ବୃହତ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ପରିଦର୍ଶନ କଲା ବିଧାନସଭା ଷ୍ଟାଣ୍ଡିଂ କମିଟି

ଛତ୍ରପୁର,୩୧।୫(ଦିଲ୍ଲୀପ ସାମଲ): ରାଜ୍ୟ ବିଧାନସଭାର ନବମ ଷ୍ଟାଣ୍ଡିଂ କମିଟି ଶନିବାର ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଗ୍ରସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଛନ୍ତି । ବିଧାୟକ ସନାତନ ବିଜୁଳିଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ଷ୍ଟାଣ୍ଡିଂ କମିଟିର ସଦସ୍ୟ ବିଧାୟକ ଦେବିରଞ୍ଜନ ତ୍ରିପାଠୀ, ଅଧୀରାଜ ମୋହନ ପାଣିଗ୍ରାହୀ, ଯୋଗେଶ କୁମାର ସିଂ ଅରବିନ୍ଦ ମହାପାତ୍ର ଓ ଅମର କୁମାର ନାୟକ, ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ, କବିସୂର୍ଯ୍ୟନଗର ପ୍ରତାପ ଚନ୍ଦ୍ର ନାୟକଙ୍କ ସମେତ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ପ୍ରଥମେ ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଛତ୍ରପୁର ବ୍ଲକ ପୋଟଲାମପୁର ସ୍ଥିତ ବୃହତ ପାନୀୟ ଜଳ ଯୋଗାଣ ପ୍ରକଳ୍ପର କାର୍ଯ୍ୟକୁ ବୁଲି ଦେଖିଥିଲେ, କାର୍ଯ୍ୟ ମନ୍ଥର ଗତିରେ ଚାଲିଥିବାରୁ ସଦସ୍ୟମାନେ ବିରକ୍ତି ପ୍ରକାଶ କରିଥିଲେ, ପରେ ମେଗା ପ୍ରକଳ୍ପର ଅନ୍ୟାନ୍ୟ ଅଧିକାରୀ ଏବଂ ଇଂଜିନିୟରମାନଙ୍କ ସହ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଥିଲେ। ପ୍ରଥମେ କମିଟିର ସଦସ୍ୟମାନଙ୍କୁ ସ୍ଥାନୀୟ ବିଧାୟକ ଏବଂ ଜିଲାପ୍ରଶାସନଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଏହାପରେ ଷ୍ଟାଣ୍ଡିଂ କମିଟି ଚମାଖଣ୍ଡି ସ୍ଥିତ ଗ୍ରାମୀଣ ଶିଳ୍ପ ଉଦ୍ୟାନ ପରିଦର୍ଶନ କରିଥିଲେ, ସେଠାରେ ଖାଦ୍ୟ ପ୍ରକ୍ରିୟାକରଣ କେନ୍ଦ୍ରରେ ମହିଳାମାନଙ୍କ ଦ୍ୱାରା ପ୍ରସ୍ତୁତ କରାଯାଉଥିବା ଚିପ୍ସ, ଚିଲି ସସ, ଟମାଟସସଠାରୁ ଆରମ୍ଭ କରି ବିଭିନ୍ନ ସାମଗ୍ରୀର ପ୍ରସ୍ତୁତି କାର୍ଯ୍ୟକୁ ଅନୁଧ୍ୟାନ କରିଥିଲେ, ସେମାନଙ୍କ କାର୍ଯ୍ୟ ଦେଖି କମିଟି ଖୁସି ବ୍ୟକ୍ତ କରିଥିଲେ। ଏହି ପରିଦର୍ଶନ ବେଳେ ଗଞ୍ଜାମ ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ମଧୁମିତା, ଓଡିଶା ଜୀବିକା ମିଶନର ଛତ୍ରପୁର ବ୍ଲକ ପ୍ରକଳ୍ପ ସଂଯୋଜିକା ମାନିନୀ ଜେନାଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri