ଅଛୁଆଁ ହେଉଛନ୍ତି କୁଷ୍ଠ ଆକ୍ରାନ୍ତ

ଢେଙ୍କାନାଳ ଅଫିସ, ୧୫।୧: ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା କୁଷ୍ଠ ଆକ୍ରାନ୍ତ ଛୁଆଁ ଅଛୁଆଁ ଭେଦଭାବର ଶିକାର ହେଉଛନ୍ତି। ଖାଦ୍ୟ ଟେଣ୍ଡରଧାରୀ ସଂସ୍ଥାର କର୍ମଚାରୀମାନେ ସେମାନଙ୍କୁ ହୀନମନ୍ୟତା ଦୃଷ୍ଟିରେ ଦେଖୁଛନ୍ତି। ଓ୍ବାର୍ଡ ଦୁଆର ମୁହଁରେ ରହି ସେମାନେ ଶଯ୍ୟାକୁ ଖାଦ୍ୟ ଫୋପାଡୁଛନ୍ତି। ନିମ୍ନମାନର ଖାଦ୍ୟ ଦେଉଛନ୍ତି। ପ୍ରତିବାଦ କଲେ ଧମକ ଚମକ ଦେଉଛନ୍ତି। ରୋଗୀ ଆତ୍ମହତ୍ୟା, ଗର୍ଭବତୀଙ୍କୁ ଚିକିତ୍ସାରେ ଅବହେଳା ଭଳି ଘଟଣାକୁ ନେଇ ବିବାଦରେ ରହି ଆସିଥିବା ଢେଙ୍କାନାଳ ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ରାତିରେ ଏହାକୁ ନେଇ ସୃଷ୍ଟି ହୋଇଛି ଅପ୍ରୀତିକର ସ୍ଥିତି। ଏଭଳି ସମ୍ବେଦନଶୀଳ ଘଟଣା ସମ୍ପର୍କରେ ଜିଲାପାଳ ସରୋଜ କୁମାର ସେଠୀଙ୍କ ନିକଟରେ ଲିଖିତ ଅଭିଯୋଗ ହେବା ପରେ ଘଟଣାର ତଦନ୍ତ କରି ରିପୋର୍ଟ ପ୍ରଦାନ କରିବାକୁ ସେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ) ଡା. ଅଶୋକ କୁମାର ଦାଶଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଅଭିଯୋଗ ଅନୁଯାୟୀ, ଜିଲା ମୁଖ୍ୟ ଚିକିତ୍ସାଳୟର ୫ ମହଲାରେ ଥିବା କୁଷ୍ଠ ଓ୍ବାର୍ଡରେ ୨୪ଜଣ ରୋଗୀ ଚିକିତ୍ସାଧୀନ ଅଛନ୍ତି। ସେମାନଙ୍କୁ ଗୁରୁବାର ରାତିରେ ଯେଉଁ ରୁଟି ଏବଂ ତରକାରି ଦିଆଯାଇଥିଲା, ତାହା ଥିଲା ନିମ୍ନମାନର। ଏପରି କି ଆବଶ୍ୟକ ଅନୁଯାୟୀ ରୁଟି ମଧ୍ୟ ଦିଆଯାଇ ନ ଥିଲା। ରୋଗୀମାନେ ଏହାର ପ୍ରତିବାଦ କରିବାରୁ ଖାଦ୍ୟ ଟେଣ୍ଡରଧାରୀ ସଂସ୍ଥାର କର୍ମଚାରୀମାନେ ସେମାନଙ୍କୁ ଧମକଚମକ ଦେଇଥିଲେ। ସମ୍ପୃକ୍ତ କର୍ମଚାରୀମାନେ କୁଷ୍ଠ ରୋଗୀଙ୍କୁ ହୀନ ଦୃଷ୍ଟିରେ ଦେଖୁଛନ୍ତି। ଛୁଆଁ ଅଛୁଆଁ ଭାବ ରଖି ଦୂରରେ ରହି ରୋଗୀଙ୍କ ଶଯ୍ୟାକୁ ରୁଟି ଫିଙ୍ଗୁଥିବା ଅଭିଯୋଗ ହୋଇଛି, ଯାହା ତଦନ୍ତ ସାପେକ୍ଷ। ଏ ବିଷୟରେ ସୂଚନା ପାଇ ଚିକିତ୍ସାଳୟ ଖାଦ୍ୟ ଟେଣ୍ଡର କମିଟି ସଭ୍ୟ ସତ୍ୟସ୍ବରୂପ ଦାସ ରୋଗୀଙ୍କ ସହ ଆଲୋଚନା କରିଥିଲେ। ଶୁକ୍ରବାର ଜିଲାପାଳଙ୍କୁ ଘଟଣାର ସମସ୍ତ ବିବରଣୀ ଲିଖିତ ଭାବେ ଜଣାଇଥିଲେ।
ଏ ସଂକ୍ରାନ୍ତରେ ସିଡିଏମ୍‌ଓ ଡା. ଦାଶ କୁହନ୍ତି, ଘଟଣାର ତଦନ୍ତ କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଖାଦ୍ୟ ଟେଣ୍ଡର ନେଇଥିବା ସଂସ୍ଥା ସହ ଆଲୋଚନା କରିବାକୁ ସୋମବାର ଡକାଯାଇଛି। ଚଳିତ ମାସରେ ଖାଦ୍ୟ ଟେଣ୍ଡର ନେଇଥିବା ସଂସ୍ଥାର ଅବଧି ଶେଷ ହେଉଛି। ଆସନ୍ତା ମାସରୁ ସ୍ବୟଂ ସହାୟକ ଗୋଷ୍ଠୀକୁ ଟେଣ୍ଡର ଦିଆଯିବା ପାଇଁ ନିଷ୍ପତ୍ତି ହୋଇଛି ବୋଲି ସିଡିଏମ୍‌ଓ ସୂଚନା ଦେଇଛନ୍ତି। କୁଷ୍ଠରୋଗ ଆରୋଗ୍ୟସାଧ୍ୟ। ଠିକ୍‌ ସମୟରେ ଚିକିତ୍ସା କଲେ ରୋଗୀ ସୁସ୍ଥ ହୋଇପାରିବେ। ତେଣୁ ରୋଗୀଙ୍କୁ ଘୃଣା ନ କରିବାକୁ ଲୋକଙ୍କୁ ସଚେତନ କରାଯାଉଛି। ହେଲେ ଜିଲା ମୁଖ୍ୟ ଚିକିତ୍ସାଳୟ ଭଳି ଗୁରୁତ୍ୱପୂର୍ଣ୍ଣ ସରକାରୀ ସ୍ବାସ୍ଥ୍ୟ ଅନୁଷ୍ଠାନରେ କୁଷ୍ଠ ରୋଗୀଙ୍କୁ ଏଭଳି ବ୍ୟବହାର ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଓ୍ବାର ବ୍ରେକ ଘୋଷଣା ପରେ ଆସିଲା ଇରାନର ବୟାନ, ଜାଣନ୍ତୁ ଯୁଦ୍ଧ ବନ୍ଦ ହେଲା କି ନାହିଁ

ତେହରାନ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ପ୍ରମୁଖ ବିବୃତ୍ତି ଜାରି କରି ଘୋଷଣା କରିଛନ୍ତି ଯେ ଆମେରିକା ଆଗାମୀ ପାଞ୍ଚ ଦିନ ପାଇଁ…

ଡବଲ ମର୍ଡର : ସ୍ତ୍ରୀ ସହ ପ୍ରେମିକଙ୍କୁ ଗୁଳି କରିଦେଲେ ସ୍ବାମୀ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ ଥରିଉଠିବ ଛାତି

ଗାଜିଆବାଦ,୨୪।୩: ଗାଜିଆବାଦର ଟ୍ରୋନିକା ସିଟି ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଡବଲ ମର୍ଡର ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ପ୍ରେମିକଙ୍କୁ…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ଖୁବଶୀଘ୍ର ଖୋଲିବ…ଶୁଣିଲେ ସବୁ ଦେଶ ହୋଇଯିବେ ଖୁସି

ଓ୍ବାଶିଂଟନ୍‌,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଲୋଚନା ସଫଳ ହେଲେ ହର୍ମୁଜ ପ୍ରଣାଳୀ (ଯାହା ଯୁଦ୍ଧ ଏବଂ ସଂଘର୍ଷ ଯୋଗୁ ପ୍ରାୟ…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri