Posted inଜାତୀୟ

ଆଖିରେ କଳା କନା ବାନ୍ଧି ବିଧାୟକଙ୍କ ବିକ୍ଷୋଭ ପ୍ରଦର୍ଶନ

ପାଟନା,୨୪।୩: ବିହାର ବିଧାନସଭାରେ ମଙ୍ଗଳବାର ହୋଇଥିବା ହଙ୍ଗାମା ପରେ ବିରୋଧୀ ଦଳଙ୍କ ପକ୍ଷରୁ ଶାସକଙ୍କୁ ଘେରିବା ଆରମ୍ଭ ହୋଇଛି। ବୁଧବାର ବିଧାନସଭା ପରିସରରେ ଆର୍‌ଜେଡି ଏବଂ କଂଗ୍ରେସ ବିଧାୟକମାନେ ଆଖିରେ କଳାକନା ବାନ୍ଧି ଶାନ୍ତିପୂର୍ଣ୍ଣ ଭାବେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ପ୍ରଶ୍ନକାଳ ସମୟରେ ବିଧାୟକଙ୍କ ସହିତ ଧସ୍ତାଧସ୍ତି କରିଥିବା ସୁରକ୍ଷାକର୍ମୀ ଏବଂ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ କରାଯିବା ଲାଗି ସେମାନେ ଦାବି କରିଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ବିରୋଧରେ ବିଧାୟକମାନେ ସ୍ଲୋଗାନ ଦେଇଛନ୍ତି। ବୁଧବାର ରାଜ୍ୟ ବିଧାନପରିଷଦରେ ଏନେଇ ହଙ୍ଗାମା ହେବାର ଆଶଙ୍କାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

ପଶ୍ଚିମବଙ୍ଗରେ ବେଆଇନ ନିଯୁକ୍ତି ରଦ୍ଦ

କୋଲକାତା,୨୩ା୪: ପଶ୍ଚିମବଙ୍ଗର ସରକାରୀ ତଥା ଅନୁଦାନପ୍ରାପ୍ତ ସ୍କୁଲ୍‌ଗୁଡ଼ିକ ପାଇଁ ୨୦୧୬ର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ କାଲ୍‌କାଟା ହାଇକୋର୍ଟ ସୋମବାର ରଦ୍ଦ କରିଦେଇଛନ୍ତି। ଫଳରେ ୨୫,୭୫୩ ଜଣ...

ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କଲା କଂଗ୍ରେସ, ଏହି ଆସନରେ ଦେଲା ପ୍ରାର୍ଥୀ

ନୂଆଦିଲ୍ଲୀ,୨୨।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ସୋମବାର ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି)...

ତାଜମହଲକୁ ନେଇ କାହିଁକି ଏଏସ୍‌ଆଇର ମତ ଲୋଡ଼ିଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୨୨ା୪: ସୋମବାର ସୁପ୍ରିମକୋର୍ଟ ତାଜମହଲ ଏବଂ ଏହାର ଆଖପାଖର ସଂରକ୍ଷଣ ପାଇଁ ପ୍ରସ୍ତୁତ ଭିଜନ ଡକ୍ୟୁମେଣ୍ଟ ଏବଂ ପ୍ଲାନ୍‌ ଉପରେ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଅଫ୍‌ ଇଣ୍ଡିଆ...

କୋର୍ଟରୁ କେଜ୍‌ରିଓ୍ବାଲ୍‌ଙ୍କୁ ଆଉ ଏକ ଝଟ୍‌କା

ନୂଆଦିଲ୍ଲୀ,୨୨ା୪: କୋର୍ଟରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଡାଇବେଟିସ୍‌ ସମ୍ବନ୍ଧରେ ତାଙ୍କ ବ୍ୟକ୍ତିଗତ ଡାକ୍ତରଙ୍କ ସହ ନିୟମିତ ପରାମର୍ଶ କରିବାକୁ...

ଭାଜପା ପ୍ରାର୍ଥୀ ମୁକେଶ ଦଲାଲ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ନୂଆଦିଲ୍ଲୀ,୨୨।୪: ସୁରଟରେ ଭାଜପା ପ୍ରାର୍ଥୀ ମୁକେଶ ଦଲାଲ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ରାଜ୍ୟ ଭାଜପା ସଭାପତି ସିଆର ପାଟିଲ ଏହି ସୂଚନା ଦେଇଛନ୍ତି। ସୁରଟରେ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri