ବିଧାୟକ, ଏମ୍‌ପି, ବିଚାରପତି ବିଦ୍ୟାଳୟକୁ ପୋଷ୍ୟ ଭାବେ ନିଅନ୍ତୁ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ‘ମୋ ସ୍କୁଲ’ କାର୍ଯ୍ୟକ୍ରମରେ ସାମିଲ ହୋଇ ଅତି ବେଶିରେ ୩ଟି ସରକାରୀ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ସମେତ ହାଇକୋର୍ଟର ବିଚାରପତି, ରାଜ୍ୟର ସବୁ ଏମ୍‌ପି, ବିଧାୟକଙ୍କୁ ଅନୁରୋଧ କରିଛନ୍ତି।
ସ୍କୁଲରେ ହିଁ ଆମର ବ୍ୟକ୍ତିତ୍ୱର ମୂଳଦୁଆ ପଡ଼ିଥାଏ। ଶିଶୁକୁ ସ୍କୁଲ ହିଁ ସମାଜ ସହ ଯୋଡ଼ିଥାଏ। ଆମ ସାମାଜିକ ଜୀବନର ଅୟମାରମ୍ଭ ବିଦ୍ୟାଳୟରୁ ହୋଇଥାଏ। ଘର ପରେ ବିଦ୍ୟାଳୟ ସହିତ ଆମ ସମସ୍ତଙ୍କର ଭାବଗତ ବନ୍ଧନ ସବୁଠାରୁ ଅଧିକ। ତେଣୁ ଆମ ଶିକ୍ଷା ଭିତ୍ତିଭୂମିରେ ଉନ୍ନତି ଆଣି ସରକାରୀ ସ୍କୁଲଗୁଡ଼ିକରେ ଏକ ଆଦର୍ଶ ଶୈକ୍ଷିକ ପରିବେଶ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋ ସ୍କୁଲ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଜଣେ ବ୍ୟକ୍ତି ଚାହିଁଲେ ସେ ପଢୁଥିବା ସ୍କୁଲର ବିକାଶରେ ଭାଗୀଦାରି ହୋଇପାରିବ। ରାଜ୍ୟ ସରକାରଙ୍କ ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶର ବହୁ ଓଡ଼ିଆ ସାମିଲ ହୋଇ ସେମାନେ ପଢ଼ିଥିବା ସ୍କୁଲର କାୟାକଳ୍ପରେ ସାମିଲ ହୋଇଛନ୍ତି।
ଏହି ପରିପ୍ରେକ୍ଷୀରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସମେତ ହାଇକୋର୍ଟର ବିଚାରପତି, ସମସ୍ତ ମନ୍ତ୍ରୀ, ସମସ୍ତ ଏମ୍‌ପି ଏବଂ ବିଧାୟକମାନଙ୍କୁ ସେମାନେ ପଢ଼ିଥିବା ସ୍କୁଲ ବା ପସନ୍ଦର ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବା ପାଇଁ ଚିଠି ଲେଖି ଅନୁରୋଧ କରିଛନ୍ତି। ଜଣେ ବ୍ୟକ୍ତି ଚାହିଁଲେ ସର୍ବାଧିକ ୩ଟି ସ୍କୁଲକୁ ପୋଷ୍ୟ ଭାବରେ ଗ୍ରହଣ କରିପାରିବେ।
ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଆପଣମାନେ ନିଜ ନିଜର ଦକ୍ଷତା ଓ ପ୍ରତିଭା ଦ୍ୱାରା ସମାଜରେ ପ୍ରତିଷ୍ଠା ଲାଭ କରିଛନ୍ତି। ଏଥିରେ ଆପଣ ପାଠ ପଢ଼ିଥିବା ସ୍କୁଲର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ବିଦ୍ୟାଳୟ ଆମକୁ ବହୁତ କିଛି ଦେଇଛି। ଆମକୁ ଗଢ଼ିଛି। ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ପାଇଁ ଆମ ଭିତରେ ସାମର୍ଥ୍ୟ ସୃଷ୍ଟି କରିଛି। ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ ଆମର ପ୍ରତିବଦ୍ଧତାକୁ ଆହୁରି ସୁଦୃଢ଼ କରିଛି। ସମାଜ ପ୍ରତି ଉତ୍ତରଦାୟିତ୍ୱକୁ ଠିକ୍‌ ଭାବରେ ନିର୍ବାହ କରିବା ପାଇଁ ମାର୍ଗ ଦେଖାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ରାଜ୍ୟ ସରକାରଙ୍କ ମୋ ସ୍କୁଲ କାର୍ଯ୍ୟକ୍ରମ ଆପଣଙ୍କର ପ୍ରିୟ ସ୍କୁଲ ପାଇଁ କିଛି କରିବା ଲାଗି ସୁଯୋଗ ସୃଷ୍ଟି କରିଛି। ଉଦାର ହୃଦୟରେ ଆପଣଙ୍କ ପ୍ରିୟ ବିଦ୍ୟାଳୟକୁ ପୋଷ୍ୟ ଭାବେ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଛନ୍ତି। ସମାଜର ନେତୃବର୍ଗଙ୍କ ଏହି ସାଧୁ ଉଦ୍ୟମ ଅତ୍ୟନ୍ତ ପ୍ରଭାବଶାଳୀ ହେବା ସହିତ ଆପଣମାନଙ୍କ ପାଇଁ ଅନନ୍ୟ ପରିଚୟ ଓ ଅନ୍ୟମାନଙ୍କ ପାଇଁ ଏକ ଅନୁକରଣୀୟ ଉଦାହରଣ ସୃଷ୍ଟି କରିବ। ମୋ ସ୍କୁଲ କାର୍ଯ୍ୟକ୍ରମରେ ସାମିଲ ହୋଇ ରାଜ୍ୟର ଶୈକ୍ଷିକ ପରିବେଶରେ ଆରମ୍ଭ ହୋଇଥିବା ରୂପାନ୍ତରରେ ଯୋଗ ଦେବା ପାଇଁ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri