Posted inଜାତୀୟ

ଲେମ୍ବୁ କିଲୋ ୩୦୦

ନୂଆଦିଲ୍ଲୀ,୭।୪: ଦେଶରେ ପେଟ୍ରୋଲ, ଡିଜେଲ ଓ ସିଏନ୍‌ଜି ଉପରେ ମହଙ୍ଗା ମାଡ଼ ପରେ ସାଧାରଣଲୋକଙ୍କ ପାଇଁ ପନିପରିବା ଦର ଏବେ ଆକାଶଛୁଆଁ ହୋଇଛି। ଇତିମଧ୍ୟରେ ଦିଲ୍ଲୀରେ ଲେମ୍ବୁର ମୂଲ୍ୟ କିଲୋଗ୍ରାମ ପ୍ରତି ୩୦୦ଟଙ୍କା ହୋଇଥିବା ଜଣାପଡ଼ିଛି। ହୋଲସେଲ୍‌ ବଜାରରେ ଲେମ୍ବୁର ମୂଲ୍ୟ କିଲୋଗ୍ରାମ ପ୍ରତି ୨୦୦ରୁ ୨୫୦ ଟଙ୍କା ରହିଥିବା ବେଳେ ଖୁଚୁରା ବଜାରରେ ଏହାର ମୂଲ୍ୟ ୩୦୦ରୁ ଅଧିକ ଦାମ୍‌ ରହିଛି। ସେହିପରି ଅନ୍ୟ ପନିପରିବାର ମଧ୍ୟ ସମାନ ଅବସ୍ଥା। ଗତ ସପ୍ତାହରେ ଦିଲ୍ଲୀର ଗାଜୀପୁର ମଣ୍ଡିର ହୋଲ୍‌ସେଲ ବଜାରରେ କୋବି କିଲୋଗ୍ରାମ ପିଛା ୨୫ ଟଙ୍କା ପର୍ଯ୍ୟନ୍ତ ବିକ୍ରି ହେଉଥିବା ବେଳେ ବର୍ତ୍ତମାନ ଏହା ୪୦ କିଲୋଗ୍ରାମରେ ବିକ୍ରି ହେଉଛି। ସେହିପରି ଭେଣ୍ଡି କିଲୋଗ୍ରାମ ପ୍ରତି ୯୦ ଟଙ୍କା, କ୍ୟାପସିକମ୍‌ ୫୦ରୁ ୬୦ ଟଙ୍କା ଓ ଅଦା ୬୦ଟଙ୍କା କିଲୋଗ୍ରାମରେ ବିକ୍ରି ହେଉଥିଲା। କିନ୍ତୁ ଏବେ ଖୁଚୁରା ବଜାରରେ ଲେମ୍ବୁ କିଲୋଗ୍ରାମ ୩୨୦ ଟଙ୍କାରେ ବିକ୍ରି ହେଉଛି। ଅର୍ଥାତ୍‌ ଗୋଟିଏ ଲେମ୍ବୁର ମୂଲ୍ୟ ୧୫ରୁ ୨୦ଟଙ୍କା ରହିଛି। ଏତଦ୍‌ ବ୍ୟତୀତ କ୍ୟାପସିକମ୍‌ କିଲୋଗ୍ରାମ ପ୍ରତି ୧୨୦ଟଙ୍କା, ଭେଣ୍ଡି ୧୦୦ଟଙ୍କା, ମଟର ୯୦ ଓ ପୋଟଳ ୮୦ଟଙ୍କା ରହିଛି। ଗ୍ରୀଷ୍ମ ଋତୁରେ କଞ୍ଚା ଆମ୍ବ ସ୍ବାଦ ବଢ଼ାଉଥିବା ବେଳେ ଏହାର ମୂଲ୍ୟ କିଲୋଗ୍ରାମ ପ୍ରତି ୨୫୦୦ ଟଙ୍କା ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’, ଝିଅଙ୍କୁ ହତ୍ୟା 

ଠାକୁରମୁଣ୍ଡା,୨୭।୬(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ମହୁଲଡିହା ଥାନା ଅଧୀନ ତରାମରା ପଞ୍ଚାୟତ ମୁକ୍ତାଝରୀ ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି।  ମା’, ଝିଅଙ୍କୁ…

ବର୍ଷାରେ ବେହାଲ କୋରାପୁଟ: ରାସ୍ତାରେ ଭାସିଲା ନର୍ଦ୍ଦମା ପାଣି

କୋରାପୁଟ, ୨୭।୬(ଅମିତାଭ ବେହେରା): କୋରାପୁଟ ସହରରେ ଶନିବାର ଅପରାହ୍ନ ୧ଟାରୁ ୨ଟା ଯାଏ ପ୍ରାୟ ଘଣ୍ଟାଏ ଧରି ପ୍ରବଳ ବର୍ଷା ହୋଇଛି। ବର୍ଷାରେ ସହରର ଜନଜୀବନ ବେହାଲ…

ତାମିଲନାଡୁ ଗ୍ୟାସ୍‌ ଲିକ୍‌: ଆଖି ବୁଜିଲେ ଆଉ ଜଣେ ଜୁଆଙ୍ଗ ଯୁବତୀ

ଭୁବନେଶ୍ୱର,୨୭।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ ଘଟଣାରେ ଶନିବାର ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ମନ୍ଦିରରୁ ଦର୍ଶନ ସାରି ଫେରିବାବେଳେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଇ ଅଟୋ…

ଦିଗପହଣ୍ଡି,୨୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଳାସପୁର ନିକଟ ନୂଆ ଜଲମରା ବ୍ରିଜ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ସ୍କୁଟି (ନଂ. ଓଡ଼ି୩୨ ଏମ…

ଥରିଲା ଆଫଗାନିସ୍ତାନ: ଭାରତ, ପାକିସ୍ତାନରେ ଝଟ୍‌କା

କାବୁଲ/ନୂଆଦିଲ୍ଲୀ,୨୭ା୬: ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଶନିବାର ରାତିରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୬.୨ ଥିବା ନ୍ୟାଶନାଲ ସେଣ୍ଟର ଫର୍‌…

ଧାନକିଣାରେ ମନ୍ଥର, ଜୁନ ଶେଷ, ଉଠିନି ମେ’ ମାସର ଧାନ

ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ମେ ୨୦ରୁ ରବି ଧାନ ମଣ୍ଡି ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଉକ୍ତ ମାସର ଧାନ ଉଠିପାରିନାହିଁ। ଫଳରେ ଗତ ମାସେ…

ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ…

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ, ପାଚେରି ତଳେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୨୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ତଥା ହିଞ୍ଜିଳୀଥାନା ଅନ୍ତର୍ଗତ ଅନ୍ତରିଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ପାଶର୍‌ବଦେଇ ଯାଇଥିବା ଋଷିକୂଲ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri