Posted inଜାତୀୟ

୫୦ ବର୍ଷ ପରେ ଭାରତକୁ ପୁଣି ଆସିବେ ଚିତାବାଘ, ଜନ୍ମଦିନରେ ଏନକ୍ଲୋଜରରେ ଛାଡ଼ିବେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୧୨।୯ : ଦୁନିଆର ଦ୍ରୁତତମ ଦୌଡ଼ୁଥିବା ପ୍ରାଣୀ ଚିତା ବିଲୁପ୍ତ ହେବାର ପ୍ରାୟ ୫୦ ବର୍ଷ ପରେ ସେପ୍ଟେମ୍ବର୧୭ ରେ ଭାରତକୁ ପୁଣି ଆସିିବାକୁ ଯାଉଛି। କେନ୍ଦ୍ର ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୁପେନ୍ଦ୍ର ଯାଦବ କହିଛନ୍ତି ଯେ ନାମ୍ବିଆ ଏବଂ ଦକ୍ଷିଣ ଆଫ୍ରିକାରୁ ୨୫ ରୁ ଅଧିକ ଚିତାଙ୍କୁ ମଧ୍ୟପ୍ରଦେଶର କୁନୋ-ପାଲପୁର ଜାତୀୟ ଉଦ୍ୟାନ (କେଏନପି) କୁ ପର୍ଯ୍ୟାୟକ୍ରମେ ଅଣାଯିବ। ମନ୍ତ୍ରୀ କହିଛନ୍ତି ଯେ ପ୍ରାରମ୍ଭରେ ସେପ୍ଟେମ୍ବର ୧୭ ରେ ଆଠଟି ଚିତାବାଘ କେଏନପିରେ ପହଞ୍ଚିବ। ଯାଦବ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ଏବଂ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କ ସହ ସେପ୍ଟେମ୍ବର ୧୭ ରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମର ପ୍ରସ୍ତୁତି ବିଷୟରେ ସୂଚନା ଦେଇଛନ୍ତି।

ଶୋପୁର ଜିଲାର କେଏନପିରେ ସ୍ବତନ୍ତ୍ର ଭାବେ ନିର୍ମିତ ଏନକ୍ଲୋଜରରେ ଚିତାବାଘଙ୍କୁ ରଖାଯିବ। ଯାଦବ ଗ୍ବାଲିଅରରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ କହିଛନ୍ତି ଯେ ଭବିଷ୍ୟତରେ ଚିତା ପ୍ରଜନନ ପ୍ରକଳ୍ପ ଅନ୍ତର୍ଗତ ନାମ୍ବିଆ ଏବଂ ଦକ୍ଷିଣ ଆଫ୍ରିକାରୁ ଚିତାବାଘ ଆସିବେ। ଏହି ଅବସରରେ, ଚୌହ୍ବାନ ଘୋଷଣା କରିଛନ୍ତି ଯେ କେଏନପିରେ ଥିବା ଗ୍ରାମଗୁଡିକରୁ ଯେଉଁଠାରୁ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି, ସେଗୁଡ଼ିକୁ ରାଜସ୍ବ ଗ୍ରାମ ମାନ୍ୟତା ଦିଆଯିବ। ଚୌହ୍ବାନ କହିଛନ୍ତି ଯେ ପୁନଃଉତ୍ପାଦନ ପ୍ରକଳ୍ପ ଅଧୀନରେ ଅନ୍ୟ ମହାଦେଶରୁ ଚିତା ଆଣିବା ଚଳିତ ଶତାବ୍ଦୀର ବନ୍ୟପ୍ରାଣୀ ଇତିହାସରେ ସବୁଠାରୁ ବଡ ଘଟଣା।

ସେ କହିଛନ୍ତି ଯେ କେବଳ ଭାରତ ନୁହେଁ ଏସିଆରୁ ବିଲୁପ୍ତ ହୋଇଯାଇଥିବା ଚିତା ଏବେ ଆସିବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନ୍ମଦିନରେ ଚିତାଙ୍କୁ ଦୁଇଟି ଏନକ୍ଲୋଜରରେ ଛାଡିବେ। ଯେଉଁଠାରେ କିଛି ସମୟ ପାଇଁ ସେମାନଙ୍କୁ କ୍ୱାରାଣ୍ଟାଇନରେ ରଖାଯିବ। ପରେ ବଡ଼ ଏନକ୍ଲୋଜରରେ ସେମାନଙ୍କୁ ଛାଡ଼ି ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri