ଲେଙ୍ଗୁ ମିଶ୍ର ଛକ -ଜୀରାବ୍ରିଜ ରାସ୍ତା ଜବରଦଖଲ: ବାଜିଲା ଡାକବାଜି, ୩୦ରୁ ଉଚ୍ଛେଦ ଆରମ୍ଭ

ବରଗଡ, ୨୮।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବିରେ ଆନ୍ଦୋଳନ ଚେତାବନୀ ଦେବା ପରେ ପୌର ପ୍ରଶାସନ ଉଚ୍ଛେଦ ପ୍ରକ୍ରିୟାକୁ ଆରମ୍ଭ କରିଛି। ଏହି କ୍ରମରେ ଗୁରୁବାର ପୌର ପ୍ରଶାସନ ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକଠାରୁ ରାସ୍ତା ମାପଚୁପ କରିଥିବାବେଳେ ଆସନ୍ତା ୩୦ତାରିଖରୁ ଉଚ୍ଛେଦ ଆରମ୍ଭ କରାଯିବ ବୋଲି ଶୁକ୍ରବାର ଡାକବାଜି ଯନ୍ତ୍ରରେ ପ୍ରଚାର କରିଛି। ଉଚ୍ଛେଦ ପୂର୍ବରୁ ରାଜସ୍ବ ଏବଂ ପୌର ବିଭାଗ ପକ୍ଷରୁ ଚିହ୍ନିତ ଜବରଦଖଲ ଅଂଶ ଖାଲି କରିବା ପାଇଁ ଡାକବାଜି ଯନ୍ତ୍ରରେ ସୂଚାଇ ଦିଆଯାଇଛି। ଯଦି ସମ୍ପୃକ୍ତ ସ୍ଥାନରେ ରହିଥିବା କୌଣସି ମୂଲ୍ୟବାନ ଜିନିଷ ଉଚ୍ଛେଦ ସମୟରେ କ୍ଷତିଗ୍ରସ୍ତ ହୁଏ, ତେବେ ପୌର ପ୍ରଶାସନ ଦାୟୀ ରହିବ ନାହିଁ। ଫଳରେ ଉଚ୍ଛେଦ ପୂର୍ବରୁ ସେଭଳି ସାମଗ୍ରୀ ସେଠାରୁ ନେଇ ଯିବା ପାଇଁ ଡାକବାଜି ଯନ୍ତ୍ରରେ ପ୍ରଚାର କରାଯାଇଛି।

ତେବେ ଆଗରୁ ମଧ୍ୟ ଡାକବାଜି ଯନ୍ତ୍ରରେ ଏଭଳି ପ୍ରଚାର କରାଯାଇଥିଲା। କିନ୍ତୁ ସେତେବେଳେ ଉଚ୍ଛେଦ ହୋଇ ନ ଥିବା ଯୋଗୁଁ ଉଚ୍ଛେଦ ନେଇ ଏବେ ମଧ୍ୟ ସହରବାସୀ ଆଶଙ୍କାରେ ରହିଛନ୍ତି। ପ୍ରକାଶ ଥାଉକି, ଗତ ୨୦୨୩ ମସିହାରୁ ଏଠାରେ ଜବରଦଖଲ ଉଚ୍ଛେଦ ଦାବି ଜୋର୍‌ ଧରି ଆସିଛି। ଜିଲା ଓକିଲ ସଂଘ ନେତୃତ୍ୱରେ ସ୍ଥାନୀୟ ସମଲେଶ୍ୱରୀ ସଂଘ ସମେତ ବିଭିନ୍ନ ଅନୁଷ୍ଠାନର ଦୃଢ଼ ଦାବି ପରେ ପ୍ରଶାସନ ସେତେବେଳେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଥିଲା। ମାତ୍ର ଉଚ୍ଛେଦ ପ୍ରକ୍ରିୟାରେ ପ୍ରଭାବିତ ଲୋକେ ନ୍ୟାୟାଳୟର ଦ୍ୱାରସ୍ଥ ହେବା ପରେ ସେ ନେଇ ବିଚାର ପ୍ରକ୍ରିୟାରେ ସମୟ ଗଡ଼ିଥିଲା। ମାତ୍ର ଉଚ୍ଚ ନ୍ୟାୟାଳୟ ଥରେ ନୁହେଁ, ୩ଥର ଉଚ୍ଛେଦ ସପକ୍ଷରେ ରାୟ ପ୍ରଦାନ କରି ସାରିଛନ୍ତି।

ଏହାସତ୍ତ୍ୱେ ସମ୍ପୃକ୍ତ ଜବରଦଖଲକୁ ପ୍ରଶାସନ ଏ ଯାଏ ହଟାଇ ନାହିଁ। ଏହାକୁ ନେଇ ଅସନ୍ତୋଷ ବଢି ଚାଲିଥିବା ବେଳେ ଗତ ୨୨ତାରିଖ ସ୍ଥାନୀୟ ସମଲେଶ୍ବରୀ ସଂଘର ଆହ୍ବାନରେ ନାଗରିକ ବୈଠକ ହୋଇଥିଲା। ଏଥିରେ ଜିଲା ଓକିଲ ସଂଘ ସମେତ ବିଭିନ୍ନ ରାଜନୈତିକ ଏବଂ ସାମାଜିକ ଅନୁଷ୍ଠାନର ପ୍ରତିନିଧି ଏବଂ ସହରର ସଚେତନ ନାଗରିକମାନେ ଉପସ୍ଥିତ ଥିଲେ। ବୈଠକରେ ଉଚ୍ଛେଦ ନେଇ ଦୃଢ ଦାବି ହୋଇଥିବା ବେଳେ ସେଥିରେ ପ୍ରଶାସନିକ ଅପାରଗତାକୁ ନେଇ ଉଦବେଗ ପ୍ରକାଶ ପାଇବା ସହିତ ଆନ୍ଦୋଳନ ନିଷ୍ପତ୍ତି ହୋଇଥିଲା। ଏହି ପରିପ୍ରେକ୍ଷୀରେ ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଏବଂ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଉଚ୍ଛେଦ କରା ନଗଲେ ଆନ୍ଦୋଳନ ପାଇଁ ସ୍ମାରକପତ୍ରରେ ଚେତାବନୀ ଦିଆଯାଇଛି। ଏଥର ଉଚ୍ଛେଦ କରା ନ ଗଲେ ସହରରେ ଏକ ବଡ଼ ଆନ୍ଦୋଳନ ମୁଣ୍ଡ ଟେକିଛି। ଏହାପରେ ଉଚ୍ଛେଦ ପ୍ରକ୍ରିୟାରେ ପୌର ପ୍ରଶାସନ ତତ୍ପର ହୋଇଛି। ତେବେ ଏଥର ଜବରଦଖଲ ସମ୍ପୂର୍ଣ୍ଣ ଉଚ୍ଛେଦ ହେବ ନା ପୁଣି ତାହା ଅଧାରେ ଅଟକି ଯିବା, ତାକୁ ସଭିଏଁ ଚାହିଁ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri