Posted inଜାତୀୟ

ନବାବ-ଅନୀଲ ଦେଇପାରିବେନି ଭୋଟ

ମୁମ୍ବାଇ,୧୭।୬: ରାଜ୍ୟ ସଭା ନିର୍ବାଚନ ପାଇଁ ହେବାକୁ ଥିବା ମତଦାନ ଲାଗି କରାଯାଇଥିବା ଆବେଦନର ଶୁଣାଣିରେ ଇଡି ଦ୍ୱାରା ଗିରଫ ହୋଇଥିବା ମହାରାଷ୍ଟ୍ର ସରକାରର ମନ୍ତ୍ରୀ ନବାବ ମଲିକ ଏବଂ ପୂର୍ବତନ ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କୁ ଝଟ୍‌କା ମିଳିଛି। ଶୁକ୍ରବାର ସେସନ୍ସ କୋର୍ଟ ଓ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ତାଙ୍କୁ ନିର୍ବାଚନରେ ଭୋଟ ଦେବାକୁ ଅନୁମତି ପ୍ରଦାନ କରିନାହାନ୍ତି। ସେହିଭଳି ବିଧାନ ପରିଷଦ ନିର୍ବାଚନରେ ମଧ୍ୟ ଭୋଟ ଦେବାକୁ ଅନୁମତି ପାଇବା ପାଇଁ ସେ ବହୁତ ଚେଷ୍ଟା କରିଥିଲେ। ହେଲେ ତାଙ୍କର ସମସ୍ତ ଉଦ୍ୟମ ବିଫଳ ହୋଇଛି। ବିଧାନ ପରିଷଦ ନିର୍ବାଚନରେ ଭୋଟ ଦେବାକୁ ଉଭୟଙ୍କ ଆବେଦନକୁ ଶୁକ୍ରବାର ମୁମ୍ବାଇ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏହି ପ୍ରସଙ୍ଗରେ ଶିବସେନା ଏମ୍‌ପି ସଞ୍ଜୟ ରାଉତ କହିଛନ୍ତି, କୋର୍ଟର କାନ୍ଧରେ ବନ୍ଧୁକ ରଖି କିଏ କ’ଣ କରୁଛି ତାହା ସମସ୍ତେ ଜାଣନ୍ତି। ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ନାହିଁ, କିନ୍ତୁ ସେମାନଙ୍କୁ ବେଆଇନ ଭାବେ ଜେଲ୍‌ରେ ରଖାଯାଇଛି। ଗଣତନ୍ତ୍ର ସେମାନଙ୍କୁ ରାଜ୍ୟ ସଭା ଏବଂ ବିଧାନ ପରିଷଦ ପାଇଁ ଭୋଟ ଦେବାର ଅଧିକାର ଦେଇଛି। ହେଲେ ଏବେ ସଂସଦୀୟ ଗଣତନ୍ତ୍ର ବନ୍ଦ କରିବାର ସମୟ ଆସିଛି ବୋଲି ସଞ୍ଜୟ ରାଉତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ: ୩ ବ୍ୟାଟ୍‌ରଙ୍କ ବିସ୍ଫୋରକ ଇନିଂସ

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଦମ୍‌ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା…

ଲଜ୍ଜାଜନକ ପରାଜୟ ପରେ ମୁହଁ ଖୋଲିଲେ ଶ୍ରେୟସ ଆୟର: ସୁଯୋଗ ହାତଛଡ଼ା…

ରାଞ୍ଚି,୧୦।୧୦: ଭାରତ-ୱେଷ୍ଟଇଣ୍ଡିଜ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୨୪୯ ରନ କରି ମଧ୍ୟ ହାରିଯାଇଛି ଟିମ ଇଣ୍ଡିଆ। ରାଞ୍ଚିରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିଂ କରି…

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?