କଲରାପତରିଆ ବାଘ ଗଣନା ଆରମ୍ଭ

ଭୁବନେଶ୍ୱର,୪ା୫(ଅସମାପିକା ସାହୁ): ଚଳିତବର୍ଷରୁ ରାଜ୍ୟ ସରକାର ନିଜସ୍ବ କଲରାପତରିଆ ବାଘ ଗଣନା ଆରମ୍ଭ କରିଛନ୍ତି। ଗତ ୧ ତାରିଖରୁ ଆରମ୍ଭ ହୋଇଥିବା ଏହି ଗଣନା କାର୍ଯ୍ୟ ୪୦ଦିନ ଧରି ଚାଲିବ। ସେହିଭଳି ହାତୀ ଗଣନା ଆସନ୍ତା ୨୨ତାରିଖରୁ ଆରମ୍ଭ ହେବ ବୋଲି ଶୁକ୍ରବାର ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟର ୫୧ଟି ଡିଭିଜନରେ କଲରାପତରିଆ ବାଘ ଗଣନା ହେବ। ଗଣନା ପାଇଁ ୩,୩୧୨ଟି ଟ୍ରାପ କ୍ୟାମେରା ବ୍ୟବହାର କରାଯିବ। ପ୍ରତ୍ୟେକ ଡିଭିଜନରେ ପ୍ରତି ୨୫ ବର୍ଗ କିଲୋମିଟରରେ ୫ଟି ଟ୍ରାପ କ୍ୟାମେରା ଲଗାଯିବ। ପୂର୍ବବର୍ଷ ବାଘ ଗଣନା ସମୟରେ ଟ୍ରାପ କ୍ୟାମେରାରୁ ମିଳିଥିବା କଲରାପତରିଆ ବାଘର ଚିତ୍ରକୁ ଚିହ୍ନଟ ପାଇଁ ବ୍ୟବହାର କରାଯିବ। ତେବେ ସମସ୍ତ କଲରାପତରିଆ ବାଘ ଉପରେ କଡ଼ାକଡ଼ି ଭାବରେ ମନିଟରିଂ କରାଯିବ।
ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ(ଏନ୍‌ଟିସିଏ) ଏବଂ ଓ୍ବାଇଲ୍ଡ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆର ମିଳିତ ସହଯୋଗରେ ଦେଶରେ ହୋଇଥିବା କଲରାପତରିଆ ଗଣନା ରିପୋର୍ଟ-୨୦୨୨ ଗତ ଫେବୃଆରୀ ୨୯ରେ ପ୍ରକାଶ ପାଇଥିଲା। ଏଥିରେ ଦେଶରେ ଗତ ୪ବର୍ଷରେ କଲାରାପତରିଆ ବାଘଙ୍କ ସଂଖ୍ୟା ବଢ଼ିଥିବାବେଳେ ଓଡ଼ିଶାରେ ହ୍ରାସ ପାଇଥିବା ଦର୍ଶାଯାଇଥିଲା। ୨୦୧୮ ମସିହା ଗଣନାରେ ରାଜ୍ୟରେ ୭୬୦ଟି କଲରାପତରିଆ ବାଘ ଥିବାବେଳେ ୨୦୨୨ ରିପୋର୍ଟରେ ଏହି ସଂଖ୍ୟା ୫୬୮କୁ ଖସି ଆସିଥିଲା। ଓଡ଼ିଶାରେ ବାଘ ସଂଖ୍ୟା କମିଥିବା ନେଇ କେନ୍ଦ୍ରୀୟ ତଥ୍ୟ ପ୍ରକାଶ ପରେ ରାଜ୍ୟ ବନ ବିଭାଗ ନିଜସ୍ବ ଗଣନା କରିବା ପାଇଁ ନିଷ୍ପତ୍ତି ନେଇଥିଲା। ଏନ୍‌ଟିସିଏ ରିପୋର୍ଟରେ କିଛି ତ୍ରୁଟି ଥିବା ଓ ଗଣନାକାରୀମାନେ ବହୁତ କମ ଅଞ୍ଚଳ କଭର କରିଥିବାରୁ ଆକଳନ ଏକପାଖିଆ ହୋଇଯାଇଥିବା ବନ ବିଭାଗ କହିଥିଲା। ତେଣୁ ମେ’ରୁ ହାତୀ ଗଣନା ସହ ଏକକାଳୀନ କଲରାପତରିଆ ବାଘ ଗଣନା କରିବାକୁ ବିଭାଗ ନିଷ୍ପତ୍ତି ନେଇଥିଲା।
ସେହିଭଳି ହାତୀ ଗଣନା ୨୨ରୁ ୨୪ ତରିଖ ତିନିଦିନ ଧରି ୪୩ଟି ଡିଭିଜନରେ କରାଯିବ। ହାତୀଙ୍କ ଗଣନା ସିଧାସଳଖ କରାଯିବ। ଏଥିପାଇଁ ୧,୧୩୬ଟି ମଞ୍ଚା ନିର୍ମାଣ କରାଯିବ। ଏଥିସହିତ ଏହି ଗଣନାରେ ବାରାକ, ଓ୍ବାଚ୍‌ ଟାଓ୍ବାର ମଧ୍ୟ ବ୍ୟବହାର କରାଯିବ। ଏଥିପାଇଁ ବନ କର୍ମଚାରୀଙ୍କୁ ଆବଶ୍ୟକ ତାଲିମ ଦିଆଯାଉଛି। ଏହି ତାଲିମ ଆସନ୍ତା ୧୫ ତାରିଖ ସୁଦ୍ଧା ଶେଷ ହେବ। ୨୧ ତାରିଖ ସୁଦ୍ଧା ବନ କର୍ମଚାରୀଙ୍କୁ ବିଭିନ୍ନ ପ୍ରକାରର କିଟ୍‌ ଦିଆଯିବ। ୨୨ ତାରିଖରୁ ହାତୀଙ୍କ ଗଣନା ଆରମ୍ଭ ହେବ ବୋଲି ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଶୁକ୍ର ନକ୍ଷତ୍ର ଗୋଚର: ମାଲାମାଲ ହେବେ ଏହି ୩ ରାଶି

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସୋମବାର, ଏପ୍ରିଲ ୬, ୨୦୨୬ ରାତି ୧:୦୪ ସମୟରେ, ସୁଖ ଏବଂ ସମୃଦ୍ଧିର ଦାତା ଶୁକ୍ର ଅଶ୍ୱିନୀରୁ ଭରଣୀ ନକ୍ଷତ୍ରକୁ ଗମନ କରିଛନ୍ତି।…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri