Posted inଖେଳ

କିମ୍ବଦନ୍ତୀ ଆଥ୍‌ଲେଟ ମିଲ୍‌ଖା ସିଂ କରୋନା ପଜିଟିଭ

 

ନୂଆଦିଲ୍ଲୀ/ଚଣ୍ଡିଗଡ଼,୨୧।୫(ପି.ଟି.): କିମ୍ବଦନ୍ତୀ ଭାରତୀୟ ଧାବକ ମିଲ୍‌ଖା ସିଂ କରୋନା ସଂକ୍ରମଣର ଶିକାର ହୋଇଛନ୍ତି। ସେ କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିଛି। ଫଳରେ ଚଣ୍ଡିଗଡ଼ସ୍ଥିତ ତାଙ୍କ ବାସଭବନରେ ସେ ଆଇସୋଲେଶନରେ ରହିଛନ୍ତି।
ଫ୍ଲାଇଙ୍ଗ୍‌ ଶିଖ୍‌ ନାମରେ ଜଣାଥିବା ୯୧ ବର୍ଷୀୟ ମିଲ୍‌ଖାଙ୍କଠାରେ କୌଣସି ଲକ୍ଷଣ ଦେଖିବାକୁ ମିଳିନାହିଁ। ତେବେ ସେ ଆଦୌ ବିଚଳିତ ନୁହନ୍ତି ବୋଲି କୁହାଯାଇଛି। ଘରେ କାର୍ଯ୍ୟକରୁଥିତ୍ବା କେତେଜଣ ବ୍ୟକ୍ତି ପଜିଟିଭ ବୋଲି ଜଣାପଡିବା ପରେ ମିଲଖାଙ୍କ ସମେତ ପରିବାରର ଅନ୍ୟ ସଦସ୍ୟମାନେ ଟେଷ୍ଟ କରାଇଥିଲେ। ତେବେ କେବଳ ମୋ ରିପୋର୍ଟ ପଜିଟିଭ ଆସିଥିଲା ବୋଲି ବୁଧବାର ମିଲ୍‌ଖା କହିଛନ୍ତି। ମୁଁ ସୁସ୍ଥ ଅଛି। ମୋର ଜ୍ୱର କିମ୍ବା କଫ ନାହିଁ। ଆଉ ୩-୪ ଦିନ ମଧ୍ୟରେ ସୁସ୍ଥ ହୋଇଯିବି ବୋଲି ମୋ ଡାକ୍ତର କହିଛନ୍ତି। ଗତକାଲି ଜଗିଂ କରିଛି। ନିୟମିତ ବ୍ୟାୟାମ କରୁଛି ବୋଲି ସେ କହିଛନ୍ତି। ତେବେ ପରିବାର ଅନ୍ୟ ସଦସ୍ୟମାନେ ସଂକ୍ରମିତ ହୋଇନାହାନ୍ତି ବୋଲି ସ୍ପଷ୍ଟ କରାଯାଇଛି। ମିଲ୍‌ଖାଙ୍କ ପୁଅ ତଥା ଜଣାଶୁଣା ଗଲ୍ଫର ଜୀଭ ମିଲ୍‌ଖା ସିଂ ଦୁବାଇରେ ଅଛନ୍ତି ଓ ଚଳିତ ସପ୍ତାହରେ ସେ ଭାରତ ଫେରିବେ ବୋଲି କହିଛନ୍ତି।
ମିଲ୍‌ଖା କ୍ୟାରିୟରର ୪ଥର ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ମଧ୍ୟ ୧୯୫୮ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ୧୯୬୦ ରୋମ ଅଲିମ୍ପିକ୍ସରେ ସେ ୪୦୦ ମିଟର ଫାଇନାଲରେ ଚତୁର୍ଥ ସ୍ଥାନ ଅଧିକାର କରିଥିଲେ। ଏହା ତାଙ୍କ କ୍ୟାରିୟରର ଶ୍ରେଷ୍ଠ ପ୍ରଦର୍ଶନ ଥିଲା। ରୋମ ଅଲିମ୍ପିକ୍ସରେ ତାଙ୍କର ଟାଇମିଂ ୩୮ ବର୍ଷଧରି ଜାତୀୟ ରେକର୍ଡ ଭାବେ କାଏମ ରହିଥିଲା। ୧୯୯୮ରେ ପରମଜିତ ସିଂ ତାଙ୍କ ରେକର୍ଡ ଭାଙ୍ଗିଥିଲେ। ସେ ୧୯୫୬ ଓ ୧୯୬୪ ଅଲିମ୍ପିକ୍ସରେ ଭାରତ ପାଇଁ ପ୍ରତିନିଧିତ୍ୱ କରିଥିଲେ। ମିଲ୍‌ଖାଙ୍କୁ ୧୯୫୯ରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?