ବିଧାୟକ ପାଣ୍ଠି ସଂଶୋଧନ କର

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ବିଧାୟକ ପାଣ୍ଠି (ଏମ୍‌ଏଲ୍‌ଏ ଲ୍ୟାଡ୍‌ ଫଣ୍ଡ)କୁ କୋଭିଡ୍‌ ପରିଚାଳନା ଭିତ୍ତିିଭୂମି ପ୍ରସ୍ତୁତି ଦିଗରେ ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ଆଣିଥିବା ଗାଇଡ୍‌ଲାଇନରେ ଆବଶ୍ୟକ ସଂଶୋଧନ କରିବାକୁ ଭାଜପା ବିଧାୟକମାନେ ଦାବି କରିଛନ୍ତି। କେବଳ ମାସ୍କ ପାଇଁ ନୁହେଁ ବରଂ ରାଜ୍ୟର ସମସ୍ତ ଉପଖଣ୍ଡସ୍ତରୀୟ ସ୍ବାସ୍ଥ୍ୟକେନ୍ଦ୍ର, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ଏବଂ ଉପ ସ୍ବାସ୍ଥ୍ୟକେନ୍ଦ୍ରରେ କୋଭିଡ୍‌ ରୋଗୀଙ୍କ ପାଇଁ ସଙ୍ଗରୋଧ କକ୍ଷ (ଆଇସୋଲେଶନ ରୁମ୍‌), ଶିଶୁମାନଙ୍କ ପାଇଁ ସ୍ବତନ୍ତ୍ର କୋଭିଡ୍‌ କେୟାର ରୁମ୍‌, ଅକ୍ସିଜେନ ଓ ଭେଣ୍ଟିଲେଟର ସଂଯୁକ୍ତ ଶଯ୍ୟା, ଅକ୍ସିଜେନ ଓ ଭେଣ୍ଟିଲେଟର ସଂଯୁକ୍ତ ଅତ୍ୟାଧୁନିକ ଆମ୍ବୁଲାନ୍ସ, କୋଭିଡ୍‌ ପରୀକ୍ଷା ଓ ଚିକିତ୍ସା ପାଇଁ ଆବଶ୍ୟକ ମେଡିକାଲ ଯନ୍ତ୍ରପାତି ଓ କିଟ୍‌, ଉପଖଣ୍ଡସ୍ତରୀୟ ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅକ୍ସିଜେନ୍‌ ପ୍ଲାଣ୍ଟର ନିର୍ମାଣ କରିବା ଦାବିରେ ଏମ୍‌ଏଲଏ ଲ୍ୟାଡ୍‌ ଫଣ୍ଡ ସଂଶୋଧନ କରିବାକୁ ଭାଜପା ବିଧାୟକମାନେ ମୁଖ୍ୟମନ୍ତ୍ରୀ ଏବଂ ବାଚସ୍ପତିଙ୍କୁ ଚିଠି ଲେଖି ଦାବି ଜଣାଇଛନ୍ତି। କୋଭିଡ୍‌ ମହାମାରୀ କବଳରୁ ଓଡ଼ିଶାବାସୀଙ୍କୁ ସୁରକ୍ଷା ଦେବା ନିମନ୍ତେ ରାଜ୍ୟ ସରକାରଙ୍କ ସହ ମିଳିତ ଉଦ୍ୟମ କରିବା ପାଇଁ ଭାଜପା ପ୍ରତିଶ୍ରୁତିବଦ୍ଧ। କୋଭିଡ୍‌ ମୁକାବିଲା ପାଇଁ ଓଡ଼ିଶାବାସୀଙ୍କୁ ମାସ୍କ ବଣ୍ଟନ ଲାଗି ପ୍ରତି ନିର୍ବାଚନମଣ୍ଡଳୀରେ ବିଧାୟକ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ଖର୍ଚ୍ଚ କରିବାକୁ ନୀତିଗତ ନିଷ୍ପତ୍ତି ନିଆଯାଇଛି।
କୋଭିଡ୍‌ ସଂକ୍ରମଣର ୨ୟ ଲହର ପରେ ୩ୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ସମ୍ଭାବନା ରହିଛି। ରାଜ୍ୟର ସମସ୍ତ ଉପଖଣ୍ଡସ୍ତରୀୟ ସ୍ବାସ୍ଥ୍ୟକେନ୍ଦ୍ର, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ଏବଂ ଉପ ସ୍ବାସ୍ଥ୍ୟକେନ୍ଦ୍ରର ଭିତ୍ତିଭୂମିକୁ ବର୍ତ୍ତମାନ ସୁଦ୍ଧା ସୁଦୃଢ଼ କରାଯାଇ ପାରିନାହିଁ। ଦ୍ୱିତୀୟ ଲହରରେ ଗ୍ରାମାଞ୍ଚଳବାସୀ କୋଭିଡ୍‌ ସଂକ୍ରମଣର ବେଶି ଶିକାର ହୋଇଛନ୍ତି। କୋଭିଡ୍‌ ସଂକ୍ରମଣର ୧ମ ଓ ୨ୟ ଲହରରେ ରାଜ୍ୟ ସରକାର ପଯର୍‌ୟାପ୍ତ ପରିମାଣର ମାସ୍କ କିଣିଛନ୍ତି। ଏଥିସହ ବିଭିନ୍ନ ବେସରକାରୀ ସଂସ୍ଥା ଓ ସଂଗଠନ, ଶିଳ୍ପାନୁଷ୍ଠାନ, ପିଏସ୍‌ୟୁ ସଂସ୍ଥା, ସ୍ବେଚ୍ଛାସେବୀ ସଂଗଠନମାନେ ନିଜସ୍ବ ପାଣ୍ଠିିରୁ ପଯର୍‌ୟାପ୍ତ ପରିମାଣର ମାସ୍କ ବଣ୍ଟନ କରିଛନ୍ତି। କୋଭିଡ୍‌ ମହାମାରୀ ସମୟରେ ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ନିରନ୍ତର ଭାବେ ଯୋଗାଇ ଦେବା ନିମନ୍ତେ ବିଧାୟକ ପାଣ୍ଠି (ଏମ୍‌ଏଲ୍‌ଏ ଲ୍ୟାଡ୍‌) ଗାଇଡ୍‌ଲାଇନରେ ଆବଶ୍ୟକ ସଂଶୋଧନ କରିବା ଦରକାର ବୋଲି ବିଧାୟକମାନେ ଦାବି କରିଛନ୍ତି। ପୂର୍ବରୁ ଏହି ପାଣ୍ଠି ଅର୍ଥରୁ କେବଳ ମାସ୍କ, ଗ୍ଲୋବ୍ସ, ପିପିଇ କିଟ୍‌ କ୍ରୟ କରିବାର ବ୍ୟବସ୍ଥା ଥିବାବେଳେ ବର୍ତ୍ତମାନର ସ୍ବାସ୍ଥ୍ୟସେବା ସ୍ଥିତିକୁ ସମୀକ୍ଷା କଲେ ଏହି ସଂଶୋଧନ ନିହାତି ଆବଶ୍ୟକ ବୋଲି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି କହିଛନ୍ତି।
ଏହି ଅଭିଯାନରେ ମୁକେଶ ମହାଲିଙ୍ଗ, ନାଉରୀ ନାଏକ, ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ସୁବାସ ପାଣିଗ୍ରାହୀ, କୁସୁମ ଟେଟେ, ଶଙ୍କର ଓରାମ, ଭବାନୀ ଭୋଇ, ବୁଧନ ମୁର୍ମୁ, ନବ ଚରଣ ମାଝି, ନିତ୍ୟାନନ୍ଦ ଗଣ୍ଡ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri