ମାଓବାଦୀ କମାଣ୍ଡରରୁ ବିଧାୟିକା

ମାଲକାନଗିରି,୨୯ା୫: ଦିନ ଥିଲା ମାଓବାଦୀ ସଙ୍ଗଠନର ସେ ନେତୃତ୍ୱ ନେଉଥିଲେ। ତାଙ୍କ ନିର୍ଦ୍ଦେଶରେ ପରିଚାଳିତ ହେଉଥିଲେ ସମସ୍ତେ। ଯେକୌଣସି ସ୍ଥାନରେ ପୋଲିସ ଉପରକୁ ଆକ୍ରମଣ ହେଉ ଅବା ହତ୍ୟା ଘଟଣାର ସେ ପ୍ରସ୍ତୁତ କରୁଥିଲେ ନକ୍ସା। ସେ ଥିଲେ ମହିଳା ମାଓବାଦୀଙ୍କ କମାଣ୍ଡର। ଯେଉଁ ହାତ ଦିନେ ବନ୍ଧୁକ ଧରୁଥିଲା, ସେହି ହାତ ଏବେ ଲୋକଙ୍କୁ ନିଃସ୍ବାର୍ଥପର ସେବା ଯୋଗାଇ ଦେଉଛି। ଅତୀତରେ ମାଓବାଦୀ ଥିବା ଏପରି ଜଣେ ମହିଳା ହେଉଛନ୍ତି ଦାନସୁରି ଅଂଶୁୟା ଓରଫ୍‌ ସିତକା।
୧୬ ବର୍ଷ ବୟସରୁ ଦାନସୁରି ମାଓବାଦୀ ସଙ୍ଗଠନରେ ଯୋଗ ଦେଇଥିଲେ। ଦୀର୍ଘ ୧୭ ବର୍ଷ କାର୍ଯ୍ୟ କରିଥିଲେ। ସେଠାରେ ୧୦ ବର୍ଷ କମାଣ୍ଡର ରୂପେ କାର୍ଯ୍ୟ କରିଥିଲେ। ତେବେ ଲୋକଙ୍କ ଜୀବନ ନେବା, ସ୍ଥାନୀୟ ଅଞ୍ଚଳର ବିକାଶରେ ବାଧା ସୃଷ୍ଟି କରିବା, ଲୋକଙ୍କୁ ଭୟଭୀତ କରି ରଖିବା ଘଟଣା ତାଙ୍କ ଉପରେ ବେଶ୍‌ ପ୍ରଭାବ ପକାଇଥିଲା। ଯେଉଁ ଲକ୍ଷ୍ୟ ଆଦର୍ଶ ନେଇ ସେ ମାଓବାଦୀ ସଙ୍ଗଠନରେ ଯୋଗଦେଇଥିଲେ ତାହା ସୁଦୂର ପରାହତ ହୋଇଥିବା ଅନୁଭବ କରି ଶେଷରେ ସେ ମାଓବାଦୀ ସଙ୍ଗଠନ ଛାଡିଲେ। ଲୋକଙ୍କ ସହ ରହି ସେବା କରିବାକୁ ଚିନ୍ତା କରି ଦାନସୁରି କଂଗ୍ରେସରେ ଯୋଗ ଦେଇଥିଲେ। ନିର୍ବାଚନରେ ମାଲକାନଗିରି ଜିଲା ସୀମାନ୍ତ ତେଲଙ୍ଗାନା ରାଜ୍ୟ ମୁଲକୁଲ ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢି ଏବେ ସେ ବିଧାୟିକା। କରୋନା ମହାମାରୀ ସମୟରେ ଗାଁ ଗାଁ ବୁଲି ଲୋକଙ୍କୁ କରୋନା ସମ୍ପର୍କରେ ସଚେତନ କରୁଛନ୍ତି। ଗରିବ ରୋଗୀଙ୍କୁ ଡାକ୍ତରଖାନା ନେଇ ତାଙ୍କ ଚିକତ୍ସା କରାଉଛନ୍ତି। ଅସହାୟ ଲୋକଙ୍କୁ ଖାଦ୍ୟ ଦେଉଛନ୍ତି। ନିଜ ନିର୍ବାଚନ ମଣ୍ଡଳୀର ଶିକ୍ଷା, ଗମନାଗମନ, ପାନୀୟ ଜଳ ସମସ୍ୟା ଉପରେ ଗୁରୁତ୍ୱ ଦେଇ ଲୋକଙ୍କ ସେବାରେ ଲାଗିଛନ୍ତି ଦାନସୁରି। ଜଣେ ମହିଳା ମାଓବାଦୀ କମାଣ୍ଡରଙ୍କ ଏପରି ପରିବର୍ତ୍ତନ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri