ଧର୍ମେନ୍ଦ୍ର ଔଷଧ ବିକଳରେ ତାଟିଆ କାମୁଡ଼ୁଛନ୍ତି: ଲେନିନ୍‌

ସମ୍ବଲପୁର,୧୧ା୫(ପ୍ରମୋଦ ବହିଦାର): ଆଗାମୀ ୧୨ ବର୍ଷ ମଧ୍ୟରେ ଓଡ଼ିଶାକୁ ସମଗ୍ର ଦେଶରେ ଏକ ନମ୍ବର ରାଜ୍ୟରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାକୁ ଦୃଷ୍ଟିରେ ରଖି ବିଜେଡିର ନିର୍ବାଚନୀ ଇସ୍ତାହାରରେ ବିକଶିତ ଓଡ଼ିଶାର ଚିତ୍ର ପ୍ରତିଫଳିତ ହେଉଛି। ଏହାକୁ ଦେଖି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାରିବା ଭୟ ଘାରିଛି। ନିଜ ଦୋଷ ଦୁର୍ବଳତାରେ ସୁଧାର କରିବା ପରିବର୍ତ୍ତେ ବିଜେଡିର ନିର୍ବାଚନୀ ଇସ୍ତାହାରରେ ତ୍ରୁଟି ଖୋଜିବାରୁ ନିବୃତ୍ତ ରୁହନ୍ତୁ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତି ଏକ ପ୍ରେସ ବିବୃତି ମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନଙ୍କୁ ପରାମର୍ଶ ଦେଇଛନ୍ତି।
କହିଛନ୍ତି, ବିଜେଡିର ନିର୍ବାଚନୀ ଇସ୍ତାହାରକୁ ସମାଲୋଚନା କରିଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତ ନିର୍ବାଚନ ପରେ କେନ୍ଦ୍ରରେ ସରକାର ଗଢ଼ିବା ସମୟରେ ଭାଜପାର ୨ ଲକ୍ଷ ଚାକିରି ଓ ପ୍ରତ୍ୟେକ ପରିବାରଙ୍କ ବ୍ୟାଙ୍କ ଜମାଖାତାରେ ୧୫ ଲକ୍ଷ ଟଙ୍କା ଜମାହେବ ବେଲି ଦେଇଥିବା ପ୍ରତିଶ୍ରୁତିକୁ ଭୁଲିଯାଇଛନ୍ତି। ଓଡିଆ ଅସ୍ମିତାକୁ ଆକ୍ରମଣ କରୁଥିବା ଧର୍ମେନ୍ଦ୍ର ପ୍ରଧାନ ବିଜେଡିର ନିର୍ବାଚନୀ ଇସ୍ତାହାରକୁ ମନଦେଇ ପଢ଼ିବା ଉଚିତ। ଯେଉଁଥିରେ ଶିକ୍ଷା, ସ୍ବାସ୍ଥ୍ୟ, କୃଷି, କ୍ରୀଡ଼ା, ଗମନାଗମନ, ପରିବହନ, ପର୍ଯ୍ୟଟନ, ମହିଳା ସଶକ୍ତୀକରଣ, ଯୁବ ଦକ୍ଷତା ବିକାଶ, ଓଡ଼ିଶାର ଐତିହ୍ୟ, ସଂସ୍କୃତିର ସୁରକ୍ଷା ଓ ବିକାଶ କ୍ଷେତ୍ରରେ ଯୁଗାନ୍ତକାରୀ ପରିବର୍ତ୍ତନ ପାଇଁ ଅନେକ ଯୋଜନା ରହିଛି। ମୁଖ୍ୟମନ୍ତ୍ରୀ ଯାହା କହନ୍ତି, ତାହା କରନ୍ତି। ତେଣୁ ଏହା କେବଳ ଏକ ନିର୍ବାଚନୀ ଇସ୍ତାହାର ନୁହେଁ, ଓଡ଼ିଶାବାସୀଙ୍କ ପାଇଁ ଭରସାର ପତ୍ର ବୋଲି ବିଜେଡି ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ବିଜେଡିର ନିର୍ବାଚନୀ ଇସ୍ତାହାର ବିରୋଧୀଙ୍କ ନିଦ ହଜାଇ ଦେଇଥିବା ବେଳେ ଧର୍ମେନ୍ଦ୍ର ପ୍ରଧାନଙ୍କ ପାଇଁ ଚିନ୍ତା ବଢ଼ାଇ ଦେଇଛି। ତେଣୁ ଧର୍ମେନ୍ଦ୍ର ଅଯଥା ଔଷଧ ବିକଳରେ ତାଟିଆ କାମୁଡ଼ୁଛନ୍ତି ବୋଲି ଲେନିନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?