ନିର୍ମାଣର ମାସେ ନ ପୂରୁଣୁ ଭାଙ୍ଗିଲା ବର୍ଷା ଜଳ ଅମଳ ପ୍ରକଳ୍ପ

ଚମ୍ପୁଆ, ୨୨।୬(ଡି.ଏନ.ଏ.) – ବର୍ଷା ଜଳକୁ ସଂରକ୍ଷଣ କରିବା ଓ ଭୂତଳ ଜଳସ୍ତରକୁ ବୃଦ୍ଧି କରିବା ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ଯୋଜନା ତଥା ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଓଡିଶା ସରକାରଙ୍କ ପକ୍ଷରୁ ଚମ୍ପୁଆ ଏନ୍‌ଏସିରେ ୧୦୦ ରୁ ଉର୍ଦ୍ଧ୍ୱ ବର୍ଷା ଜଳ ଅମଳ ପ୍ରକଳ୍ପ ନିର୍ମାଣ କରାଯାଇଛି। ମାତ୍ର ନିର୍ମାଣର ମାସେ ନ ପୁରୁଣୁ ଅନେକ ପ୍ରକଳ୍ପ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛ। ପ୍ରକଳ୍ପ ନିର୍ମାଣ ସମୟରେ ବିଭାଗୀୟ ଯନ୍ତ୍ରୀ ଉପସ୍ଥିତ ରହୁ ନଥିବାରୁ ଏପରି ପରିସ୍ଥିତି ଉପୁଜିଥିବା ସାଧାରଣରେ ଚର୍ଚ୍ଚା ହେଉଛି। ସୂଚନା ଯୋଗ୍ୟ, ଚମ୍ପୁଆ ଏନଏସିରେ ଆର୍ଥତ୍କ ବର୍ଷ ୨୦୨୨-୨୩ ନିମନ୍ତେ ୩୦ ହଜାର ଅଟକଳ ବ୍ୟୟରେ ୧୦୦ରୁ ଉର୍ଦ୍ଧ୍ୱ ବର୍ଷା ଜଳ ଅମଳ ପ୍ରକଳ୍ପ ନିର୍ମାଣ କରାଯାଇଛି। ଏହି ନର୍ମାଣ କାର୍ଯ୍ୟ ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟ ନେଇ ପ୍ରଦାନ କରାଯାଇଥିବା ବେଳେ ବିଧାୟିକା ମିନାକ୍ଷୀ ମହାନ୍ତ ଓ ଏନ୍‌ଏସି ଚେୟାରମ୍ୟାନ୍‌ ଗିରିଜା ଶଙ୍କର ସାହୁ ୧୩ ଗୋଟି ୱାର୍ଡରେ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ। ମାତ୍ର ଅନେକ ସ୍ଥାନରେ ବର୍ଷା ନ ହେଉଣୁ ଏହା ଭାଙ୍ଗିଗଲାଣି। ଫଳରେ ପ୍ରକଳ୍ପର ସ୍ଥାୟୀତ୍ୱ ଏବଂ ବର୍ଷା ଜଳ ଅମଳ କେତେ ସଫଳ ହେବ ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏ ନେଇ ବିଭାଗୀୟ ଯନ୍ତ୍ରୀ ରଞ୍ଜନ ମହାକୁଡ଼ କହିଛନ୍ତି, ଯେଉଁ ଗୁଡିକ ଭାଙ୍ଗି ଯାଇଛି ତାହା ବିଲ୍‌ ହୋଇନାହିଁ ଏବଂ ସଂପୃକ୍ତ ଗୋଷ୍ଠୀଙ୍କୁ ତାହା ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳଚଞ୍ଚଳ ଚାଷୀ: ଲଗାଣ ବର୍ଷାରେ ଜମିରେ ବୁଡ଼ିଲା ବିହନ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ):ଲଘୁଚାପଜନିତ ବର୍ଷା ଶୁକ୍ରବାରଠାରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ଆରମ୍ଭ ହୋଇଛି l ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଚାଷୀକୁଳ l ଯେହେତୁ ଗତ କିଛି ଦିନ ତଳେ…

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ମହିଳା ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର…

ମଣ୍ଡିରୁ ଧାନ ଉଠାଅ, ଚାଷୀଙ୍କୁ ପ୍ରାପ୍ୟ ଦିଅ: ଦାବି ପୂରଣ ନ ହେଲେ ଆନ୍ଦୋଳନ

ବରଗଡ଼,ପ୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ମାସ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ଟୋକନ ତ୍ରୁଟି…

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

ପରିବେଶର ସନ୍ତୁଳନ ରକ୍ଷା ନିହାତି ଆବଶ୍ୟକ: ଔଷଧୀୟ ଚାରା ରୋପଣ

ଦିଗପହଣ୍ଡି,୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୭ତମ ବନ ମହୋତ୍ସବ ସପ୍ତାହ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri