ନିର୍ମାଣକୁ ୨ ବର୍ଷ ପୂରିନାହିଁ, ରାସ୍ତା ସାରା ଗର୍ତ୍ତ

ଡେରାବିଶ୍‌,୨୧ା୫ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ବ୍ଲ୍ଳକ ଅଧୀନ ଏଣ୍ଡର ପଞ୍ଚାୟତ ନୀଳକଣ୍ଠପୁରଠାରୁ ଗୋଲରାହାଟ ପର୍ଯ୍ୟନ୍ତ ପଡ଼ିଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ଦୀର୍ଘଦିନ ହେବ ଅବହେଳିତ ଅବସ୍ଥାରେ ରହିଛି। ଏହି ରାସ୍ତା ଡେରାବିଶ ବ୍ଲକ ଅଞ୍ଚଳକୁ ମୁଖ୍ୟ ରାସ୍ତା ହୋଇଥିଲେ ମଧ୍ୟ ଆବଶ୍ୟକ ରକ୍ଷଣାବେକ୍ଷଣ କରାଯାଉନାହିଁ। ୨୦୨୧-୨୨ରେ ଉକ୍ତ ରାସ୍ତାକୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ନିର୍ମାଣ କରାଯାଇଥିଲା। ହେଲେ ନିମ୍ନମାନର କାମ ଯୋଗୁ ଉକ୍ତ ରାସ୍ତା ନିର୍ମାଣର ୨ବର୍ଷ ନ ପୂରୁଣୁ ଗୋଡ଼ି ଉଠି ବିଭିନ୍ନ ସ୍ଥାନରେ ଗର୍ତ୍ତ ସୃଷ୍ଟି ହୋଇଛି। ଏଥିପାଇଁ ଛୋଟ ବଡ଼ ଦୁର୍ଘଟଣା ଘଟୁଛି। ଲୋକେ ଯିବା ଆସିବାକୁ ଭୟ କରୁଛନ୍ତି। ଉକ୍ତ ରାସ୍ତା ନିର୍ମାଣ ପାଇଁ କେତେ ବ୍ୟୟ ଅଟକଳ କରାଯାଇଥିଲା, ରାସ୍ତା କାମ ଆରମ୍ଭ ଓ ଶେଷର ଅବଧି ସମ୍ପର୍କରେ କୌଣସି ସୂଚନା ଫଳକ ମରାଯାଇନାହିଁ। ଫଳରେ ରାସ୍ତା ନିର୍ମାଣ ପାଇଁ ଆସିଥିବା ଅର୍ଥକୁ ଯନ୍ତ୍ରୀ ଓ ଠିକାଦାର ମିଶି ସିଂହଭାଗ ଲୁଟିଛନ୍ତି ବୋଲି ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡେରାବିଶ ପଞ୍ଚାୟତ ସମିତିର ପୂର୍ବତନ ଉପାଧ୍ୟକ୍ଷ ବଟକୃଷ୍ଣ ସାମଲ ଦାବି କରିଛନ୍ତି । ସାମଲଙ୍କ ସୂଚନା ଅନୁଯାୟୀ, ଏହି ରାସ୍ତାର ରକ୍ଷଣାବେକ୍ଷଣ ପାଇଁ ଠିକା ସଂସ୍ଥା ସହ ୫ ବର୍ଷ ଚୁକ୍ତିନାମା ହୋଇଥିଲା। ମାତ୍ର ୨ ବର୍ଷ ମଧ୍ୟରେ ଉକ୍ତ ରାସ୍ତା ମରଣଯନ୍ତା ପାଲଟିଛି।
ଏ ସମ୍ପର୍କରେ ବିଭାଗୀୟ ନିର୍ବାହୀ ଯନ୍ତ୍ରୀଙ୍କଠାରୁ ଆରମ୍ଭ କରି କନିଷ୍ଠ ଯନ୍ତ୍ରୀଙ୍କ ଯାଏ ବାରମ୍ବାର ଅଭିଯୋଗ କରାଯାଉଥିଲେ ମଧ୍ୟ ଏ ଦିଗରେ କୌଣସି ପଦକ୍ଷେପ ନିଆଯାଇ ନ ଥିବା ସାମଲ କହିଛନ୍ତି। ତେବେ ଠିକା ସଂସ୍ଥା ବିଭାଗୀୟ ଚୁକ୍ତିନାମାକୁ ଉଲ୍ଲଂଘନ କରୁଛନ୍ତି। ରାସ୍ତା କାମରେ ସୂଚନା ଫଳକ ଲଗା ନ ଯିବା ଦୁର୍ନୀତିକୁ ସାମ୍‌ନାକୁ ଆଣୁଛି ବୋଲି କଂଗ୍ରେସ ନେତା ରାଜୀବ ଲୋଚନ ମିଶ୍ର କହିଛନ୍ତି। ତୁରନ୍ତ ଏହାର ନିରପେକ୍ଷ ତଦନ୍ତ କରାଯିବା ସହ ରାସ୍ତାର ମରାମତି ପାଇଁ ମିଶ୍ର ଦାବି କରିଛନ୍ତି। ଏ ସମ୍ପର୍କରେ କେନ୍ଦ୍ରାପଡ଼ା ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ରାଜେଶ ପ୍ରଧାନଙ୍କୁ ପଚାରିବାରୁ ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ରାସ୍ତା ଅବସ୍ଥା ସମ୍ପର୍କରେ ଅନୁଧ୍ୟାନ କରାଯିବ। ଏହାପରେ ଯାହା କିଛି ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri