ପ୍ରାର୍ଥୀଙ୍କ ପାଇଁ ବିଧାୟକଙ୍କ ପ୍ରଚାର

କଣିହାଁ/ ଅନୁଗୋଳ ଅଫିସ,୫ ।୨ କଣିହାଁ ବ୍ଲକ ୧୦ ନମ୍ବର ଜିଲା ପରିଷଦ ଜୋନ୍‌ ବିଜେଡି ପ୍ରାର୍ଥୀଙ୍କ ପାଇଁ ଶୁକ୍ରବାର ପ୍ରଚାର ଆରମ୍ଭ କରିଛନ୍ତି ପାଲଲହଡ଼ା ବିଧାୟକ ମୁକେଶ କୁମାର ପାଳ। ବିଧାୟକ ପ୍ରଥମେ କର୍ଣ୍ଣପାଳ ପଞ୍ଚାୟତର ମା’ ଲୁଧୁଣୀ ମନ୍ଦିରଠାରେ ପୂଜାପାଠ କରି କର୍ଣ୍ଣପାଳ, କୁସୁମପାଳ, ଶିପୁର ଗ୍ରାମର ଘରକୁ ଘର ଯାଇ ଜିଲା ପରିଷଦ ପ୍ରାର୍ଥୀ ରଶ୍ମିତା ବେହେରା ଓ ସମର୍ଥିତ ସରପଞ୍ଚ ପ୍ରାର୍ଥୀ ଜଳଧର ସାମଲ, ସମିତି ସଭ୍ୟା ପ୍ରାର୍ଥୀ ରଶ୍ମିତା ବିଶ୍ୱାଳ, ପରାବିଲ ପଞ୍ଚାୟତର ସମର୍ଥିତ ସରପଞ୍ଚ ପ୍ରାର୍ଥୀ ଝୁନୁବାଳା ମଲିକ ଓ ସମିତି ସଭ୍ୟା ପ୍ରାର୍ଥୀ ଲିପି ନାଏକଙ୍କ ପାଇଁ ଭୋଟ ମାଗିଥିଲେ। ବିଧାୟକଙ୍କ ସହ କଣିହାଁ ବ୍ଲକ ବିଜେଡି ସଭାପତି କୈଳାସ ଚନ୍ଦ୍ର ସାହୁ, କର୍ଣ୍ଣପାଳ ପଞ୍ଚାୟତ ସଭାପତି ରବିଚନ୍ଦ୍ର ରାଉତ, ଯୁବନେତା ସୁବାସ ଚନ୍ଦ୍ର ମହାନ୍ତି, ଦେବରାଜ ପ୍ରଧାନ, ଗୋକୁଳ ପ୍ରଧାନ, ହିଲଳ ଜେନା, ପର୍ଶୁରାମ ବିଶ୍ୱାଳ, ବିରଞ୍ଚି ନାରାୟଣ ସାହୁ, ଧ୍ରୁବ ଚରଣ ବିଶ୍ୱାଳ ପ୍ରମୁଖ ବହୁ ବିଜେଡି କର୍ମୀ ଯୋଗ ଦେଇଥିଲେ। ସେହିପରି ଛେଣ୍ଡିପଦା ନିର୍ବାଚନମଣ୍ଡଳୀ ୨୫ ନମ୍ବର ଜିଲା ପରିଷଦ ଜୋନରୁ ବିଜେଡି ପ୍ରାର୍ଥୀ ଦିଲୀପ କୁମାର ପ୍ରଧାନଙ୍କ ପାଇଁ ଘର ଘର ବୁଲି ଭୋଟ ଭିକ୍ଷା କରିଛନ୍ତି ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା। ଏଥିସହ ଜରାସିଂହା ପଞ୍ଚାୟତର ସମର୍ଥତ୍ତ ସରପଞ୍ଚ ପ୍ରାର୍ଥୀ ସବିତା ସାହୁ, ସମିତି ସଭ୍ୟା ପ୍ରାର୍ଥୀ ଲିପିକା ପୃଷ୍ଟିଙ୍କ ପାଇଁ ପ୍ରଚାର କରିଛନ୍ତି। ବିଧାୟକଙ୍କ ସହ ଦଳୀୟ କର୍ମକର୍ତ୍ତା ଓ କର୍ମୀମାନେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୀର ମେମୋରିଆଲ ସର୍ବଭାରତୀୟ ଫୁଟବଲ୍ ଟୁର୍ଣାମେଣ୍ଟ: ଫୁଲବାଣୀର ସୂରଜ ଏକାଦଶ ଚାମ୍ପିଆନ

ବରଗଡ଼,୧୮।୫ (ପ୍ରେମାନନ୍ଦ ଖମାରୀ): ବରଗଡ ୟୁନାଇଟେଡ୍ ସ୍ପୋର୍ଟସ୍ କ୍ଲବ୍, ବରଗଡ଼ ଆନୁକୂଲ୍ୟରେ ସ୍ଥାନୀୟ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ପ୍ରଥମ ସୁଧୀର ମେମୋରିଆଲ ଫ୍ଲଡ୍‌ଲାଇଟ୍ ନାଇଟ୍…

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

କେନ୍ଦୁଝରରେ ଚାଞ୍ଚଲ୍ୟ, ବନ୍ଧୁକ ଦେଖାଇ ଲୁଟି ନେଲେ ୮ ଲକ୍ଷ ଭତ୍ତା ଟଙ୍କା

କେନ୍ଦୁଝର,୧୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାଉରୀ ପଦା ପଞ୍ଚାୟତର ପିଇଓଙ୍କ ଠାରୁ ଭତ୍ତା ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଫାଙ୍କା ଗୁଳି ଚାଳନା କରି…

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି…

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।…

ପୁଇଁତୋଳାରୁ ତାଇଓ୍ବାନ, ଦେବାଶିଷଙ୍କ ସଫଳତାର ଯାତ୍ରା, ଏମିତି କାମ କରି…

ଗଞ୍ଜାମ,୧୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଦେବାଶିଷ ତରାଇ।। ପୁଇଁତୋଳା ଭଳି ଏକ ଗାଁରୁ ଅନ୍ତର୍ଜାତୀୟ ଶିକ୍ଷା ଓ ଗବେଷଣା ମଞ୍ଚ ପର୍ଯ୍ୟନ୍ତ ଦେବାଶିଷ…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri