Posted inଜାତୀୟ

୧୯ ରାଜ୍ୟରେ ୧୦ ପ୍ରତିଶତରୁ କମ ମହିଳା ବିଧାୟକ…

ନୂଆଦିଲ୍ଲୀ,୧୨।୧୨ : ରାଜନୀତିରେ ମହିଳାମାନଙ୍କର ଅଂଶଗ୍ରହଣ ବୃଦ୍ଧି ବିଷୟରେ ରାଜନୈତିକ ଦଳମାନେ ବହୁତ ଚର୍ଚ୍ଚା କରନ୍ତି, କିନ୍ତୁ ସଂସଦ ଏବଂ ରାଜ୍ୟ ବିଧାନସଭାରେ ସେମାନଙ୍କର ପ୍ରତିନିଧିତ୍ୱ ଏକ ନିରାଶଜନକ ଚିତ୍ର ଉପସ୍ଥାପନ କରିଥାଏ। ବାସ୍ତବତା ହେଉଛି ଦେଶର ୧୯ ଟି ରାଜ୍ୟର ବିଧାନସଭାରେ ମହିଳା ବିଧାୟକଙ୍କ ସଂଖ୍ୟା
୧୦ ପ୍ରତିଶତରୁ କମ ରହିଛି।

ଲୋକସଭାରେ ଆଇନ ଓ ନ୍ୟାୟ ମନ୍ତ୍ରୀ କିରେନ ରିଜିଜୁଙ୍କ ଦ୍ୱାରା ପ୍ରଦତ୍ତ ତଥ୍ୟ ଅନୁଯାୟୀ ଆନ୍ଧ୍ରପ୍ରଦେଶ, ଆସାମ, ଗୋଆ, ଗୁଜରାଟ, ହିମାଚଳ ପ୍ରଦେଶ, କେରଳ, କର୍ନାଟକ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ମଣିପୁର, ଓଡ଼ିଶା , ସିକିମ, ତାମିଲନାଡୁ, ତେଲେଙ୍ଗାନା, ତ୍ରିପୁରା, ପୁଡୁଚେରୀ, ମିଜୋରାମ, ନାଗାଲାଣ୍ଡ, ଅରୁଣାଚଳ ପ୍ରଦେଶରେ ୧୦ ପ୍ରତିଶତରୁ କମ ମହିଳା ବିଧାୟକ ଅଛନ୍ତି।

ତଥ୍ୟ ଅନୁଯାୟୀ, ଯେଉଁ ରାଜ୍ୟଗୁଡିକର ବିଧାନସଭାରେ ୧୦ ପ୍ରତିଶତରୁ ଅଧିକ ମହିଳା ବିଧାୟକ ଅଛନ୍ତି ସେମାନଙ୍କ ମଧ୍ୟରେ ବିହାର (୧୦.୭୦), ଛତିଶଗଡ (୧୪.୪୪), ହରିୟାଣା (୧୦), ଝାଡଖଣ୍ଡ (୧୨.୩୫), ପଞ୍ଜାବ (୧୧.୧୧), ରାଜସ୍ଥାନ (୧୨), ଉତ୍ତରପ୍ରଦେଶ (୧୧.୪୩), ଉତ୍ତରପ୍ରଦେଶ (୧୧.୬୬), ପଶ୍ଚିମବଙ୍ଗ (୧୩.୭୦), ଦିଲ୍ଲୀ (୧୧.୪୩) ରହିଛି।

ସରକାରୀ ତଥ୍ୟ ଅନୁଯାୟୀ, ଲୋକସଭାରେ ମହିଳା ଏମପି ସଂଖ୍ୟା ୧୪.୪୯ ପ୍ରତିଶତ ଏବଂ ରାଜ୍ୟସଭାରେ ୧୪.୦୫ ପ୍ରତିଶତ ରହିଛି।

ଏଥି ସହିତ ସାରା ଦେଶରେ ବିଧାନସଭାରେ ମହିଳା ବିଧାୟକଙ୍କ ହାରାହାରି ସଂଖ୍ୟା ମାତ୍ର ୮ ପ୍ରତିଶତ ରହିଛି। ନିକଟରେ ଅନୁଷ୍ଠିତ ଗୁଜରାଟ ବିଧାନସଭା ନିର୍ବାଚନରେ ଜିତିଥିବା ମହିଳାଙ୍କ ସଂଖ୍ୟା ୮.୨ପ୍ରତିଶତ ହୋଇଥିବାବେଳେ ହିମାଚଳ ପ୍ରଦେଶରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଏଥର କେବଳ ଜଣେ ମହିଳା ପ୍ରାର୍ଥୀ ଜିତିବାରେ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?