ପ୍ରାର୍ଥୀଙ୍କ ପାଇଁ ବିଧାୟକଙ୍କ ପ୍ରଚାର

କଣିହାଁ/ ଅନୁଗୋଳ ଅଫିସ,୫ ।୨ କଣିହାଁ ବ୍ଲକ ୧୦ ନମ୍ବର ଜିଲା ପରିଷଦ ଜୋନ୍‌ ବିଜେଡି ପ୍ରାର୍ଥୀଙ୍କ ପାଇଁ ଶୁକ୍ରବାର ପ୍ରଚାର ଆରମ୍ଭ କରିଛନ୍ତି ପାଲଲହଡ଼ା ବିଧାୟକ ମୁକେଶ କୁମାର ପାଳ। ବିଧାୟକ ପ୍ରଥମେ କର୍ଣ୍ଣପାଳ ପଞ୍ଚାୟତର ମା’ ଲୁଧୁଣୀ ମନ୍ଦିରଠାରେ ପୂଜାପାଠ କରି କର୍ଣ୍ଣପାଳ, କୁସୁମପାଳ, ଶିପୁର ଗ୍ରାମର ଘରକୁ ଘର ଯାଇ ଜିଲା ପରିଷଦ ପ୍ରାର୍ଥୀ ରଶ୍ମିତା ବେହେରା ଓ ସମର୍ଥିତ ସରପଞ୍ଚ ପ୍ରାର୍ଥୀ ଜଳଧର ସାମଲ, ସମିତି ସଭ୍ୟା ପ୍ରାର୍ଥୀ ରଶ୍ମିତା ବିଶ୍ୱାଳ, ପରାବିଲ ପଞ୍ଚାୟତର ସମର୍ଥିତ ସରପଞ୍ଚ ପ୍ରାର୍ଥୀ ଝୁନୁବାଳା ମଲିକ ଓ ସମିତି ସଭ୍ୟା ପ୍ରାର୍ଥୀ ଲିପି ନାଏକଙ୍କ ପାଇଁ ଭୋଟ ମାଗିଥିଲେ। ବିଧାୟକଙ୍କ ସହ କଣିହାଁ ବ୍ଲକ ବିଜେଡି ସଭାପତି କୈଳାସ ଚନ୍ଦ୍ର ସାହୁ, କର୍ଣ୍ଣପାଳ ପଞ୍ଚାୟତ ସଭାପତି ରବିଚନ୍ଦ୍ର ରାଉତ, ଯୁବନେତା ସୁବାସ ଚନ୍ଦ୍ର ମହାନ୍ତି, ଦେବରାଜ ପ୍ରଧାନ, ଗୋକୁଳ ପ୍ରଧାନ, ହିଲଳ ଜେନା, ପର୍ଶୁରାମ ବିଶ୍ୱାଳ, ବିରଞ୍ଚି ନାରାୟଣ ସାହୁ, ଧ୍ରୁବ ଚରଣ ବିଶ୍ୱାଳ ପ୍ରମୁଖ ବହୁ ବିଜେଡି କର୍ମୀ ଯୋଗ ଦେଇଥିଲେ। ସେହିପରି ଛେଣ୍ଡିପଦା ନିର୍ବାଚନମଣ୍ଡଳୀ ୨୫ ନମ୍ବର ଜିଲା ପରିଷଦ ଜୋନରୁ ବିଜେଡି ପ୍ରାର୍ଥୀ ଦିଲୀପ କୁମାର ପ୍ରଧାନଙ୍କ ପାଇଁ ଘର ଘର ବୁଲି ଭୋଟ ଭିକ୍ଷା କରିଛନ୍ତି ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା। ଏଥିସହ ଜରାସିଂହା ପଞ୍ଚାୟତର ସମର୍ଥତ୍ତ ସରପଞ୍ଚ ପ୍ରାର୍ଥୀ ସବିତା ସାହୁ, ସମିତି ସଭ୍ୟା ପ୍ରାର୍ଥୀ ଲିପିକା ପୃଷ୍ଟିଙ୍କ ପାଇଁ ପ୍ରଚାର କରିଛନ୍ତି। ବିଧାୟକଙ୍କ ସହ ଦଳୀୟ କର୍ମକର୍ତ୍ତା ଓ କର୍ମୀମାନେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା...

ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ

ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ...

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...

୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ

ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri