ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ବ୍ୟସ୍ତ ବିଧାୟକ: ପାଣି ପାଇଁ ହନ୍ତସନ୍ତ ଗ୍ରାମବାସୀ , ଛାତ୍ରୀଛାତ୍ରଙ୍କ ଧାରଣା

ମୋରଡା,୨୨/୬(ସ୍ମାରକ ମାଜୀ): ଜୁନ କୋଡିଏ ତାରିଖରେ ମୟୂରଭଞ୍ଜ ଜିଲାରେ ଭାଜପା ସରକାର ୨ ବର୍ଷ ପୂର୍ତ୍ତି ପାଳନ କରି ସଫଳତାର ଗାଥା ଗାଉଥିବା ବେଳେ ମୋରଡା ନିର୍ବାଚନମଣ୍ଡଳୀ ଅଧୀନ ରାସଗୋବିନ୍ଦପୁର ବ୍ଲକରେ ଦେଖିବାକୁ ମିଳିଛି ଭାଜପା ସରକାରର ଅସଲ ଚିତ୍ର। ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଅଧୀନ ଗାଁଅମର୍ଦା ପଞ୍ଚାୟତର ନୂଆସାହିରେ ପାଣିର ଉତ୍କଟ ସମସ୍ୟା ଦେଖିବାକୁ ମିଳିଛି। ଉକ୍ତ ସାହିରେ ପଚାଶରୁ ଊର୍ଦ୍ଧ୍ବ  ପରିବାର ବସବାସ କରୁଥିବା ବେଳେ ଉକ୍ତ ସାହିକୁ ବସୁଧା ପାନୀୟ ଜଳ ସଂଯୋଗ ହୋଇନାହିଁ। ସାହିରେ ଦୁଇଟି ନଳକୂପ ଥିଲେ ମଧ୍ୟ ଗୋଟିଏ ସମ୍ପୂର୍ଣ ଖରାପ ହୋଇଥବା ବେଳେ ଅନ୍ୟ ଗୋଟିଏ ନଳକୂପରେ ଗୋଳିଆ ନାଲି ପାଣି ବାହାରୁଥିବାରୁ ଏହା ସମ୍ପୂର୍ଣ ଅନୁପଯୋଗୀ ବୋଲି ଗ୍ରାମବାସୀ କହିଛନ୍ତି। ସେହିପରି ଅନ୍ୟ ଏକ ପରିତ୍ୟକ୍ତ କୂଅରୁ ଲୋକେ ପାଣି ବ୍ୟବହାର କରୁଥିବା  ଦେଖିବାକୁ ମିଳିଛି। ତେବେ ପିଇବା ପାଇଁ ଲୋକେ ପଡୋଶୀ ବାଲେଶ୍ଵର ଜିଲା ବସ୍ତା ବ୍ଲକର ସୁନ୍ଦରକୁଲି ଗ୍ରାମରୁ ପାଣି ଆଣୁଛନ୍ତି।

ତେବେ ଏତିକିରେ ଉକ୍ତ ସାହିର ସମସ୍ୟା ସରି ନାହିଁ। ଉକ୍ତ ସାହିରେ ଥିବା ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ର ମାନେ ମଧ୍ୟ ପାଣି ପାଇଁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଉକ୍ତ ବିଦ୍ୟାଳୟରେ ଶିଶୁ ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ବେଳେ ମୋଟ ୪୧ପିଲା ପାଠ ପଢୁଛନ୍ତି। ତେବେ ପାଣି ସମସ୍ୟା ଯୋଗୁ ପିଲାମାନେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ବ୍ୟବହୃତ କରୁଥିବା ଥାଳି ସ୍ଥାନୀୟ ପୋଖରୀ ପାଣିରେ ଧୋଉଛନ୍ତି ଏବଂ ପିଲା ମାନେ ଶୌଚ ହେବା ପାଇଁ ମଧ୍ୟ ଉକ୍ତ ପୋଖରୀକୁ ଯାଉଛନ୍ତି, ଯାହା ଫଳରେ ହଇଜା, ଟାଇଫଏଡ ଭଳି ରୋଗ ସଂକ୍ରମଣର ଆଶଙ୍କା ଦେଖା ଦେଇଛି।
ଉକ୍ତ ସମସ୍ୟା ବାବଦରେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣର କନିଷ୍ଠ ଯନ୍ତ୍ରୀ ଏବଂ ପରେ ରାସଗୋବିନ୍ଦପୁର ବିଡିଓଙ୍କୁ ଜଣାଇଥିଲେ ମଧ୍ୟ ସମସ୍ୟା ସମାଧାନ ହୋଇ ପାରିନାହିଁ। ଶେଷରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଓ଼ ଗ୍ରାମବାସୀ ଲିଖିତ ଭାବେ ମୋରଡା ବିଧାୟକ ତଥା ଗୃହ ଓ଼ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଗତ ଏପ୍ରିଲ ୧୩ ତାରିଖରେ ଜଣାଇଥିଲେ ମଧ୍ୟ ସମସ୍ୟା ସମଧାନ ନହେବାରୁ ସୋମବାର ବାଧ୍ୟ ହୋଇ ଅଭିଭାବକ ଓ଼ ଛାତ୍ରୀଛାତ୍ର ମାନେ ବିଦ୍ୟାଳୟ ଆଗରେ ଧାରଣାରେ ବସିଛନ୍ତି। ଏବାବଦରେ ବିଡିଓ ଅନନ୍ତ କୁମାର ହାଁସଦାଙ୍କୁ ପଚାରିବାରୁ ବିଦ୍ୟାଳୟରେ ଏକ ନୂତନ ନଳକୂପ ସ୍ଥାପନ ପାଇଁ ଟଙ୍କା ମଞ୍ଜୁରୀ ହୋଇଛି, ଯଥାଶୀଘ୍ର ନଳକୂପ ସ୍ଥାପନ ହେବ ବୋଲି କହିଛନ୍ତି। ସେପଟେ ମୋରଡା ବିଧାୟକ ମହାପାତ୍ର ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ବ୍ୟସ୍ତ ବୋଲି ଅଞ୍ଚଳବାସୀ ଆଲୋଚନା କରୁଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?