ଦୈନିକ ସଂକ୍ରମଣ ୮ ହଜାରରୁ କମ୍‌…

ନୂଆଦିଲ୍ଲୀ,୨୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ୮ ହଜାର ତଳେ ରହିଛି। ଗୋଟିଏ ଦିନ ପୂର୍ବରୁ ଏହା ୯ ହଜାର ତଳେ ଥିଲା। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୭ ହଜାର ୫୭୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ୫୪୩ ଦିନ ପରେ ଏହା ସର୍ବନିମ୍ନ ରହିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୩୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୧୨ ହଜାର ୨୦୨ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୮ ପ୍ରତିଶତ ରହିଛି।

ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୧୩ ହଜାର ୫୮୪ ରହିଛି। ୫୩୬ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୯୪ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୯୮ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୩୩ ପ୍ରତିଶତରେ ପହଞ୍ଚିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୬୬ ହଜାର ୧୪୭ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୫ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୧୧୭ କୋଟି ୬୩ ଲକ୍ଷ ୭୩ ହଜାର ୪୯୯ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୭୧ ଲକ୍ଷ ୯୨ ହଜାର ୧୫୪ ଜଣଙ୍କୁ ଟିକାଦାନ କରାଯାଇଛି। ସେହିପରି ଇତିମଧ୍ୟରେ ୬୩ କୋଟି ୩୪ ଲକ୍ଷ ୮୯ ହଜାର ୨୩୯ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ଗତ ୨୪ ଘଣ୍ଟାରେ ୯ ଲକ୍ଷ ୬୪ ହଜାର ୯୮୦ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି ବୋଲି ଆଇସିଏମ୍‌ଆର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୯ ଲକ୍ଷ ୪୬ ହଜାର ୭୪୯ ଲୋକ ସୁସ୍ଥ ହୋଇସାରିଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

କେରଳରେ ଗତ ୨୪ ଘଣ୍ଟାରେ ୩,୬୯୮ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଦୈନିକ ମୃତ୍ୟୁ ସଂଖ୍ୟା ୭୫ ରହିଛି। ସେହିପରି ରାଜ୍ୟରେ ଏହି ସମୟ ମଧ୍ୟରେ ୭,୫୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ…

ଏବେ କିଏ ନେବେ CJPର ନେତୃତ୍ୱ? ଏକ୍ସରେ ଅଭିଜିତ ଦୀପକେ କହିଲେ ‘ବର୍ତ୍ତମାନ…’

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ପୋଲିସ ଦ୍ୱାରା ଦଳର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଅଟକ ରଖାଯିବା ପରେ ‘କକରୋଚ ଜନତା ପାର୍ଟି’ (CJP)…

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?