Posted inଜାତୀୟ

୫୦ ବର୍ଷ ପରେ ଭାରତକୁ ପୁଣି ଆସିବେ ଚିତାବାଘ, ଜନ୍ମଦିନରେ ଏନକ୍ଲୋଜରରେ ଛାଡ଼ିବେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୧୨।୯ : ଦୁନିଆର ଦ୍ରୁତତମ ଦୌଡ଼ୁଥିବା ପ୍ରାଣୀ ଚିତା ବିଲୁପ୍ତ ହେବାର ପ୍ରାୟ ୫୦ ବର୍ଷ ପରେ ସେପ୍ଟେମ୍ବର୧୭ ରେ ଭାରତକୁ ପୁଣି ଆସିିବାକୁ ଯାଉଛି। କେନ୍ଦ୍ର ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୁପେନ୍ଦ୍ର ଯାଦବ କହିଛନ୍ତି ଯେ ନାମ୍ବିଆ ଏବଂ ଦକ୍ଷିଣ ଆଫ୍ରିକାରୁ ୨୫ ରୁ ଅଧିକ ଚିତାଙ୍କୁ ମଧ୍ୟପ୍ରଦେଶର କୁନୋ-ପାଲପୁର ଜାତୀୟ ଉଦ୍ୟାନ (କେଏନପି) କୁ ପର୍ଯ୍ୟାୟକ୍ରମେ ଅଣାଯିବ। ମନ୍ତ୍ରୀ କହିଛନ୍ତି ଯେ ପ୍ରାରମ୍ଭରେ ସେପ୍ଟେମ୍ବର ୧୭ ରେ ଆଠଟି ଚିତାବାଘ କେଏନପିରେ ପହଞ୍ଚିବ। ଯାଦବ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ଏବଂ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କ ସହ ସେପ୍ଟେମ୍ବର ୧୭ ରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମର ପ୍ରସ୍ତୁତି ବିଷୟରେ ସୂଚନା ଦେଇଛନ୍ତି।

ଶୋପୁର ଜିଲାର କେଏନପିରେ ସ୍ବତନ୍ତ୍ର ଭାବେ ନିର୍ମିତ ଏନକ୍ଲୋଜରରେ ଚିତାବାଘଙ୍କୁ ରଖାଯିବ। ଯାଦବ ଗ୍ବାଲିଅରରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ କହିଛନ୍ତି ଯେ ଭବିଷ୍ୟତରେ ଚିତା ପ୍ରଜନନ ପ୍ରକଳ୍ପ ଅନ୍ତର୍ଗତ ନାମ୍ବିଆ ଏବଂ ଦକ୍ଷିଣ ଆଫ୍ରିକାରୁ ଚିତାବାଘ ଆସିବେ। ଏହି ଅବସରରେ, ଚୌହ୍ବାନ ଘୋଷଣା କରିଛନ୍ତି ଯେ କେଏନପିରେ ଥିବା ଗ୍ରାମଗୁଡିକରୁ ଯେଉଁଠାରୁ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି, ସେଗୁଡ଼ିକୁ ରାଜସ୍ବ ଗ୍ରାମ ମାନ୍ୟତା ଦିଆଯିବ। ଚୌହ୍ବାନ କହିଛନ୍ତି ଯେ ପୁନଃଉତ୍ପାଦନ ପ୍ରକଳ୍ପ ଅଧୀନରେ ଅନ୍ୟ ମହାଦେଶରୁ ଚିତା ଆଣିବା ଚଳିତ ଶତାବ୍ଦୀର ବନ୍ୟପ୍ରାଣୀ ଇତିହାସରେ ସବୁଠାରୁ ବଡ ଘଟଣା।

ସେ କହିଛନ୍ତି ଯେ କେବଳ ଭାରତ ନୁହେଁ ଏସିଆରୁ ବିଲୁପ୍ତ ହୋଇଯାଇଥିବା ଚିତା ଏବେ ଆସିବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନ୍ମଦିନରେ ଚିତାଙ୍କୁ ଦୁଇଟି ଏନକ୍ଲୋଜରରେ ଛାଡିବେ। ଯେଉଁଠାରେ କିଛି ସମୟ ପାଇଁ ସେମାନଙ୍କୁ କ୍ୱାରାଣ୍ଟାଇନରେ ରଖାଯିବ। ପରେ ବଡ଼ ଏନକ୍ଲୋଜରରେ ସେମାନଙ୍କୁ ଛାଡ଼ି ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି

ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

ଅପମାନିତ ହେଲା ପାକିସ୍ତାନ: PSLରେ ବଲ ଟ୍ୟାମ୍ପରିଂ? ଫଖର ଜମାନଙ୍କ କାର୍ଯ୍ୟ କ୍ୟାମେରାରେ କଏଦ

ଇସଲାମାବାଦ,୩୦।୩: ପାକିସ୍ତାନ ସୁପର ଲିଗ (PSL 2026) ଆରମ୍ଭ ହେବାର ମାତ୍ର କିଛି ଦିନ ହେଲାଣି, ତଥାପି ଏହା ମଧ୍ୟରେ ଏକ ବଡ଼ ବିବାଦ ଦେଖାଦେଇଛି। ମ୍ୟାଚରେ…

ହୋଟେଲ କିମ୍ବା ରେଷ୍ଟୁରାଣ୍ଟରେ ଆପଣଙ୍କ ବିଲରେ LPG ଦେୟ ଯୋଡୁଥିଲେ ତୁରନ୍ତ କରିପାରିବେ ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୩୦।୩: ଗ୍ରାହକମାନଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ, କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (CCPA) ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡ଼ିକୁ ସ୍ପଷ୍ଟ ନିର୍ଦ୍ଦେଶନାମା ଜାରି କରିଛି, ସେମାନଙ୍କୁ ଗ୍ରାହକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri