ଲେଙ୍ଗୁମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଜବରଦଖଲ: ଉଚ୍ଛେଦ ପାଇଁ ପୌର ପରିଷଦର ନୋଟିସ୍ -ଏଥର ଉଚ୍ଛେଦ ହେବ ତ !

ବରଗଡ, ୧୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ନେଇ ଗତ ୨୦୨୩ ମସିହାରୁ ଦାବି ଜୋର୍‌ ଧରି ଆସିଛି। ଜିଲା ଓକିଲ ସଂଘ ନେତୃତ୍ୱରେ ସ୍ଥାନୀୟ ସମଲେଶ୍ୱରୀ ସଂଘ ସମେତ ବିଭିନ୍ନ ଅନୁଷ୍ଠାନର ଦୃଢ଼ ଦାବି ପରେ ପ୍ରଶାସନ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଥିଲା। ମାତ୍ର ଉଚ୍ଛେଦ ପ୍ରକ୍ରିୟାରେ ପ୍ରଭାବିତ ଲୋକେ ନ୍ୟାୟାଳୟର ଦ୍ୱାରସ୍ଥ ହେବା ପରେ ସେ ନେଇ ବିଚାର ପ୍ରକ୍ରିୟାରେ ସମୟ ଗଡ଼ିଥିଲା। ମାତ୍ର ଉଚ୍ଚ ନ୍ୟାୟାଳୟ ଥରେ ନୁହେଁ, ୨ଥର ଉଚ୍ଛେଦ ସପକ୍ଷରେ ରାୟ ପ୍ରଦାନ କରି ସାରିଛନ୍ତି। ଏହାସତ୍ତ୍ୱେ ସମ୍ପୃକ୍ତ ଜବରଦଖଲକୁ ପ୍ରଶାସନ ଏ ଯାଏ ହଟାଇ ନାହିଁ। ଅନ୍ୟପକ୍ଷରେ ପୌର ପ୍ରଶାସନ ଜବରଦଖଲକାରୀଙ୍କୁ ଚିରାଚରିତ ଢଙ୍ଗରେ ପୁଣି ନୋଟିସ୍‌ ଦେଇଛି। ନୋଟିସ୍ ପାଇବାର ୭ଦିନ ମଧ୍ୟରେ ଜବରଦଖଲ ଅଂଶ ଖାଲି କରିବା ପାଇଁ ନୋଟିସରେ ନିର୍ଦ୍ଦେଶ ଦିଆଯାଇଛି। ନଚେତ୍ ଜବରଦଖଲ ଅଂଶର ନିର୍ମାଣକୁ ଭାଙ୍ଗି ଦିଆଯିବ ବୋଲି ନୋଟିସରେ ଉଲ୍ଲେଖ କରାଯାଇଛି। ଏଭଳି ୨୫ଜଣଙ୍କୁ ନୋଟିସ ହୋଇଥିବା ସୂଚନା ମିଳିଛି। ଆସନ୍ତା ୨୯ତାରିଖରୁ ପୁଣି ଜବରଦଖଲ ଉଚ୍ଛେଦ ଆରମ୍ଭ ହେବ ବୋଲି ଚର୍ଚ୍ଚା ଚାଲିଛି। ତେବେ ଏଥର ଜବରଦଖଲ ଉଚ୍ଛେଦ ହେବ ନା ନୋଟିସରେ ତାହା ସୀମିତ ରହିଯିବ, ତାକୁ ଏବେ ସହରବାସୀ ଚାହିଁ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?