ନୀରବି ଗଲେ ସ୍ୱରର ସରସ୍ୱତୀ, ଆଜି ହେବ ଅନ୍ତିମ ସଂସ୍କାର

ମୁମ୍ବାଇ,୬ ।୨: ‘ଭାରତ ରତ୍ନ’ ସ୍ୱର କୋକିଳା ଲତା ମଙ୍ଗେସକର ଆଉ ଆମ ଗହଣରେ ନାହାନ୍ତି । ୯୨ ବର୍ଷ ବୟସରେ ଲତା ମଙ୍ଗେସକର ରବିବାର(୬ ଫେବୃୟାରୀ ୨୦୨୨)ରେ ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । କରୋନା ଭାଇରସରେ ସଂକ୍ରମିତ ହେବା ପରେ ୮ ଜାନୁୟାରୀରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ସେବେଠାରୁ ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଶେଷରେ ସେ ସମସ୍ତଙ୍କଠାରୁ ନେଲେ ଚୀର ବିଦାୟ, ଶୋଇଗଲେ ଚୀର ନିଦ୍ରାରେ. ପାଲଟିଗଲେ ଅଫେରା ରାଇଜର ପଥିକ । ଲତାଙ୍କ ବିୟୋଗରେ ନେତା ମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବଲିଉଡ ଜଗତରେ ଛାଇ ଯାଇଛି ଶୋକର ଛାୟା ।
ଲତାଙ୍କ ଅନ୍ତିମ ସଂସ୍କାର ରବିବାର କରାଯିବ । ଦିନ ୧୨ଟାରେ ତାଙ୍କ ପାର୍ଥିବ ଶରୀର ପରେଡ ରୋଡ ସ୍ଥିତ ତାଙ୍କ ବାସଭବନରେ ପହଞ୍ଚିଛି । ଏଠାରେ ଦିନ ୩ଟା ପର୍ଯ୍ୟନ୍ତ ତାଙ୍କ ମର ଶରୀରକୁ ଶେଷ ଦର୍ଶନ ପାଇଁ ରଖାଯିବ । ଏହାପରେ ସଂନ୍ଧ୍ୟା ୪ଟା ୩୦ରେ ମୁମ୍ବାଇର ଶିବାଜୀ ପାର୍କ ନିଆଯିବ । ସେଠାରେ ତାଙ୍କୁ ଅନ୍ତିମ ବିଦାୟ ଦିଆଯିବ । ସମ୍ପୂର୍ଣ୍ଣ ରାଜକୀୟ ସମ୍ମାନ ସହ ଲତାଙ୍କ ଅନ୍ତିମ ସଂସ୍କାର କରାଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାଢେ ୪ଟାରେ ମୁମ୍ବାଇ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି ।
ସ୍ୱର ସାମ୍ରାଜ୍ଞୀଙ୍କ ପରଲୋକରେ ୨ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି । ଏହାସହ ସମସ୍ତ ରାଜ୍ୟରେ ତ୍ରିରଙ୍ଗା ଅର୍ଦ୍ଧ ନମିତ ରହିବ । ଲତାଙ୍କ ବିୟୋଗରେ ବଲିଉଡ ଦୁନିଆରେ ସୃଷ୍ଟି ହୋଇଛି ଏକ ଅପୂରଣୀୟ କ୍ଷତି ।


Enter your email to get our daily news in your inbox.

All Right Reserved By Dharitri.Com

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri