ବାଇଡେନଙ୍କ ଛାତିରୁ ବାହାରିଥିବା ଘା’ କ୍ୟାନସର ସେଲ ଥିଲା: ହ୍ୱାଇଟ ହାଉସ ଡାକ୍ତର

ୱାଶିଂଟନ,୪ ।୩: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସ୍ୱାସ୍ଥ୍ରକୁ ନେଇ ହ୍ୱାଇଟ ହାଉସର ଡାକ୍ତର ଏକ ବଡ ଅପଡେଟ ସାମ୍ନାକୁ ଆଣିଛନ୍ତି । ହ୍ୱାଇଟ ହାଉସର ଚିକିତ୍ସକ ଡାକ୍ତର କେୱିନ ଓ’କନର ଶୁକ୍ରବାର କହିଛନ୍ତି, ଗତ ମାସରେ ବାଇଡେନଙ୍କ ଛାତିରୁ ବାହାରିଥିବା ଘା’ କ୍ୟାନସରର ‘ବେସଲ ସେଲ’ ଥିଲା । ଓ’କନର କହିଛନ୍ତି, ଯାହା ଅନୁମାନ କରାଯାଉଥିଲା କି, ବାୟୋପସିେରେ ସ୍ପଷ୍ଟ କରାଗଲା ଯେ ଛୋଟ ଘା ବେସଲ ସେଲ କାର୍ସିନୋମା ଥିଲା । ସେ କହିଛନ୍ତି ସମସ୍ତ କ୍ୟାନସରଯୁକ୍ତ ଉପକୋକୁ ସଫଳତାପୂର୍ବକ ହଟାଇ ଦିଆଯାଇଛି । ଏବେ ତାଙ୍କୁ କୌଣସି ଚିକିତ୍ସାର ଆବଶ୍ୟକତା ନାହିଁ ।
ଓ’କନର କହିଛନ୍ତି ବେସଲ ସେଲ କାର୍ସିନୋମା ଘା’ ମେଲେନୋମା ଅବା ସ୍କୱେମସ ସେଲ କାର୍ସିନୋମା ଭଳି କୌଣସି ଗୁରୁତର ଚର୍ମ କ୍ୟାନସର ଭଳି ମାଡିଯିବା ଅବା ମେଟାଷ୍ଟସାଇଜ ନୁହେଁ । କିନ୍ତୁ ବେସଲ ସେଲ ନିକଟରେ ଆକାର ବୃଦ୍ଧି କରିବାର କ୍ଷମତା ଥାଏ, ତେଣୁ ତାକୁ ସର୍ଜରୀ ମାଧ୍ୟମରେ ହଟାଇବାକୁ ପଡିଥାଏ । ନଚେତ୍ ସମସ୍ୟା ଗମ୍ଭୀର ହୋଇପାରେ । ଓ’କନର କହିଛନ୍ତି, ବାୟୋପସିର ସ୍ଥାନଟି ଭଲ ଭାବେ ଠିକ ହୋଇଯାଇଛି । ରାଷ୍ଟ୍ରପତି ବାଇଡେନ ନିଜର ବ୍ୟାପକ ସ୍ୱାସ୍ଥ୍ୟ ସେବାର ଅଂଶ ଭାବେ ଚର୍ମ ସମ୍ପର୍କିତ ସତର୍କତା ଜାରି ରଖିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri