୪୦%ରୁ କମ୍‌ ଗ୍ରାମପଞ୍ଚାୟତରେ ସ୍ଥାୟୀ ବ୍ୟାଙ୍କ

ଭୁବନେଶ୍ୱର,୧୬ା୧୧: ରାଜ୍ୟର ଆର୍ଥିକ ଅଭିବୃଦ୍ଧି ନିମନ୍ତେ ବ୍ୟାଙ୍କଗୁଡ଼ିକ ସବୁକ୍ଷେତ୍ରକୁ ଋଣ ପ୍ରଦାନ ବୃଦ୍ଧି କରିବାକୁ ରାଜ୍ୟ ସରକାରଙ୍କ ବରିଷ୍ଠ ପ୍ରଶାସକ ପ୍ରଦୀପ କୁମାର ଜେନା ମଙ୍ଗଳବାର ଅନୁଷ୍ଠିତ ୧୬୯ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ବୈଠକରେ ଯୋଗଦେଇ ଏଭଳି ମତବ୍ୟକ୍ତ କରିଛନ୍ତି। ସେହିଭଳି ରାଜ୍ୟର ଆର୍ଥିକ ଅନ୍ତର୍ଭୁକ୍ତୀକରଣ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ରହିଛି। ଏପରିକି ସବୁ ଅଞ୍ଚଳରେ ବ୍ୟାଙ୍କିଙ୍ଗ୍‌ ସୁବିଧା ଉପଲବ୍ଧ ନ ଥିବାରୁ ସାଧାରଣ ବ୍ୟାଙ୍କିଙ୍ଗ୍‌ ସୁବିଧାରୁ କେତେକ ଅଞ୍ଚଳର ଜନସାଧାରଣ ବଞ୍ଚତ୍ତ ହେଉଛନ୍ତି ବୋଲି ଜେନା ମତ ପ୍ରକାଶ କରିଛନ୍ତି। ରାଜ୍ୟର ଗ୍ରାମାଞ୍ଚଳ କ୍ଷେତ୍ରରେ ୪୦% ରୁ କମ୍‌ ଗ୍ରାମପଞ୍ଚାୟତରେ ସ୍ଥାୟୀ ବ୍ୟାଙ୍କ ରହିଛି। ଜାତୀୟସ୍ତରରେ ୧ଲକ୍ଷ ଜନସଂଖ୍ୟାରେ ୧୮.୧୨% ସ୍ଥାୟୀ ବ୍ୟାଙ୍କ ଥିବାବେଳେ ଆମ ରାଜ୍ୟରେ ଏହା ୧୩.୦୬% ରହିଛି ା ଏହି ବ୍ୟବଧାନକୁ ଖୁବ୍‌ଶୀଘ୍ର ହ୍ରାସ କରିବା ପାଇଁ ପଦକ୍ଷେପ ନେବାକୁ ଉନ୍ନୟନ କମିଶନର ଜେନା ସମସ୍ତ ବ୍ୟାଙ୍କର ନିୟନ୍ତ୍ରଣ ମୁଖ୍ୟମାନଙ୍କୁ ପରାମର୍ଶ ଦେଇଥିଲେ। ବାର୍ଷିକ ଋଣ ଯୋଜନା ଲକ୍ଷ୍ୟ ହାସଲରେ ବେସରକାରୀ ବ୍ୟାଙ୍କଗୁଡ଼ିକ ସରକାରୀ ବ୍ୟଙ୍କଗୁଡ଼ିକଠାରୁ ଅଧିକ ସଫଳତା ପାଇଛନ୍ତି । ବ୍ୟାଙ୍କଗୁଡ଼ିକ ଏବଂ ଜିଲାପାଳମାନଙ୍କ ମିଳିତ ଉଦ୍ୟମରେ କୃଷିକ୍ଷେତ୍ରରେ ୫୫.୪୦% ଲକ୍ଷ୍ୟ ହାସଲ ହୋଇପାରିଛି ବୋଲି ଉନ୍ନୟନ୍ନ କମିଶନର ମତବ୍ୟକ୍ତ କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଅର୍ଥ ସଚିବ ବିଶାଲ ଦେବ, କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ଏମ୍‌ଏସ୍‌ଏମ୍‌ଇର ପ୍ରମୁଖ ଶାସନ ସଚିବ ଶାଶ୍ବତ ମିଶ୍ର, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶର କମିଶନର ତଥା ଶାସନ ସଚିବ ଏସ୍‌.କେ.ବଶିଷ୍ଠ, ରିଜର୍ଭ ବ୍ୟାଙ୍କ ଭୁବନେଶ୍ବର ଶାଖାର ଆଞ୍ଚଳିକ ନିର୍ଦ୍ଦେଶକ ଏଚ୍‌.ଏନ୍‌.ପଣ୍ଡା, ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଗୋପବନ୍ଧୁ ଶତପଥୀ, ନାବାର୍ଡର ମୁଖ୍ୟ ସାଧାରଣ ପରିଚାଳକ ସି.ଉଦୟ ଭାସ୍କର, ଏସ୍‌ବିଆଇର ମୁଖ୍ୟ ସାଧାରଣ ପରିଚାଳକ ଚନ୍ଦର ଶେଖର ଶର୍ମା, ଏସ୍‌ଏଲ୍‌ବିସିର ଅଧ୍ୟକ୍ଷ ତଥା ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଏବଂ ମୁଖ୍ୟ କାର୍ଯ୍ୟନିର୍ବାହୀ ସୋମାଶଙ୍କର ପ୍ରସାଦ ପ୍ରମୁଖ ଉପସ୍ଥିତ ରହି ସୁଚିନ୍ତିତ ମତାମତ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri