୨୫ ହଜାର ବର୍ଗଫୁଟରୁ କମ୍‌ ଶପିଂ ମଲ୍‌ ଖୋଲିବ

ଭୁବନେଶ୍ୱର, ୭।୭(ବ୍ୟୁରୋ):ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ଅନେକ କଟକଣାକୁ କୋହଳ କରାଯାଇଛି। ଏହି ପରିପ୍ରେକ୍ଷୀରେ ୫%ରୁ ଅଧିକ ସଂକ୍ରମଣ ଥିବା ୧୦ଟି ଜିଲାରେ ପ୍ରାୟ ଦୋକାନ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଥିଲେ ସୁଦ୍ଧା ମଲ୍‌ ଖୋଲିବାକୁ ଅନୁମତି ମିଳିନାହିଁ। ଏହାକୁ ନେଇ ଅନେକ ବ୍ୟବସାୟୀ ଅସନ୍ତୋଷ ପ୍ରକାଶ କରିବା ସହ ସେମାନଙ୍କ ଦୋକାନ ଓ ଶପିଂ କମ୍ପ୍ଲେକ୍ସ ମଲ୍‌ ଅନ୍ତର୍ଭୁକ୍ତ ହେଉ ନ ଥିବାରୁ ଏହାକୁ ଖୋଲିବାକୁ ଅନୁମତି ଦେବା ପାଇଁ ଅନୁରୋଧ କରିଥିଲେ। ମଙ୍ଗଳବାର ବିଏମ୍‌ସି ପକ୍ଷରୁ ଏ ନେଇ ସ୍ପଷ୍ଟୀକରଣ ଦିଆଯାଇଛି। ୨୫ ହଜାର ବର୍ଗଫୁଟରୁ କମ୍‌ କ୍ଷେତ୍ର ଥିବା ଦୋକାନ, ବ୍ୟବସାୟ ପ୍ରତିଷ୍ଠାନ ବା ଶପିଂ କମ୍ପ୍ଲେକ୍ସଗୁଡ଼ିକୁ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଛି। ଯେଉଁ କମ୍ପ୍ଲେକ୍ସଗୁଡିକ ଏକାଧିକ ମହଲାଯୁକ୍ତ ହୋଇଥିବ ତାହାକୁ ଗୋଟିଏ ୟୁନିଟ୍‌ ଭାବେ ବିଚାରକୁ ନିଆଯିବ। ଯଦି ବ୍ୟବସାୟୀ କମ୍ପ୍ଲେକ୍ସ ଗୁଡିକର ଗୋଟିଏ ଅଂଶକୁ ଖୋଲି ତାହାକୁ ୨୫ହଜାର ବର୍ଗଫୁଟରୁ କମ୍‌ ବୋଲି ଦାବି କରନ୍ତି, ତେବେ ତାହାକୁ ଗ୍ରହଣ କରାଯିବ ନାହିଁ। ସେହିପରି ଶପିଂ କମ୍ପ୍ଲେକ୍ସରେ ଥିବା ଅଫିସ୍‌ କମ୍ପ୍ଲେକ୍ସକୁ ମଧ୍ୟ ଗୋଟିଏ କମ୍ପ୍ଲେକ୍ସ ଭାବେ ଗଣାଯିବ। ତେଣୁ ଯେଉଁ ଦୋକାନ, ବ୍ୟବସାୟ ପ୍ରତିଷ୍ଠାନ ବା ଶପିଂ କମ୍ପ୍ଲେକ୍ସର ସମୁଦାୟ କ୍ଷେତ୍ର ସମୁଦାୟ ୨୫ହଜାର ବର୍ଗଫୁଟ ମଧ୍ୟରେ ହୋଇଥିବ କେବଳ ସେମାନେ ବ୍ୟବସାୟ କରିପାରିବେ ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି। ଏହା ବ୍ୟତୀତ ବ୍ୟବସାୟୀ ଓ ଗ୍ରାହକମାନେ ସମସ୍ତ କୋଭିଡ୍‌ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବେ। ସେହିପରି ବ୍ୟବସାୟ ସମୟରେ ସର୍ବାଧିକ ୨୫ ଜଣ ଗ୍ରାହକ ଏକ ସମୟରେ ଦୋକାନରେ ରହିପାରିବେ। ତେବେ ସେମାନଙ୍କ ମଧ୍ୟରେ ୬ଫୁଟର ଦୂରତା ରହିବା ଆବଶ୍ୟକ ବୋଲି ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri