Posted inଜାତୀୟ

ଗର୍ଭବତୀଙ୍କ ଡେଲିଭରୀ କଲେ ବିଧାୟକ…

ଅଇଜ୍ୱଲ, ୧୨।୮: ଡାକ୍ତରରୁ ବିଧାୟକ ସାଜିଥିବା ବିଧାୟକ ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିବା ଜଣେ ଗର୍ଭବତୀଙ୍କ ଡେଲିଭରୀ କରିଛନ୍ତି। ମିଜୋରାମର ବିଧାୟକ ଜେଡ୍‌.ଆର୍‌. ଥିୟାମସଙ୍ଗା ଏଭଳି କରି ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛନ୍ତି। ସୋମବାର ସେ ନିଜ ବିଧାନସଭା କ୍ଷେତ୍ର ଚମ୍ଫାଇ ଗସ୍ତରେ ଥିଲେ। ସ୍ଥାନୀୟ ନଗୁର ଗାଁରେ ୩୮ ବର୍ଷ ବୟସ୍କା ଜଣେ ଗର୍ଭବତୀ ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିବା ଖବର ପାଇ ସେ ସେଠାକୁ ଯାଇଥିଲେ। ସ୍ଥାନୀୟ ହସ୍ପିଟାଲରେ ଡାକ୍ତର କୌଣସି ସ୍ବାସ୍ଥ୍ୟଗତ କାରଣରୁ ଛୁଟିରେ ଥିଲେ। ଗର୍ଭବତୀଙ୍କୁ ୨୦୦ କିଲୋମିଟର ଦୂରରେ ଥିତ୍ବା ଅଇଜ୍ୱାଲ ହସ୍ପିଟାଲକୁ ନେବା ସମ୍ଭବ ନ ଥିଲା। ତେଣୁ ଥିୟାମସଙ୍ଗା ହାତରେ ସିଜର ଧରି ମହିଳାଙ୍କ ଡେଲିଭରୀ କରିଥିଲେ। ମା’ ଏବଂ ଶିଶୁ ସୁସ୍ଥ ଥିବା କୁହାଯାଉଛି। ଭାରତ ମ୍ୟାନ୍‌ମାର୍‌ ସୀମାରେ ଥିବା ଏହି ଦୁର୍ଗମ ଅଞ୍ଚଳରେ ସାଧାରଣ ସ୍ବାସ୍ଥ୍ୟ ପ୍ରାୟତଃ ମିଳି ନ ଥାଏ। ଏହି ଅଞ୍ଚଳର ବିକାଶ ପାଇଁ ଥିୟାମସଙ୍ଗା ଉଦ୍ୟମ ଅବ୍ୟାହତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ରକ୍ଷାବନ୍ଧନ ପୂର୍ବରୁ ପେଟ୍ରୋଲ-ଡିଜେଲ ଦରରେ ବଡ଼ ହଲଚଲ: ବଢିଲା କି କମିଲା କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୭।୮: ଇରାନ ଉପରେ ଆମେରିକାର ନୂଆ କଠୋର ପ୍ରତିବନ୍ଧକ ଲାଗୁ ହେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ମୂଲ୍ୟରେ ବଡ଼ ହ୍ରାସ ଦେଖାଯାଉଛି।…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri