ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର ଜବାବ ରଖିଛନ୍ତି କୁଚିଣ୍ଡା ଭାଜପା ବିଧାୟକ ପ୍ରାର୍ଥୀ ରବି ନାଏକ। ସେ କହିଛନ୍ତି, ବିଜେଡି ମୁଖପାତ୍ରଙ୍କ ବିବୃତ୍ତି ଅତ୍ୟନ୍ତ ହାସ୍ୟାସ୍ପଦ। ସେ ମିଛ କହି ଭୋଟରଙ୍କ ନିକଟତର ହେବାକୁ ବିଫଳ ପ୍ରୟାସ କରୁଛନ୍ତି। ସମ୍ବଲପୁରର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଶିକ୍ଷକ ଓ ଅଣଶିକ୍ଷକଙ୍କ ସଂଖ୍ୟାର ସ୍ଥିତି ଅତ୍ୟନ୍ତ ଶୋଚନୀୟ। ଏହା ଜାଣିଲା ପରେ ହୁଏତ ବିଜେଡି ମୁଖପାତ୍ର କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ଆଣିଥିବା ଅଭିଯୋଗକୁ ନେଇ ପଶ୍ଚାତାପ କରିବେ। ରାଜ୍ୟର ଅନ୍ୟତମ ବୈଷୟିକ ଶିକ୍ଷାନୁଷ୍ଠାନ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)ର ମୋଟ ୩୦୯ଟି ମଞ୍ଜୁରୀପ୍ରାପ୍ତ ଶିକ୍ଷକ ପଦବୀ ମଧ୍ୟରୁ ୯୩ଟି ପଦବୀ ଖାଲିଥିବା ବେଳେ ମଞ୍ଜୁରିପ୍ରାପ୍ତ ମୋଟ ୨୧୭ ଅଣଶିକ୍ଷକ ପଦବୀ ମଧ୍ୟରୁ ୮୫ଟି ପଦବୀ ଖାଲି ରହିଛି। ସେହିପରି ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରରେ ମୋଟ ୧୪୪ ମଞ୍ଜୁରିପ୍ରାପ୍ତ ଶିକ୍ଷକ ପଦବୀ ମଧ୍ୟରୁ ୭୬ ପଦବୀ ଖାଲି ରହିଛି। ଶିକ୍ଷକ ଓ ଅଣଶିକ୍ଷକ ଅଭାବ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ପ୍ରଭାବିତ କରୁଛି। ସମ୍ବଲପୁରରେ ସ୍ଥାପିତ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟରେ ନିୟମିତ ପ୍ରଫେସର ବା ସହକାରୀ ପ୍ରଫେସର ନିଯୁକ୍ତ ହୋଇ ନ ଥିବାରୁ ରବି ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି।
ବିଜେଡି ମୁଖପାତ୍ର ଲେନିନ ମହାନ୍ତି ରାଜ୍ୟର ସୁଦୃଢ଼ ଶିକ୍ଷା ଭିତ୍ତିଭୂମି ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ବିଚଳିତ କରୁଛି ବୋଲି ବୟାନ ଦେଇଥିଲେ। କେନ୍ଦ୍ରର ପ୍ରବଞ୍ଚନା ସତ୍ତ୍ୱେ ରାଜ୍ୟ ସରକାର ନିଜ ଉଦ୍ୟମରେ ଓଡ଼ିଶା ବିଶେଷକରି ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଆସିଛନ୍ତି ବୋଲି କହି କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ସିଧାସଳଖ ଟାର୍ଗେଟ୍‌ କରିଥିଲେ। ସମ୍ବଲପୁରରେ ଓଡ଼ିଶା ମୁକ୍ତ ବିଶ୍ୱବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସହ ଭିସୁଟ୍‌କୁ ଉକତ୍ର୍ଷ କେନ୍ଦ୍ରରେ ପରିଣତ କରିବା ପଦକ୍ଷେପ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ବିଚଳିତ କରିଛି ବୋଲି ଲେଲିନ କହିଥିଲେ। ଉକତ୍ର୍ଷ କେନ୍ଦ୍ରରେ ପରିଣତ କରିବା ପାଇଁ ଭିସୁଟ୍‌କୁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ହଜାର କୋଟି ବ୍ୟୟ ଅଟକଳରେ ମାଷ୍ଟର ପ୍ଲାନ, ଭିମ୍‌ସାରର ସର୍ବାଙ୍ଗୀନ ବିକାଶ ପାଇଁ ଏକହଜାର କୋଟିର ଅନୁଦାନ ଏଠାରେ ଶିକ୍ଷା ବିକାଶର ଉଦାହରଣ ସାବ୍ୟସ୍ତ ହୋଇଛି। ଆଗାମୀ ଦିନରେ ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ସମ୍ବଲପୁର ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ନେତୃତ୍ୱରେ ଏଠାରେ ଶିକ୍ଷାର ଏହି ବିକାଶ ଅଧିକ ତ୍ୱରାନ୍ବିତ ହୋଇପାରିବ ବୋଲି ଲେଲିନ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri