କୋଭିଡ୍‌ ନିୟମ ଉଲ୍ଲଂଘନକୁ ବିଧାୟକଙ୍କ ଖଣ୍ଡନ

ସୋରଡ଼ା,୨୭। ୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ବାପାଙ୍କ ଶ୍ରାଦ୍ଧ ଦିବସ ଉପଲକ୍ଷେ ସୋମବାର ପୈତୃକ ଗ୍ରାମରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ରହ୍ମପୁର ବ୍ଲଡ ବ୍ୟାଙ୍କର ଡାକ୍ତରୀ ଦଳ ୫୦୧ ୟୁନିଟ ରକ୍ତ ସଂଗ୍ରହ କରିଥିଲେ। ଶ୍ରାଦ୍ଧ ଦିବସରେ ହନୁମାନ ଚାଳିଶା ପାଠ, ବେଦ ପାଠ ହୋଇଥିବା ବେଳେ ସୋରଡ଼ା ବ୍ଲକର ୨୬ ପଞ୍ଚାୟତରୁ ଜନସାଧାରଣ ଯୋଗଦେଇଥିଲେ। ତେବେ ସେଠାରେ କୋଭିଡ୍‌ ନିୟମ ଉଲ୍ଲଂଘନ କରି ଶତାଧିକ ଲୋକଙ୍କ ଭିଡ଼ ଜମିଥିବା ନେଇ କେତେକ ଗଣମାଧ୍ୟମରେ ଚର୍ଚ୍ଚା ଚାଲିଥିବା ବେଳେ ବିଜେଡି ବ୍ଲକ ସଭାପତି ବସନ୍ତ ସ୍ବାଇଁ ଏହାକୁ ଖଣ୍ଡନ କରିଛନ୍ତି। ଯେଉଁମାନେ ରକ୍ତଦାନ କରିବାକୁ ଆସିଥିଲେ ସେମାନଙ୍କ ପାଇଁ ପ୍ରସାଦ ସେବନ ବ୍ୟବସ୍ଥା କରାଯାଇଥିଲା ଏବଂ ଶିବିରରେ କୋଭିଡ୍‌ ନିୟମକୁ ପାଳନ କରାଯାଇଥିଲା ବୋଲି ସେ କହିଛନ୍ତି। ଏ ସମ୍ପର୍କରେ ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କୁ ପଚାରିବାରୁ ଶିବିରରେ ୫୦୧ ଲୋକ ରକ୍ତଦାନ କଲେ ଏବଂ ଶିବିର ପରିଚାଳନା ପାଇଁ କିଛି ଖାଦ୍ୟ ବ୍ୟବସ୍ଥା କରାଯାଇଥିଲା। ଏହି ସମୟରେ ଗ୍ରାମରେ ଅନ୍ୟ ଜଣେ ବ୍ୟକ୍ତିଙ୍କର ଭୋଜି ଚାଲିଥିଲା। ସେ ଭୋଜିରେ କ’ଣ ହୋଇଥିବ ଆମେ ଜାଣିନୁ। କିନ୍ତୁ ଆମେ ଶିବିରରେ କୋଭିଡ୍‌ ନିୟମ ପାଳନ କରି ରକ୍ତଦାନ ସମ୍ପାଦନ କରିଥିଲୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri