ବିଧାୟକ, ମନ୍ତ୍ରୀଙ୍କ ହେବ କରୋନା ପରୀକ୍ଷା

ଭୁବନେଶ୍ୱର, ୮।୯(ବ୍ୟୁରୋ): ଚଳିତମାସ ଶେଷ ସୁଦ୍ଧା ବିଧାନସଭା ଅଧିବେଶନ ବସିବ। ବୈଠକ ବସିବାର ଦୁଇଦିନ ପୂର୍ବରୁ ମନ୍ତ୍ରୀ, ବିଧାୟକ ଓ କର୍ମଚାରୀମାନଙ୍କର କୋଭିଡ-୧୯ ପରୀକ୍ଷା କରାଯିବ। ଅଧିବେଶନର ପ୍ରସ୍ତୁତି ଓ ବିଧାୟକମାନଙ୍କର କରୋନା ପରୀକ୍ଷା ନେଇ ସୋମବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଗଣମାଧ୍ୟମକୁ ସୂଚନା ଦେଇ ବାଚସ୍ପତି କହିଛନ୍ତି ଯେ, ଅଧିବେଶନରେ ଯୋଗଦେଉଥିବା ସମସ୍ତ ବିଧାୟକ, କର୍ମଚାରୀମାନଙ୍କର ସ୍ବାସ୍ଥ୍ୟ ପ୍ରସଙ୍ଗରେ ବୈଠକ ଅନୁଷ୍ଠିତ ହୋଇଥିଲା। ଆସନ୍ତା ଅଧିବେଶନର ଦୁଇଦିନ ପୂର୍ବରୁ ସମସ୍ତଙ୍କର ଆରଟିପିସିଆର କୋଭିଡ୍‌-୧୯ ପରୀକ୍ଷା କରାଯିବ। ଯେଉଁମାନଙ୍କର କରୋନା ନେଗେଟିଭ ଆସିବ ସେମାନଙ୍କୁ ଗୃହକାର୍ଯ୍ୟରେ ଯୋଗଦେବାକୁ ଅନୁମତି ମିଳିବ। ଯେଉଁମାନଙ୍କର ପଜିଟିଭ ଆସିବ ସେମାନଙ୍କୁ ବିଧାନସଭା ପରିସରକୁ ପ୍ରବେଶ ପାଇଁ ଅନୁମତି ଦିଆଯିବ ନାହିଁ ବୋଲି ବାଚସ୍ପତି କହିଛନ୍ତି। ଭୁବନେଶ୍ୱର ମହାନଗର ନିଗମ ଏବଂ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଡାକ୍ତରୀ ଦଳ କୋଭିଡ୍‌-୧୯ ଟେଷ୍ଟ କରିବେ। ଏହି ଟେଷ୍ଟ ସକାଳ ୬ଟାରୁ ଆରମ୍ଭ ହେବ। ସମସ୍ତଙ୍କର ସ୍ବାବ ସଂଗ୍ରହ କରାଯିବ। ଅଧିବେଶନ ପୂର୍ବରୁ ସମସ୍ତଙ୍କ ରିପୋର୍ଟ ଆସିବ ବୋଲି ପାତ୍ର କହିଛନ୍ତି। ପରବର୍ତ୍ତୀ ୫ ଦିନ ପରେ ମଧ୍ୟ ପୁଣିଥରେ କୋଭିଡ ପରୀକ୍ଷା କରାଯିବ ବୋଲି ସେ କହିଛନ୍ତି।
ଆବଶ୍ୟକ ସ୍ଥଳେ ଅଧିବେଶନ ସମୟରେ ଆଣ୍ଟିଜେନ ଟେଷ୍ଟ କରାଯିବ। ଅଧିବେଶନ ଆରମ୍ଭର ଦୁଇଦିନ ପୂର୍ବରୁ ଏବଂ ଶେଷ ହେବା ଯାଏ ବିଧାୟକମାନେ ଗୃହ ସଂଗରୋଧରେ ରହିବେ। ଅନ୍ୟମାନଙ୍କ ସହ ମିଳାମିଶାକୁ ସମ୍ପୂର୍ଣ୍ଣ ବାରଣ କରାଯିବ। ୬୦ ବର୍ଷରୁ ଊର୍ଦ୍ଧ୍ୱ ବିଧାୟିକା ଓ ବିଧାୟକମାନେ ଭିଡିଓ କନଫରେନ୍ସ ଜରିଆରେ ଅଧିବେଶନରେ ଅଂଶ ଗ୍ରହଣ କରିବେ। ଏଥିନିମନ୍ତେ ଯଥେଷ୍ଟ ପୂର୍ବରୁ ବିଧାନସଭା ସଚିବାଳୟ ପକ୍ଷରୁ ଜଣାଇ ଦିଆଯିବ। ବିଧାୟକମାନଙ୍କୁ ଫେସସିଲ୍ଡ, ମାସ୍କ, ହ୍ୟାଣ୍ଡ ସାନିଟାଇଜର, ହ୍ୟାଣ୍ଡ ଗ୍ଲୋବ୍ସ ଯୋଗାଇ ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ଅନୁରୋଧ କରାଯାଇଛି।
ଏହି ବୈଠକରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର, ବିଧାନସଭା ସଚିବ ଦାଶରଥୀ ଶତପଥୀ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସହ ସମ୍ପର୍କକୁ ନେଇ କହୁ କହୁ ଏମିତି କହିଲେ ମେଲୋନି: ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଓ୍ବାଶିଂଟନ୍‌,୧୭।୬: ବିଶ୍ୱ ନେତାମାନେ ଜି-୭ ଶିଖର ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିବା ପାଇଁ ଫରାସୀ ସହର ଏଭିଆନରେ ଏକାଠି ହୋଇଥିଲେ। ଏହି କାର୍ଯ୍ୟକ୍ରମ ସମୟରେ,…

ଜନସଂଖ୍ୟା ଓ ଜଳବାୟୁ

ପୃଥିବୀରେ ମଣିଷ ବଞ୍ଚିବା ନିମନ୍ତେ ସୁସ୍ଥ ଜଳବାୟୁର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ରକୃତି ରାଣୀର ବରଦାନ ଅନୁସାରେ ମଣିଷ ଏହି ପୃଥିବୀରେ ନିଜର ଜୀବନ ଅତିବାହିତ କରିପାରୁଛି।…

ଏଇ ଭାରତରେ

ଭାରତର ବିଭିନ୍ନ ସହର ଅଧୀନ ବସ୍ତିରେ ରହୁଥିବା ପିଲାମାନେ ଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ସେମାନେ ପ୍ରାୟତଃ ଶ୍ରମିକ ଶ୍ରେଣୀ ପରିବାରର ହୋଇଥିବାରୁ ସେମାନଙ୍କ ଶିକ୍ଷା ଉପରେ ମାତାପିତା…

ରାଜନୈତିକ ପ୍ରତାରଣା

ବିଭିନ୍ନ ସମୟରେ ରାଜନୈତିକ ଦଳ ଜନତାଙ୍କୁ ଅନେକ ପ୍ରତିଶ୍ରୁତି ଦେଇଥାନ୍ତି। ନିର୍ବାଚନୀ ଇସ୍ତାହାର ଜରିଆରେ ଓ ପରବର୍ତ୍ତୀ ସମୟରେ କ୍ଷମତାସୀନ ଦଳ ଭାବେ ପ୍ରତିଶ୍ରୁତି ଦିଅନ୍ତି। କିନ୍ତୁ…

ଲେବାନନ୍‌ରୁ ଇସ୍ରାଏଲ୍‌ ଓହରିବା ଆବଶ୍ୟକ: ଇରାନ

ଦୁବାଇ,୧୭ା୬: ପଶ୍ଚିମ ଏସିଆରେ ଯୁଦ୍ଧ ବନ୍ଦ ଲାଗି ଆମେରିକା ଓ ଇରାନ ସହମତିରେ ପହଞ୍ଚତ୍ଥିବା ଏବଂ ଆସନ୍ତା ୧୯ର ଉଭୟ ପକ୍ଷ ଆନୁଷ୍ଠାନିକ ଭାବେ ଚୁକ୍ତିନାମା ସ୍ବାକ୍ଷର…

ଶୁଭାରମ୍ଭ ବେଳେ ଫୁଲତୋଡ଼ା, ନିଲମ୍ବନ ପରେ ଏତଲା: ଫିଟୁଛି ବକ୍ସ କଣ୍ଡୁଇଟ୍‌ ନିର୍ମାଣ ଅନିୟମିତତା ଗୁମର

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ ନିର୍ମାଣରେ ହୋଇଥିବା ଅନିୟମିତତାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଏହି ଅନିୟମିତତା ଧରାପଡ଼ିବା ପରେ ଗତ ୮ତାରିଖ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ

ଭୁବନେଶ୍ୱର, ୧୭ା୬(ବନ୍ଦନା ସେଠୀ):ଓଡ଼ିଶାରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ମଙ୍ଗଳବାର ଆଉ କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ…

ଆଜି ସୃଷ୍ଟି ହେବ ଧ୍ରୁବ ଯୋଗ, ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ସଫଳତା

ଆଜି ଜୁନ୍ ୧୭ ତାରିଖରେ, ଚନ୍ଦ୍ର କର୍କଟ ରାଶିରେ ଅଛନ୍ତି, ଏବଂ ଚନ୍ଦ୍ର, ବୃହସ୍ପତି ଏବଂ ଶନିଙ୍କ ପ୍ରଭାବ ପ୍ରଭାବଶାଳୀ ହେବ। ପୁନର୍ବାସୁ ନକ୍ଷତ୍ରର ଉପସ୍ଥିତି ‘ଧ୍ରୁବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri