ହେଟାବାଘର କାଟିନେଲେ ଲାଞ୍ଜ, ଗୋଡ, ନଖ

କାଲିମେଳା,୧୯।୧(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ରେଞ୍ଜ ଅଧୀନ କାଲିମେଳା-ମୋଟୁ ୩୨୬ ନମ୍ୱର ଜାତୀୟ ରାଜପଥର ଏମ୍‌ଭି ୭୨ ନିକଟ ଶାନ୍ତିନଗର ନିକଟରୁ ସୋମବାର ଗୋଟିଏ ହେଟାବାଘର ମୃତଦେହ ଜବତ କରାଯାଇଛି । ଏକ ବଡ ଗାଡି ଧକ୍କାରେ ହେଟାବାଘର ମୃତ୍ୟୁ ହୋଇଥିବା ଜଣାପଡିଛି

ଅନ୍ୟପକ୍ଷେ କେତେକ ଦୁର୍ୱୃତ୍ତ ମୃତ ହେଟାବାଘର ଗୋଟିଏ ଗୋଡ, ଲାଞ୍ଜ ଏବଂ ନଖ କାଟି ନେଇଯାଇଥିବା ଦେଖିବାକୁ ମିଳିଛି । ଖବରପାଇ କାଲିମେଳା ରେଞ୍ଜର ବିଜୟ କୁମାର ନାୟକ, ଫରେଷ୍ଟର ମୃତ୍ୟୁଞ୍ଜୟ ସେଠୀ ଏବଂ ଅନ୍ୟ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

କାଲିମେଳା ପ୍ରାଣୀ ଚିକିତ୍ସା କେନ୍ଦ୍ରରେ ଜବତ ହେଟାବାଘର ମୃତଦେହ ବ୍ୟବଚ୍ଛେଦ କରାଯାଇଛି l ଏହା ଏକ ଅଣ୍ଡିରା ବାଘ ହୋଇଥିବା ବେଳେ ଏହାର ବୟସ ପ୍ରାୟ ୫ ବର୍ଷ ଏବଂ ଉଚ୍ଚତା ସାଢ଼େ ତିନି ଫୁଟ ବୋଲି କାଲିମେଳା ରେଞ୍ଜର ନାୟକ କହିଛନ୍ତି । ବ୍ୟବଚ୍ଛେଦ ପରେ ହେଟାକୁ ନେଇ ଏକ ନିର୍ଦ୍ଧିଷ୍ଟ ସ୍ଥାନରେ ପୋତି ଦିଆ ଯାଇଥିବା ବନ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri