Posted inଜାତୀୟ

ରୁପା କଡ଼ା ନେବା ପାଇଁ ୧୦୮ ବର୍ଷୀୟା ମହିଳାଙ୍କ ୨ ଗୋଡ କାଟିଦେଲେ ଚୋର

ଜୟପୁର,୯।୧୦: ଜୟପୁରରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ରୂପା କଡ଼ା ନେବା ପାଇଁ ୧୦୮ ବର୍ଷୀୟା ମହିଳାଙ୍କ ୨ ଗୋଡ କାଟିଦେଇଛନ୍ତି ଚୋର। ଜୟପୁରର ମୀନା କଲୋନି ଗାଲଟାଗେଟର ଯମୁନା ଦେବୀ (୧୦୮) ତାଙ୍କ ଝିଅ ଗୋବିନ୍ଦୀ ଏବଂ ନାତୁଣୀ ମମତା (୨୨)ଙ୍କ ସହିତ ରୁହନ୍ତି। ରବିବାର ସକାଳ ପାଞ୍ଚଟା ବେଳେ କିଛି ଚୋର ତାଙ୍କ ଘରେ ପ୍ରବେଶ କରିଥିଲେ। ଚୋରମାନେ ଯମୁନା ଦେବୀଙ୍କୁ ବାଥରୁମକୁ ଟାଣି ନେଇ ଦୁଇ ଗୋଡ କାଟି ରୂପା କଡା ବାହାର କରିଥିଲେ। ଚୋରମାନେ ମହିଳାଙ୍କ ପାଟିକୁ ଚାପି ଦେଇଥିଲେ। ଏହି କାରଣରୁ ସେ ଚିତ୍କାର ମଧ୍ୟ କରିପାରି ନ ଥିଲେ।
ବୃଦ୍ଧ ମହିଳା ମଧ୍ୟ ତାଙ୍କ ବେକରେ ସୁନା ଚେନ୍‌ ପିନ୍ଧିଥିଲେ। ଏହାକୁ ଲୁଟିବା ପାଇଁ ଅଭିଯୁକ୍ତ ମହିଳାଙ୍କ ବେକ ଉପରେ ଆକ୍ରମଣ କରିଥିଲା, କିନ୍ତୁ କାହାର କେହି ଆସିବା ଭୟରେ ସେମାନେ ଘଟଣାସ୍ଥଳରୁ ପଳାଇ ଯାଇଥିଲେ। ଯମୁନା ଦେବୀ ଝିଅ ଏବଂ ନାତୁଣୀ ସକାଳ ପ୍ରାୟ ଛଅଟା ବେଳେ ଉଠିବା ପରେ ମା’ଙ୍କୁ ଖୋଜିଥିଲେ। ପରେ ଯୁମନା ଦେବୀ ବାଥରୁମ୍‌ରେ ଚେତାଶୂନ୍ୟ ଅବସ୍ଥାରେ ପଡିଥିଲେ।
ସୂଚନା ପାଇଁ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ବର୍ତ୍ତମାନ ପୋଲିସ କ୍ରାଇମବ୍ରାଞ୍ଚର ସିସିଟିଭି ଯାଞ୍ଚ କରୁଛି। ଯମୁନା ଦେବୀ ଜୟପୁରର ଏସଏମଏସ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri