Posted inଖେଳ

କିମ୍ବଦନ୍ତୀ ଆଥ୍‌ଲେଟ ମିଲ୍‌ଖା ସିଂ କରୋନା ପଜିଟିଭ

 

ନୂଆଦିଲ୍ଲୀ/ଚଣ୍ଡିଗଡ଼,୨୧।୫(ପି.ଟି.): କିମ୍ବଦନ୍ତୀ ଭାରତୀୟ ଧାବକ ମିଲ୍‌ଖା ସିଂ କରୋନା ସଂକ୍ରମଣର ଶିକାର ହୋଇଛନ୍ତି। ସେ କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିଛି। ଫଳରେ ଚଣ୍ଡିଗଡ଼ସ୍ଥିତ ତାଙ୍କ ବାସଭବନରେ ସେ ଆଇସୋଲେଶନରେ ରହିଛନ୍ତି।
ଫ୍ଲାଇଙ୍ଗ୍‌ ଶିଖ୍‌ ନାମରେ ଜଣାଥିବା ୯୧ ବର୍ଷୀୟ ମିଲ୍‌ଖାଙ୍କଠାରେ କୌଣସି ଲକ୍ଷଣ ଦେଖିବାକୁ ମିଳିନାହିଁ। ତେବେ ସେ ଆଦୌ ବିଚଳିତ ନୁହନ୍ତି ବୋଲି କୁହାଯାଇଛି। ଘରେ କାର୍ଯ୍ୟକରୁଥିତ୍ବା କେତେଜଣ ବ୍ୟକ୍ତି ପଜିଟିଭ ବୋଲି ଜଣାପଡିବା ପରେ ମିଲଖାଙ୍କ ସମେତ ପରିବାରର ଅନ୍ୟ ସଦସ୍ୟମାନେ ଟେଷ୍ଟ କରାଇଥିଲେ। ତେବେ କେବଳ ମୋ ରିପୋର୍ଟ ପଜିଟିଭ ଆସିଥିଲା ବୋଲି ବୁଧବାର ମିଲ୍‌ଖା କହିଛନ୍ତି। ମୁଁ ସୁସ୍ଥ ଅଛି। ମୋର ଜ୍ୱର କିମ୍ବା କଫ ନାହିଁ। ଆଉ ୩-୪ ଦିନ ମଧ୍ୟରେ ସୁସ୍ଥ ହୋଇଯିବି ବୋଲି ମୋ ଡାକ୍ତର କହିଛନ୍ତି। ଗତକାଲି ଜଗିଂ କରିଛି। ନିୟମିତ ବ୍ୟାୟାମ କରୁଛି ବୋଲି ସେ କହିଛନ୍ତି। ତେବେ ପରିବାର ଅନ୍ୟ ସଦସ୍ୟମାନେ ସଂକ୍ରମିତ ହୋଇନାହାନ୍ତି ବୋଲି ସ୍ପଷ୍ଟ କରାଯାଇଛି। ମିଲ୍‌ଖାଙ୍କ ପୁଅ ତଥା ଜଣାଶୁଣା ଗଲ୍ଫର ଜୀଭ ମିଲ୍‌ଖା ସିଂ ଦୁବାଇରେ ଅଛନ୍ତି ଓ ଚଳିତ ସପ୍ତାହରେ ସେ ଭାରତ ଫେରିବେ ବୋଲି କହିଛନ୍ତି।
ମିଲ୍‌ଖା କ୍ୟାରିୟରର ୪ଥର ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ମଧ୍ୟ ୧୯୫୮ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ୧୯୬୦ ରୋମ ଅଲିମ୍ପିକ୍ସରେ ସେ ୪୦୦ ମିଟର ଫାଇନାଲରେ ଚତୁର୍ଥ ସ୍ଥାନ ଅଧିକାର କରିଥିଲେ। ଏହା ତାଙ୍କ କ୍ୟାରିୟରର ଶ୍ରେଷ୍ଠ ପ୍ରଦର୍ଶନ ଥିଲା। ରୋମ ଅଲିମ୍ପିକ୍ସରେ ତାଙ୍କର ଟାଇମିଂ ୩୮ ବର୍ଷଧରି ଜାତୀୟ ରେକର୍ଡ ଭାବେ କାଏମ ରହିଥିଲା। ୧୯୯୮ରେ ପରମଜିତ ସିଂ ତାଙ୍କ ରେକର୍ଡ ଭାଙ୍ଗିଥିଲେ। ସେ ୧୯୫୬ ଓ ୧୯୬୪ ଅଲିମ୍ପିକ୍ସରେ ଭାରତ ପାଇଁ ପ୍ରତିନିଧିତ୍ୱ କରିଥିଲେ। ମିଲ୍‌ଖାଙ୍କୁ ୧୯୫୯ରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri