ମେଳି କରି ଭୋଟ ଦେବାକୁ ଶପଥ କରାଇଲେ ବିଧାୟକଙ୍କ ପୁଅ

ମାଲକାନଗିରି,୧୭ା୨(ଡି.ଏନ୍‌.ଏ.): ଗଣତନ୍ତ୍ରିକ ରାଷ୍ଟ୍ରରେ ଭୋଟ ଦେବାର ଅଧିକାର ସମସ୍ତଙ୍କର ରହିଛି। ଜଣେ ଭୋଟର କୌଣସି ଚାପ କିମ୍ବା ଅର୍ଥ ଲୋଭର ନ ପଡି ନିଜ ଇଚ୍ଛାରେ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବା ତାଙ୍କ ଅଧିକାର ରୂପେ ସ୍ବୀକୃତ କରାଯାଇଛି। ଯଦି କେହି ଭୋଟରଙ୍କ ଉପରେ ଚାପ ପ୍ରୟୋଗ କରେ ତା’ହେଲେ ଜେଲଦଣ୍ଡ ଭୋଗିବା ଭଳି କଡ଼ା ନିୟମ ରହିଛି। ଏହା ସତ୍ତ୍ୱେ ଏହି ନିୟମକୁ ନିର୍ବାଚନରେ ଖୋଲାଖୋଲି ଉଲ୍ଲଂଘନ କରାଯାଉଛି। ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଏପରି ଏକ ଚିତ୍ର ଏବେ ପଦାକୁ ଆସିଛି। ଚିତ୍ରକୋଣ୍ଡା ବିଧାୟକଙ୍କ ପୁଅ ମହେଶ ବାକା ଏହି ଆଇନର ଉଲ୍ଲଂଘନ କରି ତାଙ୍କୁ ଭୋଟ ଦେବାକୁ ଭୋଟରଙ୍କୁ ଶପଥପାଠ କରାଉଥିବା ଅଭିଯୋଗ ହୋଇଛି।

ଖବରରୁ ଜଣାପଡ଼ିଛି ଖଇରପୁଟ ବ୍ଲକ ବଡ଼ଡୁରାଲ ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ଭିକାରି କିର୍ସାନୀ ଓ ଅନ୍ୟ କେତେଜଣ ପ୍ରାର୍ଥୀଙ୍କୁ ଭୋଟ ଦେବାପାଇଁ ଜଙ୍ଗଲ ମଧ୍ୟରେ ମେଳି କରାଇ ବିଧାୟକଙ୍କ ପୁଅ ଶପଥ କରାଇଛନ୍ତି। ଯଦି ଏଥିରେ ସେମାନେ ଖିଲାପ କରନ୍ତି ଭଗବାନଙ୍କ ନିକଟରେ ଦଣ୍ଡିତ ହେବେ ବୋଲି ଲୋକଙ୍କୁ ଭୟଭୀତ କରାଇଛନ୍ତି। ଶୁକ୍ରବାର ଖଇରପୁଟ ବ୍ଲକରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବାବେଳେ ନିର୍ବାଚନର କିଛି ଘଣ୍ଟା ପୂର୍ବରୁ ଏପରି ଶପଥପାଠ କାର୍ଯ୍ୟକ୍ରମ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଘଟଣାକୁ ନେଇ ବିରୋଧୀ ଏହାକୁ ଅସ୍ତ୍ର କରିବାକୁ ସୁଯୋଗ ପାଇଛନ୍ତି। ଏହି ସଂକ୍ରାନ୍ତରେ ଖଇରପୁଟ ବିଡିଓ ତଥା ବ୍ଲକ ନିର୍ବାଚନ ଅଧିକାରୀ ହୃଦାନନ୍ଦ ସାହୁଙ୍କୁ ପଚାରିବାରୁ ଘଟଣାର ତଦନ୍ତ କରାଯିବ ବୋଲି କହିଛନ୍ତି। ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ହେଉଥିବା ପ୍ରମାଣିତ ହେଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଡିଓ କହିଥିଲେ। ଏ ସମ୍ପର୍କରେ କଂଗ୍ରେସ ଜିଲା ସଭାପତି ଗୋବିନ୍ଦ ପାତ୍ରଙ୍କୁ ପଚାରିବାରୁ ସେ କହିଲେ, ଶାସକ ଦଳ ନିଜର ବାହୁବଳ ଓ ଅର୍ଥବଳ ପ୍ରୟୋଗ କରି ନିର୍ବାଚନ ବୈତରଣୀ ପାରହେବାକୁ ଚେଷ୍ଟା କରୁଛି। ଦଳ ହାରିଯିବା ଭୟ ଥିବାରୁ ଭଗବାନଙ୍କ ଆଶ୍ରୟ ନେଇ ଏପରି ଶପଥ ପାଠ କରାଉଛନ୍ତି ବୋଲି ସେ କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri