Posted inଜାତୀୟ

ଆଇନ ପେଶାରେ ନାରୀବାଦୀ ଚିନ୍ତା ସାମିଲ କରାଯିବା ଜରୁରୀ: ବିଚାରପତି ଚନ୍ଦ୍ରଚୂଡ…

ନୂଆଦିଲ୍ଲୀ,୧୫।୧୦ : ନ୍ୟାୟିକ ବୃତ୍ତିକୁ ଅଧିକ ସୁଗମ ତଥା ଅନ୍ତର୍ଭୁକ୍ତ କରିବାକୁ ଉଦ୍ୟମ କରିବା ଲାଗି ସୁପ୍ରିମକୋର୍ଟର ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ ଆଇନ ଛାତ୍ରମାନଙ୍କୁ ପରାମର୍ଶ ଦେଇଛନ୍ତି। ସେ ଶନିବାର ଆଇନ ଛାତ୍ରମାନଙ୍କୁ ନାରୀବାଦୀ ଚିନ୍ତାଧାରାକୁ ଆଇନ ପେଶାରେ ସାମିଲ କରିବାକୁ କହିଛନ୍ତି। ରାଜଧାନୀ ଦିଲ୍ଲୀରେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ (ଏନଏଲୟୁ) ର ଦୀକ୍ଷାନ୍ତ ସମାରୋହରେ ଯୋଗ ଦେଇ ସେ ଏହା କହିଛନ୍ତି।

ଏହି ସମୟରେ ସେ ବମ୍ବେ ହାଇକୋର୍ଟରେ ଜୁନିୟର ଜଜ ଭାବରେ ଜଷ୍ଟିସ ରଞ୍ଜନ ଦେଶାଇଙ୍କ ସହ ମାମଲାର ଶୁଣାଣି କରିବାର ଅଭିଜ୍ଞତାକୁ ମଧ୍ୟ ମନେ ପକାଇଥିଲେ। ସେ କହିଛନ୍ତି ଯେ ମୋର ବିଶ୍ୱାସ ଯେ ଆଇନକୁ ଦେଖିବା ଏବଂ ଏଥିରେ ସାମାଜିକ ଅନୁଭୂତି ପ୍ରୟୋଗ କରିବା ଦିଗରେ ଆମ ସମସ୍ତଙ୍କର ଅନେକ କିଛି ଶିଖିବାକୁ ଅଛି।

ଆଇନ ବୃତ୍ତିକୁ ଆସୁଥିବା ମହିଳାମାନଙ୍କୁ ସମ୍ବୋଧିତ କରି ସେ କହିଥିଲେ ଯେ ପୁରୁଷ ପ୍ରାଧାନ୍ୟ ବୃତ୍ତିରେ କାର୍ଯ୍ୟ କରିବା ମହିଳା ଆଇନଜୀବୀଙ୍କ ପାଇଁ ଚ୍ୟାଲେଞ୍ଜ ହୋଇପାରେ। କିନ୍ତୁ ସମୟ ବଦଳୁଛି। ମହିଳାମାନେ ଏହି ବୃତ୍ତିରେ ଯୋଗଦେବା ପଛରେ ପ୍ରାଦୌଗିକୀ ଏକ ଗୁରୁତ୍ୱପୂର୍ଣ୍ଣ କାରଣ ରହିଛି ବୋଲି ସେ କହିଛନ୍ତି।

ଆଇନର ନିୟମ କେବଳ ସମ୍ବିଧାନ କିମ୍ବା ଆଇନ ଉପରେ ନିର୍ଭରଶୀଳ ନୁହେଁ। ଏହା ମୁଖ୍ୟତଃ ନାଗରିକମାନଙ୍କର ରାଜନୈତିକ ସଂସ୍କୃତି ଏବଂ ଅଭ୍ୟାସ ଉପରେ ନିର୍ଭର କରେ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଛାତ୍ରମାନଙ୍କୁ ସେ କହିଥିଲେ ଆପଣ ସମସ୍ତେ ଆମର ସାମ୍ବିଧାନିକ ତଥା ଗଣତାନ୍ତ୍ରିକ ପରମ୍ପରାର ଜଗୁଆଳି। ଆଇନର ସଂରକ୍ଷକର ଦାୟିତ୍ୱ ଆପଣଙ୍କ ଉପରେ ନ୍ୟସ୍ତ। ଯେତେବେଳେ ଆପଣମାନେ ଏହି ବ୍ୟବସ୍ଥାର ଏହାର ଏକ ଅଂଶ ହୋଇଥାନ୍ତି ସେତେବେଳେ, ଆଇନ ବ୍ୟବସ୍ଥାକୁ ଅଧିକ ଅନ୍ତର୍ଭୁକ୍ତ ଏବଂ ସୁଗମ କରିବା ପାଇଁ ଚେଷ୍ଟା କରିବା ଉଚିତ। ନ୍ୟାୟର ଲକ୍ଷ୍ୟକୁ ଆଗକୁ ବଢ଼ାଇବା ଏହାର ଏକମାତ୍ର ଉପାୟ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମରେ ଅଭାବନୀୟ ଘଟଣା: ୪ର୍ଥ ମହଲାରୁ ଖସି ଶିଷ୍ୟଙ୍କ ମୃତ୍ୟୁ, ଗୁପ୍ତାଙ୍ଗ କଟା, ମୁଣ୍ଡରେ ଗଭୀର ଆଘାତ

ନୂଆଦିଲ୍ଲୀ,୨୬।୯: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ ଆଶ୍ରମର ଚତୁର୍ଥ ମହଲାରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି। ଘଟଣାଟି ବୃନ୍ଦାବନ ଅଞ୍ଚଳର ଗୁରୁ…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ

ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି।…

ପାର୍ୱଣ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ବୋନସକୁ ନେଇ ଆସିଲା ଖରାପ ଖବର

ନୂଆଦିଲ୍ଲୀ,୨୬।୯: ପାର୍ୱଣ ଋତୁ ପୂର୍ୱରୁ କର୍ମଚାରୀମାନେ ବୋନସକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ସରକାରୀ ଏବଂ ଘରୋଇ ସଂସ୍ଥା ବୋନସ ଘୋଷଣା ମଧ୍ୟ କରୁଛନ୍ତି। ଏହି ସମୟରେ…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?