ପ୍ରାର୍ଥୀଙ୍କ ପାଇଁ କରମା ନାଚିଲେ ବିଧାୟିକା

ସୁନ୍ଦରଗଡ଼, ୧୩।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସରଗରମ ହେଉଛି ସୁନ୍ଦରଗଡ଼ର ରାଜନୀତି। ଶନିବାର ଭାଜପା ଜିଲା ପରିଷଦ ପ୍ରାର୍ଥୀଙ୍କ ଲାଗି ପ୍ରଚାରରେ ସାମିଲ ହୋଇ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ଅଞ୍ଚଳର ପ୍ରସିଦ୍ଧ ‘କରମା’ ନୃତ୍ୟ ପରିବେଷଣ କରିଥିବା ଦେଖିବାକୁ ମିଳିଥିଲା। ଯାହାକୁ ନେଇ ବେଶ୍‌ ଚର୍ଚ୍ଚା ହୋଇଛି।
ସୁନ୍ଦରଗଡ଼ ଜିଲାରେ ପ୍ରାର୍ଥୀଙ୍କ ବିଜୟ ପାଇଁ ସବୁ ଦଳର ହେବିୱେଟ ନେତା ଏବେ ନିର୍ବାଚନ ମୈଦାନରେ। ବିଭିନ୍ନ ଦଳ ପକ୍ଷରୁ ନିଜ କୌଶଳରେ ଆଗେଇ ଚାଲିଛି ପ୍ରଚାର କାର୍ଯ୍ୟ। ଜିଲା ପରିଷଦ ଗଠନ ପାଇଁ ଭାଜପା ତା’ର ପ୍ରାର୍ଥୀମାନଙ୍କୁ କିଭଳି ଅଧିକ ଆସନରେ ଜିତାଇବ ସେ ନେଇ ପ୍ରଚାର ଅଭିଯାନକୁ ଜୋରଦାର କରିଛି। ପ୍ରଚାର ମୈଦାନରେ ଏମ୍‌ପି ଜୁଏଲ ଓରାମ, ବରିଷ୍ଠ ନେତା ରଞ୍ଜନ ପଟେଲ, ବିଧାୟିକା କୁସୁମ ଟେଟେ, ବିଧାୟକ ଭବାନୀ ଶଙ୍କର ଭୋଇ, ଶଙ୍କର ଓରାମ ରହିଛନ୍ତି। ଶନିବାର ସୁନ୍ଦରଗଡ଼ ସଦର ବ୍ଲକ (କ)ଜୋନର ଭାଜପା ପ୍ରାର୍ଥୀ ପ୍ରବୀନ ନାଏକଙ୍କ ସକାଶେ ଏହି ନେତାମାନେ ପ୍ରଚାର କରିଥିଲେ। ଭୋଟରଙ୍କୁ ଆକୃଷ୍ଟ କରିବା ସହ ପଞ୍ଚାୟତ ଫାଇଟରେ ଭାଜପାର ବାଜିମାତ୍‌ କରିବା ଲକ୍ଷ୍ୟନେଇ ଏହି ଅବସରରେ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ କର୍ମୀଙ୍କ ସହିତ ଅଞ୍ଚଳର ପ୍ରସିଦ୍ଧ ‘କରମା’ ନାଚ ନାଚିଥିଲେ। ଏହି ଆସନରେ ଭାଜପା ପ୍ରାର୍ଥୀ ପ୍ରବୀନ ନାଏକଙ୍କ ସହ ବିଜେଡି ପ୍ରାର୍ଥୀ ଅଶ୍ବିନୀ ନାଏକଙ୍କ ସିଧାସଳଖ ପ୍ରତିଦ୍ବନ୍ଦ୍ୱିତା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri