Posted inଜାତୀୟ

କ୍ଷମତାକୁ ନ ଫେରିବା ଯାଏ ବିଧାନସଭା ଆସିବେ ନାହଁ

ଅମରାବତୀ, ୧୯।୧୧: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁଦେଶମ୍‌ ପାର୍ଟି (ଟିଡିପି) ନେତା ଏନ୍‌. ଚନ୍ଦ୍ରାବାବୁ ନାଇଡୁ ଶୁକ୍ରବାର ରାଜ୍ୟ ବିଧାନସଭାରୁ କକ୍ଷତ୍ୟାଗ କରିବା ସମୟରେ କାନ୍ଦି ପକାଇଥିଲେ। ଶାସକ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟି ସଦସ୍ୟମାନଙ୍କ ଅପମାନଜନକ ମନ୍ତବ୍ୟରେ କ୍ଷୁବ୍ଧ ଚନ୍ଦ୍ରାବାବୁ ବିଧାନସଭାକୁ ତାଙ୍କ କାର୍ଯ୍ୟକାଳର ଅବଶିଷ୍ଟ ସମୟ ପାଇଁ ଆଉ ଆସିବେ ନାହିଁ ବୋଲି ପ୍ରତିଜ୍ଞା କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ସେ ଗୃହକୁ ଫେରିବେ ବୋଲି ୭୧ ବର୍ଷୀୟ ଟିଡିପି ନେତା କହିଛନ୍ତି। ବିଧାନସଭା ଶୀତ ଅଧିବେଶନରେ ଦ୍ୱିତୀୟ ଦିନ ପାଇଁ ମହିଳା ସଶକ୍ତିକରଣ ଉପରେ ଆଲୋଚନା ଚାଲିଥିବାବେଳେ ଶାସକ ଦଳର କେତେଜଣ ସଦସ୍ୟ ତାଙ୍କ ସ୍ତ୍ରୀଙ୍କୁ ଆକ୍ଷେପ କରି ଅପମାନଜନକ ମନ୍ତବ୍ୟ ଦେଇଥିଲେ।

ଟିଡିପି ମୁଖ୍ୟାଳୟଠାରେ ଖବରଦାତା ସମ୍ମିଳନୀକୁ ଉଦ୍‌ବୋଧନ ଦେବା ବେଳେ ଚନ୍ଦ୍ରାବାବୁ କାନ୍ଦିବା ସହ କିଛି ସମୟ ମୁହଁକୁ ହାତରେ ଘୋଡ଼ାଇ ରଖିଥିଲେ ଓ କିଛି କହିପାରି ନ ଥିଲେ। ସେ କହିଥିଲେ, ତାଙ୍କ ସ୍ତ୍ରୀ କଦାପି ରାଜନୀତିରେ ନାହାନ୍ତି। ସେ କ୍ଷମତାରେ ଥାଆନ୍ତୁ କି ନ ଥାଆନ୍ତୁ ସ୍ତ୍ରୀ କେବେ ବି ରାଜନୀତିରେ ହସ୍ତକ୍ଷେପ କରି ନ ଥାନ୍ତି। ତଥାପି ଶାସକ ଦଳ ସଦସ୍ୟ ତାଙ୍କ ସ୍ତ୍ରୀଙ୍କୁ ନେଇ ଅପମାନଜନକ ମନ୍ତବ୍ୟ ଦେଉଛନ୍ତି। ନିଜ ୪୦ ବର୍ଷର ରାଜନୈତିକ କ୍ୟାରିୟର ମଧ୍ୟରେ ସେ କେବେ ଏଭଳି ଅପମାନିତ ହୋଇ ନ ଥିଲେ ବୋଲି ଚନ୍ଦ୍ରାବାବୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri