Posted inଜାତୀୟ

ଆଇନ ବୃତ୍ତି ସାମନ୍ତବାଦୀ, ଏହା ମହିଳାମାନଙ୍କୁ ସ୍ବାଗତ କରେ ନାହିଁ: ସିଜେଆଇ…

ନୂଆଦିଲ୍ଲୀ,୧୨।୧: : ଭାରତର ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ ଆଇନ ବୃତ୍ତିରେ ମହିଳାଙ୍କ ଅବଦାନ ବିଷୟରେ ଅନେକ କଥା କହିଛନ୍ତି। ଆଇନ ବୃତ୍ତି ସାମନ୍ତବାଦୀରେ ପରିଣତ ହୋଇଛି ଏବଂ ମହିଳାମାନେ ଏଠାରେ ସ୍ବାଗତଯୋଗ୍ୟ ନୁହଁନ୍ତି ବୋଲି ସେ କହିଛନ୍ତି। ହାର୍ଭାର୍ଡ ଲ ସ୍କୁଲର ଗ୍ଲୋବାଲ ଲିଡରଶିପ ପୁରସ୍କାର ବିତରଣ ଉତ୍ସବରେ ସେ ଏହା କହିଛନ୍ତି। ସିଜେଆଇ ଚନ୍ଦ୍ରଚୂଡ଼ଙ୍କୁ ମଧ୍ୟ ଏହି ସମ୍ମାନରେ ସମ୍ମାନିତ କରାଯାଇଛି। ତାଙ୍କୁ ଫୋରେନସିକ ସାଇନ୍ସରେ ଡକ୍ଟରେଟ ସମ୍ମାନ ପ୍ରଦାନ କରାଯାଇଛି।

ଦୁର୍ଭାଗ୍ୟବଶତଃ ଆଇନ ବୃତ୍ତି ସାମନ୍ତବାଦୀପୂର୍ଣ୍ଣ ଏବଂ ମହିଳା ତଥା ଦଳିତ ସମ୍ପ୍ରଦାୟକୁ ଏହା ସ୍ବାଗତ କରୁନାହିଁ ବୋଲି ଆଇନ ବିଦ୍ୟାଳୟର ନିର୍ଦ୍ଦେଶକ ଡେଭିଡ ବି ୱିଲକିନ୍ସଙ୍କ ସହ କଥାବାର୍ତ୍ତା ସମୟରେ ସିଜେଆଇ କହିଛନ୍ତି। ସୁପ୍ରିମକୋର୍ଟରେ ମହିଳା ବିଚାରପତିଙ୍କ ସଂଖ୍ୟା କମ କାହିଁକି ବୋଲି ତାଙ୍କୁ ପଚରାଯାଇଥିଲା। ମହିଳା ବିଚାରପତିଙ୍କ ସଂଖ୍ୟା ତିନି ଦଶନ୍ଧି ପୂର୍ବରୁ ଯାହାଥିଲା ସେପରି ଥିବା ପ୍ରଶ୍ନର ଉତ୍ତରରେ ସେ ଏଭଳି କହିଛନ୍ତି। ଆଇନ କ୍ଷେତ୍ରରେ ପରିବର୍ତ୍ତନ ଉପରେ ସେ କହିଛନ୍ତି ଯେ ଭବିଷ୍ୟତରେ ପରିବର୍ତ୍ତନ ଆଣିବାକୁ ହେଲେ ଆଇନ ଶିକ୍ଷା ପ୍ରଦାନ କରୁଥିବା ସଂସ୍ଥାଗୁଡ଼ିକୁ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବାକୁ ପଡ଼ିବ। ଆଇନ ଶିକ୍ଷାକୁ ଲୋକତାନ୍ତ୍ରିକରଣ କରିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଟିଏମସି ଅପେକ୍ଷା ଭାଜପାକୁ ଭୋଟ୍ ଦେବା ଭଲ’ କହିଲେ ଅଧୀର ରଞ୍ଜନ ଚୌଧୁରୀ, କଂଗ୍ରେସ ଦେଲା ପ୍ରତିକ୍ରିୟା

କୋଲକାତା,୧ା୫: କଂଗ୍ରେସର ବରିଷ୍ଠ ନେତା ଆଧୀର ରଂଜନ ଚୌଧୁରୀ ବୁଧବାର ପଶ୍ଚିମବଙ୍ଗରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ତୃଣମୂଳ କଂଗ୍ରେସକୁ ଭୋଟ୍ ଦେବା ଅପେକ୍ଷା...

ସୁପ୍ରିମକୋର୍ଟଙ୍କ ଆଦେଶ ପରେ ସିମ୍ବଲ ଲୋଡିଂ ୟୁନିଟ୍ ଗୁଡ଼ିକର ସଂରକ୍ଷଣ ପାଇଁ ନୂଆ ପ୍ରୋଟୋକଲ ଜାରି କଲେ ନିର୍ବାଚନ ଆୟୋଗ

କୋଲକାତା,୧ା୫: ଭାରତ ନିର୍ବାଚନ ଆୟୋଗ ଆଜି ସିମ୍ବଲ ଲୋଡିଂ ୟୁନିଟ୍ – ଏସଏଲୟୁ ପରିଚାଳନା ଓ ଭଣ୍ଡାରଣ ପାଇଁ ନୂଆ ପ୍ରୋଟୋକଲ ଜାରି କରିଛନ୍ତି ।...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

‘କାଲି ସୁଦ୍ଧା ରାହୁଲ ଗାନ୍ଧୀ ଆମେଠିରୁ ନିଜ ନାମ ଘୋଷଣା ନ କଲେ ଆତ୍ମହତ୍ୟା କରିବି’

ନୂଆଦିଲ୍ଲୀ,୧।୫: କଂଗ୍ରେସ ଆମେଠୀ ଆସନରୁ ଏଯାବତ ପ୍ରାର୍ଥୀ ଘୋଷଣା କରିନାହିଁ। ଏହାକୁ ନେଇ ଦଳର ନେତାଙ୍କ ସହ କର୍ମୀମାନେ ଅସନ୍ତୁଷ୍ଟ ବ୍ୟକ୍ତ କରୁଛନ୍ତି। ରାହୁଲ ଗାନ୍ଧୀ...

ଭାଜପାରେ ସାମିଲ ହେଲେ ‘ଅନୁପମା’

ନୂଆଦିଲ୍ଲୀ,୧।୫: ଲୋକପ୍ରିୟ ଅଭିନେତ୍ରୀ ରୁପାଲୀ ଗାଙ୍ଗୁଲି ଭାଜପାରେ ସାମିଲ ହୋଇଛନ୍ତି। ଦିଲ୍ଲୀ ସ୍ଥିତ ପାର୍ଟି ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଦଳର...

ଏପ୍ରିଲରେ ରେକର୍ଡ ସଂଗ୍ରହ ଜିଏସ୍‌ଟି: ୨.୧୦ ଲକ୍ଷ କୋଟିରେ ପହଞ୍ଚିଲା

ନୂଆଦିଲ୍ଲୀ,୧।୫: ଏପ୍ରିଲ ମାସରେ ଦେଶରେ ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସୃଷ୍ଟି କରିଛି। ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୦୨୪ରେ ଜିଏସ୍‌ଟି ସଂଗ୍ରହ...

ରାଏବରେଲିରୁ ପ୍ରିୟଙ୍କା, ଏଇଠୁ ଲଢିବେ ରାହୁଲ, ଆସିଲା କଂଗ୍ରେସର ପ୍ରାର୍ଥୀ ତାଲିକା!

ନୂଆଦିଲ୍ଲୀ,୧।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆମେଠି ଏବଂ ରାଏବରେଲିରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ଏହି ତାଲିକା ସୋସିଆଲ ମିଡିଆରେ...

ସ୍କୁଲ ଉଡ଼ାଇ ଦେବାକୁ ଆସିଲା ଧମକ: ଚିନ୍ତାରେ ପୋଲିସ

ନୂଆଦିଲ୍ଲୀ୫।୧: ରାଜଧାନୀର ଅନେକ ସ୍କୁଲକୁ ଧମକପୂର୍ଣ୍ଣ ଇମେଲ ଆସିଛି। ଏଥିରେ ସ୍କୁଲକୁ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଦିଲ୍ଲୀର ଦ୍ୱାରକାଠାରେ ଅବସ୍ଥିତ ଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri