ଶୁକ୍ରବାରଠାରୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବ । ଚଳିତ ବଜେଟ ଅଧିବେଶନ ସମ୍ପୂର୍ଣ୍ଣ କୋଭିଡ୍‌ କଟକଣା ମଧ୍ୟରେ ଚାଲିବ। ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକ, ବିଧାନସଭା କର୍ମଚାରୀ, ସୁରକ୍ଷା କର୍ମୀ ଓ ଖବରଦାତାମାନଙ୍କର କରୋନା ଟେଷ୍ଟକୁ ବାଧ୍ୟତାମୂଳକ କରାଯାଇଛି । ଗତକାଲିଠାରୁ ସମସ୍ତଙ୍କର କରୋନା ଟେଷ୍ଟିଂ କରାଯାଉଛି । ଯେଉଁମାନଙ୍କର ରିପୋର୍ଟ ନେଗେଟିଭ ଆସିବ ସେମାନଙ୍କୁ ପ୍ରବେଶ ପାଇଁ ଅନୁମତି ମିଳିବ । ପୂର୍ବ ଅଧିବେଶନ ପରି ଦୁଇଟି ପର୍ଯ୍ୟାୟରେ ମୋଟ ୫ ଘଣ୍ଟା ଗୃହ କାର୍ଯ୍ୟ ଚାଲିବ ।
ବିଧାନସଭାର କାର୍ଯ୍ୟସୂଚୀ ଅନୁସାରେ ମୁଖ୍ୟ ବିରୋଧି ଭାଜପା ୩ଟି ମୁଲତବୀ ପ୍ରସ୍ତାବ ଓ କଂଗ୍ରେସ ୨ଟି ମୁଲତବୀ ପ୍ରସ୍ତାବ ଆଣିପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri