିକ ଅଧିକାରୀ ପ୍ରମୋଦ ବେହେରା ପ୍ରମୁଖ ତା୧୮ା୬ା୨୦୨୧ରିଖରେ ମସୁଦପୁର ବାଲିଘାଟ ଉପରେ ତଦନ୍ତ କରିଥିଲେ। ଏହି କମିଟି ରିପୋର୍ଟ ଦାଖଲ କରିବା ପରେ ଅଭିଯୋଗକାରୀଙ୍କ ପକ୍ଷରୁ ଆଇନଜୀବୀ ଶଙ୍କରପ୍ରସାଦ ପାଣି ପୁଣି ଏକ ସତ୍ୟପାଠ ଦାଖଲ କରିଥିଲେ। ଉକ୍ତ ସତ୍ୟପାଠରେ ବ୍ୟାସନଗର ତହସିଲଦାରଙ୍କ ରିପୋର୍ଟ ଅନୁସାରେ ଲିଜ୍ ବାଲିଘାଟରୁ ଆଦାୟ ରାଜସ୍ବ ତୁଳନାରେ ବେଆଇନ ବାଲିଘାଟ ମୂଲ୍ୟ ଶସ୍ତା ହେଉଥିବା ସେ ଦର୍ଶାଇଥିଲେ। ବେଆଇନ ବାଲି ଉତ୍ତୋଳନକାରୀଙ୍କଠାରୁ ତହସିଲଦାର ୧,୮୮,୨୩୭ ଟଙ୍କା ଜରିମାନା ଆଦାୟ କରିଥିଲେ। ତେବେ ଆଇନ ଅନୁସାରେ ଆକଳନ କଲେ ୧ କୋଟି ୯୪ ଲକ୍ଷ ଟଙ୍କାର ବେଆଇନ ବାଲି ଉତ୍ତୋଳନ ହୋଇଥିବା ଅଭିଯୋଗକାରୀ ତାଙ୍କ ଶପଥ ପତ୍ରରେ ଉଲ୍ଲେଖ କରିଥିଲେ। ଏହାକୁ ଏନ୍ଜିଟି ପକ୍ଷରୁ ଜଷ୍ଟିସ ବି.ଅମିତ ସ୍ଥାଲେକର ଓ ଜୁଡିସିଆଲ ମେମ୍ବର ଶୈବାଳ ଦାସଗୁପ୍ତା ଗ୍ରହଣ କରିବା ସହ ପୁନଃ ଆକଳନ କରି ରିପୋର୍ଟ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ବ୍ୟାସନଗର ତହସିଲ ଅନ୍ତର୍ଗତ ଖରସ୍ରୋତା ନଦୀର ପାର୍ଶ୍ୱବର୍ତ୍ତୀ ମସୁଦପୁର ଗ୍ରାମର ପିନାକ ରଞ୍ଜନ ଦାସଙ୍କ ପକ୍ଷରୁ ଏନ୍ଜିଟିରେ ଆଇନଜୀବୀ ପାଣି ଅଭିଯୋଗ ଦାଖଲ କରିଥିଲେ ା ଅଭିଯୋଗ ଅନୁଯାୟୀ ଏକ ମାମଲା (ନମ୍ବର-୪୮/୨୦୨୦/ଇଜେଡ)ରୁଜୁ ହୋଇଥିଲା। ଅଭିଯୋଗରେ ସେ ଦର୍ଶାଇଥିଲେ, ବେଆଇନ ବାଲି ଉତ୍ତୋଳନ ଯୋଗୁ ନଦୀର ଗତିପଥ ବଦଳିବ, ଖରସ୍ରୋତା ବ୍ରିଜ୍ ପ୍ରତି ବିପଦ, ସ୍ଥାନୀୟ ହାଟ, ସ୍କୁଲ ଓ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଏହାର ପ୍ରଭାବ ଏବଂ ଅନେକ କୋଟି ଟଙ୍କାର ରାଜସ୍ବ ଲୁଟ ହୋଇଛି। ବିଜ୍ଞାନ ବିରୁଦ୍ଧ ବାଲି ଖାଦାନ ଏବଂ ବେଆଇନ ବାଲି ଉଠାଣ କେବଳ ରାଜ୍ୟର ରାଜସ୍ବ କ୍ଷତି କରୁନାହିଁ ବରଂ ନଦୀର ପ୍ରାକୃତିକ ସମତୁଲ ପ୍ରକ୍ରିୟାକୁ ବ୍ୟାହତ କରୁଛି ା ଏହାବାଦ୍ ନଦୀକୂଳ ଗ୍ରାମବାସୀଙ୍କ ଜୀବନଚର୍ଯ୍ୟା ଉପରେ ନକାରାମତ୍କ ପ୍ରଭାବ ପକାଉଛି ା ନଦୀ ତଟବର୍ତ୍ତୀ ନଦୀବନ୍ଧ ବହୁଳ ଭାବେ କ୍ଷତି ହେବା ସହିତ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି ା ନଦୀ ତଟବର୍ତ୍ତୀ ଅଞ୍ଚଳରେ ବସବାସ କରୁଥିବା ବିଭିନ୍ନ ପ୍ରାଣୀ ଓ ପକ୍ଷୀ ବିନାଶ ହେଉଥିବାବେଳେ ମାଛଚାଷ ଉପରେ ଏହାର ପ୍ରଭାବ ପଡୁଥିବା ଅଭିଯୋଗରେ ଦର୍ଶାଯାଇଥିଲା ା ବୈତରଣୀ ନଦୀଗର୍ଭରେ ଯାଜପୁର ଜିଲାର ବ୍ୟାସନଗର ତହସିଲ ଅନ୍ତର୍ଗତ ଷଠିପୁର, ଲିଙ୍ଗେଶ୍ୱର, ନିଶଙ୍ଖପୁର, ନୟାହାଟ ପାଟଣା, ଗହା୍ମରିଆ, ଦୋସିଆମୁହାଁ, କଣ୍ଟାବଣିଆ, ସାହାଡାଶୁଣୀ, ମୁକୁନ୍ଦପୁର, ମଥୁରାପୁର, ମୂଳାପାଳ, ସାଆଁଳ, ସାଲବା ଆଦି ବାଲିଘାଟରେ ବେଆଇନ ଉତ୍ତୋଳନ ବ୍ୟାପକ ହେଉଛି। ଏଥିଯୋଗୁ ଗ୍ରାମ ରାସ୍ତାର ପିଚୁ ଉଠି ପୁଣି ମାଟିରାସ୍ତାରେ ପରିଣତ ହୋଇଥିବା ଦେଖିବାକୁ ମିଳିଛି। ତେଣୁ ଏନ୍ଜିଟିର ନିର୍ଦ୍ଦେଶ ଅନୁଯାୟୀ ଅନ୍ୟ ବାଲିଘାଟ ଉପରେ ଆବଶ୍ୟକ ତଦନ୍ତ କରି ବିହିତ ପଦକ୍ଷେପ ନେବାକୁ ସଂପୃକ୍ତ ଅଞ୍ଚଳବାସୀ ଦାବି କରିଛନ୍ତି।
Posted inHome Left, ଆମ ଜିଲା ଖବର, ଯାଜପୁର View All
UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ
ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…
୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍, ଘରକୁ ଆସିବ ଖୁସି ଖବର
ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…
ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା
ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…
ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…
ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…
ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…
ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…
TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ
ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…
ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ: ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ
ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…
ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…
ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…
Archives

