ଆଇନ ସେବା କମିଟିର ଚିତ୍ରାଙ୍କନ ପ୍ରତିଯୋଗିତା ଫଳାଫଳ ପ୍ରକାଶ

ଦିଗପହଣ୍ଡି,୨।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ଏବଂ ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ସହଯୋଗ କ୍ରମେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଗତ ନଭେମ୍ବର ୨୩ ତାରିଖରେ ଆୟୋଜିତ ଚିତ୍ରାଙ୍କନ ପ୍ରତିଯୋଗିତାର ଫଳାଫଳ ପ୍ରକାଶ ପାଇଛି।

ସାନଖେମୁଣ୍ଡି ବ୍ଲକ ସାତପେଣ୍ଠ ଗୋପାଳପୁର ଗ୍ରାମ ନୋଡାଲ ହାଇସ୍କୁଲର ସପ୍ତମ ଶ୍ରେଣୀ ଛାତ୍ର ବିଶ୍ୱରଞ୍ଜନ ପ୍ରଧାନ ସମଗ୍ର ଗଞ୍ଜାମ ଜିଲ୍ଲା ସ୍ତରରେ ପ୍ରଥମ ସ୍ଥାନ ହାସଲ କରିଛନ୍ତି।ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀ ଶୁଭାଂଶି ପ୍ରିୟଦର୍ଶିନୀ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ଏହି ପ୍ରତିଯୋଗିତାଟି କ୍ୟାଟେଗୋରୀ-୧ (ସପ୍ତମ ଓ ଅଷ୍ଟମ ଶ୍ରେଣୀ) ଛାତ୍ରଛାତ୍ରୀଙ୍କ ମଧ୍ୟରେ ସ୍ଥାନୀୟ ସିଭିଲ୍ କୋର୍ଟ କମ୍ପ୍ଲେକ୍ସ ପରିସରରେ ଅନୁଷ୍ଠିତ ହୋଇଥିଲା।

ପ୍ରତିଯୋଗିତାରେ ଶିଶୁମାନଙ୍କ ଅଧିକାର, ବାଲ୍ୟ ବିବାହ ନିରୋଧ, ଶିଶୁ ଶ୍ରମିକ ପ୍ରଥା ଉଚ୍ଛେଦ ଏବଂ ଶିଶୁଙ୍କ ଉପରେ ସାମାଜିକ ଗଣମାଧ୍ୟମର କୁପ୍ରଭାବ ଭଳି ସାମାଜିକ ସଂସ୍କାର ଭିତ୍ତିକ ବିଷୟବସ୍ତୁ ଉପରେ ଚିତ୍ର ଆଙ୍କିବାକୁ କୁହାଯାଇଥିଲା।

ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟିର ଅଧ୍ୟକ୍ଷା ତଥା ସିଭିଲ୍ ସିନିୟର ଡିଭିଜନ କୋର୍ଟର ମାଜିଷ୍ଟ୍ରେଟ୍ ମହାଶ୍ୱେତା ପରିଜା ଏବଂ ଜେ.ଏମ୍.ଏଫ୍.ସି. କୋର୍ଟର ମାଜିଷ୍ଟ୍ରେଟ୍ ନିଳିମା ଷଡଙ୍ଗୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ସମ୍ପାଦିତ ହୋଇଥିଲା। କୃତି ପ୍ରତିଯୋଗୀମାନଙ୍କୁ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ମାନପତ୍ର ସହ ପୁରସ୍କୃତ କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ବସ୍ତରେନ ମାଉଲିଙ୍କ ଆଷାଢ଼ କେନା ମଣ୍ଡେଇ ଯାତ୍ରା: କଣ୍ଟା ଦୋଳିରେ ଝୁଲିଲେ କାଲିସି, ହଜାର ହଜାର…

କୋକସରା, ୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମର ଆରାଧ୍ୟ ଦେବୀ ମା’ ବସ୍ତରେନ ମାଉଲିଙ୍କ ବାର୍ଷିକ ଆଷାଢ଼ କେନା ମଣ୍ଡେଇ ଯାତ୍ରା…

ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକଙ୍କ ଦିଗପହଣ୍ଡି-ସାନଖେମୁଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ସହ ଅଗ୍ରଗତି ସମୀକ୍ଷା

ଦିଗପହଣ୍ଡି, ୩୧।୭(ଅଶେଷ ନାଥ ମିଶ୍ର): ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଶୁକ୍ରବାର ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ବିଭିନ୍ନ ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri