ଆନ୍ଦୋଳନକୁ ଓହ୍ଲାଇଲେ କୁଷ୍ଠ ପୀଡ଼ିତ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ୧୦ ଦଫା ଦାବି ନେଇ ଶୁକ୍ରବାର ରାଜ୍ୟର କୁଷ୍ଠ ରୋଗୀ ସଂଗଠନ ସମୂହ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଲୋୟର ପିଏମ୍‌ଜିରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ମାଗଣା ଘର, ପାନୀୟ ଜଳ ଓ ବିଜୁଳି ଯୋଗାଣ ପାଇଁ କୁଷ୍ଠ ପୀଡିତ ଆନ୍ଦୋଳନକାରୀମାନେ ଅଡ଼ିବସିଛନ୍ତି। ରାଜ୍ୟରେ ଖାଲିଥିତ୍ବା ୩୫୯ ଏବଂ କେନ୍ଦ୍ର ସରକାରଙ୍କ ଦ୍ୱାରା ମଞ୍ଜୁରପ୍ରାପ୍ତ ୧୮୪ କୁଷ୍ଠ କର୍ମୀ ପଦବୀ ପୂରଣ ନିମନ୍ତେ ୨୦୧୪ରେ ତତ୍‌କାଳୀନ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି କାର୍ଯ୍ୟକାରୀ କରିବା ପ୍ରମୁଖ ଦାବି ରହିଛି। ପ୍ରତ୍ୟେକ କୁଷ୍ଠ ପୀଡ଼ିତଙ୍କୁ ୪୦ ପ୍ରତିଶତ ବିକଳାଙ୍ଗ ପ୍ରମାଣପତ୍ର, ଆର୍‌ଏଫ୍‌ଟି ଏବଂ କୁଷ୍ଠମୁକ୍ତ ପ୍ରମାଣପତ୍ର ପ୍ରଦାନ ଅନ୍ୟ ଏକ ଦାବି ରହିଛି। ରାଜ୍ୟରେ ଥିବା ମୋଟ୍‌ ୮୬ଟି କଲୋନିରେ କେବେ ଘର ତିଆରି ହେବ ବୋଲି କମିଟି ପକ୍ଷରୁ ପ୍ରଶ୍ନ କରାଯାଇଛି। ୮୪ଟି କୁଷ୍ଠ କଲୋନି, ୧୪ଟି କୁଷ୍ଠ ଚିକିତ୍ସାଳୟ, ୪ଟି କୁଷ୍ଠାଶ୍ରମ ଏବଂ ଜାତୀୟସ୍ତରାୟ ହିନ୍ଦ କୁଷ୍ଠ ନିବାରଣ ସଂଘକୁ ଭାଙ୍ଗିଦେବା ପାଇଁ ଚକ୍ରାନ୍ତ ଚାଲିଥିତ୍ବା କମିଟିର ସାଧାରଣ ସମ୍ପାଦକ ଦୁର୍ଯ୍ୟୋଧନ ସାହୁ କହିଛନ୍ତି। ସେହିପରି ମାଗଣା ଶିକ୍ଷା, ନିଯୁକ୍ତି, ଆମତ୍ନିଯୁକ୍ତି, ତାଲିମ୍‌ ସହ ପ୍ରତ୍ୟେକ ପରିବାରକୁ ୫ ଲକ୍ଷ ଟଙ୍କା ଋଣ ବ୍ୟବସ୍ଥା ପାଇଁ ଆନ୍ଦୋଳନକାରୀମାନେ କହିଛନ୍ତି। ଅପରାହ୍ନରେ ଆନ୍ଦୋଳନକାରୀମାନେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ଭେଟି ଦାବି ଉପସ୍ଥାପନ କରିଥିଲେ। ତେବେ ମନ୍ତ୍ରୀ ପ୍ରତ୍ୟେକ କୁଷ୍ଠ କଲୋନି ଅନ୍ତେବାସୀଙ୍କୁ ଜାଗା ମିଶନ ଜରିଆରେ ଜମି ଅଧିକାର ପ୍ରଦାନ କରିବା ସହ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରତ୍ୟେକ ପରିବାରକୁ ୩୫ କେଜି ଚାଉଳ ପ୍ରଦାନ ଆଦି ନେଇ ଆଶ୍ୱାସନା ଦେଇଛନ୍ତି। କୁଷ୍ଠ ପୀଡ଼ିତଙ୍କୁ ମାସିକ ୫ହଜାର ଟଙ୍କା ଭତ୍ତା ପ୍ରଦାନ ପାଇଁ ହୋଇଥିବା ଦାବି ପୂରଣ ଲାଗି ସରକାରଙ୍କୁ ପ୍ରସ୍ତାବ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ଝିଅ ବାହାଘର ପାଇଁ ସହାୟତା ରାଶି ୫୦ ହଜାର ଟଙ୍କାକୁ ବୃଦ୍ଧି କରାଯିବା ସହ ଦିବ୍ୟାଙ୍ଗଙ୍କୁ ବିବାହ କରୁଥିବା କନ୍ୟାଙ୍କୁ ଅଢ଼େଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପ୍ରୋସତ୍ାହନ ରାଶି ପ୍ରଦାନ ନିମନ୍ତେ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ତେବେ ଏଥିରେ ଆନ୍ଦୋଳନକାରୀମାନେ ସନ୍ତୁଷ୍ଟ ନ ଥିବା କହିଛନ୍ତି। ଅନ୍ୟ ଦାବିଗୁଡ଼ିକ ପୂରଣ ନିମନ୍ତେ କମିଟି ପକ୍ଷରୁ ବୈଠକ କରାଯାଇ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ପ୍ରୟାସ କରାଯିବ ବୋଲି ଆନ୍ଦୋଳନରେ ଯୋଗଦେଇଥିବା ବିପିନ ପ୍ରଧାନ, ଆରତୀ ମହଲା, ପ୍ରଭାକର ସାହୁ ପ୍ରମୁଖ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri