Posted inଖେଳ

ଇରଫାନ-ଗମ୍ଭୀରଙ୍କ ମଧ୍ୟରେ ଫାଇନାଲ ଲଢେଇ

ଇନ୍ଦୋର,୫।୧୦: ଲିଜେଣ୍ଡ୍‌ସ କ୍ରିକେଟ ଲିଗ ର ଦ୍ୱିତୀୟ ସିଜିନର ଅନ୍ତିମ ମ୍ୟାଚ ଆଜି ଖେଳାଯିବ। ଏଥିରେ ଭିଲୱାରା କିଙ୍ଗ୍ସ ଏବଂ ଇଣ୍ଡିଆ କ୍ୟାପିଟାଲର ଦଳ ମୁହାଁମୁହିଁ ହେବେ। କ୍ୱାଲିଫାୟର ମ୍ୟାଚରେ ଭିଲୱାରା କିଙ୍ଗ୍ସକୁ ପରାସ୍ତ କରିବା ପରେ ହିଁ ଇଣ୍ଡିଆ କ୍ୟାପିଟାଲ୍ସ ଫାଇନାଲରେ ପ୍ରବେଶ କରିଥିଲା। ଏଥି ସହିତ କ୍ୱାଲିଫାୟର ମ୍ୟାଚ ହାରିଯିବା ପରେ ଭିଲୱାରା କିଙ୍ଗ୍ସ ଏଲିମିନେଟର ମ୍ୟାଚରେ ଗୁଜରାଟ ଜିଆଣ୍ଟସକୁ ପରାସ୍ତ କରି ଫାଇନାଲ ପାଇଁ ଟିକେଟ କାଟିଥିଲେ।

ଭିଲୱାରା କିଙ୍ଗ୍ସର ଦାୟିତ୍ୱ ଇରଫାନ ପଠାନଙ୍କ ହାତରେ ରହିଛି। ତାଙ୍କ ଦଳରେ ସେନ୍‌ ୱାଟସନ, ଶ୍ରୀସନ୍ତ ଏବଂ ଟିମ ବ୍ରେସାନଙ୍କ ପରି ଅନେକ କିମ୍ବଦନ୍ତୀ ଖେଳାଳି ଅଛନ୍ତି। ଏଥି ସହିତ ଗୌତମ ଗମ୍ଭୀର ଇଣ୍ଡିଆ କ୍ୟାପିଟାଲ୍ସର ଅଧିନାୟକତ୍ୱ କରୁଛି। ଗମ୍ଭୀରଙ୍କ ଦଳରେ ରସ ଟେଲର, ଲିଆମ ପ୍ଲଙ୍କେଟ ଏବଂ ମିଚେଲ ଜନସନଙ୍କ ପରି ପୂର୍ବତନ କ୍ରିକେଟର ଅଛନ୍ତି।

ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ ସନ୍ଧ୍ୟା ୭.୩୦ରେ ଜୟପୁରର ସୱାଇ ମାନସିଂହ ଷ୍ଟାଡିୟମରେ ଆରମ୍ଭ ହେବ। ଷ୍ଟାର ସ୍ପୋର୍ଟସ ନେଟୱାର୍କର ଚ୍ୟାନେଲରେ ମ୍ୟାଚର ଲାଇଭ ଟେଲିକାଷ୍ଟ କରାଯିବ। ଏହା ସହିତ ଡିଜ୍‌ନି + ହଟଷ୍ଟାର ଆପରେ ମ୍ୟାଚର ଲାଇଭ ଷ୍ଟ୍ରିମିଂ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri