୧ରୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ସେପ୍ଟେମ୍ବର ପହିଲାରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ସେପ୍ଟେମ୍ବର ୯ ତାରିଖ ଯାଏ ଚାଲିବ। ଏହି ଅଧିବେଶନରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି। ୮ ଦିନରୁ ୭ ଦିନ ସରକାରୀ ଦିବସ ପାଇଁ ସମୟ ନିର୍ଘଣ୍ଟ ହୋଇଥିବା ବେଳେ ଗୋଟିଏ ଦିନ ଅର୍ଥାତ୍‌ ସେପ୍ଟେମ୍ବର ୩ ତାରିଖ ବେସରକାରୀ ଦିବସ ପାଇଁ ଦିନ ଧାର୍ଯ୍ୟ ହୋଇଛି। ୫ ତାରିଖ ରବିବାର ପାଇଁ ଛୁଟି ରହିବ। ଏ ନେଇ ସୋମବାର ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ସେପ୍ଟେମ୍ବର ୧ତାରିଖ ପୂର୍ବାହ୍ନ ୧୧ଟାରେ ବିଧାନସଭା ଅଧିବେଶନ ଆରମ୍ଭ ପାଇଁ ରାଜ୍ୟପାଳ ସମନ ଜାରି କରିଛନ୍ତି। ଚଳିତଥର ମଧ୍ୟ କୋଭିଡ୍‌ ଗାଇଡ୍‌ଲାଇନ୍‌ ମଧ୍ୟରେ ଗୃହ ପରିଚାଳିତ ହେବ। ଅଧିବେଶନ ସମୟରେ ବିଧାନସଭାକୁ ଆସୁଥିବା ସମସ୍ତ ଜନପ୍ରତିନିଧି, ସେମାନଙ୍କ ଡ୍ରାଇଭର, ବିଧାନସଭା କର୍ମଚାରୀ, ଗଣମାଧ୍ୟମ ପ୍ରତିନିଧିମାନଙ୍କର ଆର୍‌ଟି-ପିସିଆର ପରୀକ୍ଷା ବାଧ୍ୟତାମୂଳକ କରାଯିବ। ତେବେ ଏହି ସ୍ବଳ୍ପକାଳୀନ ବିଧାନସଭା ଅଧିବେଶନ କେତେ ସମୟ ବସିବ ସେ ନେଇ ଆଗାମୀ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ହେବ ବୋଲି ବିଧାନସଭା ସଚିବ ଦାଶରଥି ଶତପଥୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…

କଂଗ୍ରେସ ନେତା ଶଶି ଥରୁରଙ୍କ କନଭଏ ଉପରେ ଆକ୍ରମଣ, ବନ୍ଧୁକଧାରୀ ସହ ଡ୍ରାଇଭର ଆହତ

ଥିରୁଭାନନ୍ତପୁରମ,୪।୪: କଂଗ୍ରେସ ଏମପି ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ ସମ୍ପର୍କିତ ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା କେରଳର ୱାଣ୍ଡୁର ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri