ମରାମତିକୁ ମାସେ ନ ପୂରୁଣୁ ପିଚୁ ଉଠିଲା

ନାଉଗାଁ,୧୦।୪(ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ ଶିଖରଘାଟ-ବାଲିଭଉଁରୀ ପୂର୍ତ୍ତ ବିଭାଗ ରାସ୍ତାରୁ ସାରେଇକୂଳ ଦେଇ ଅଙ୍ଗେଶ୍ୱରପଡାକୁ ସଂଯୋଗ କରୁଥିବା ରାସ୍ତା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ନିର୍ମାଣ ହୋଇଛି। ଏହି ରାସ୍ତା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ରହିଛି। ଗତ ମାସେ ତଳେ ବିଭାଗ ପକ୍ଷରୁ ଏହାକୁ ମରାମତି କରାଯାଇଛି। ମାତ୍ର ମାସେ ନ ପୂରୁଣୁ ରାସ୍ତାର ଶିଖର ମଣ୍ଡିରୁ ପିଚୁ ଉଠିଯାଇଛି। ଏହି ମରାମତି କାମ ନିମ୍ନମାନର ହୋଇଥିବା ନେଇ ସାଧାରଣରେ ଅଭିଯୋଗ ହୋଇଛି।
ଗ୍ରାମ୍ୟ ଉନ୍ନୟନ ବିଭାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ୨୪୦୦ ମିଟର ରାସ୍ତା ପାଇଁ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ କରାଯାଇଛି। ମାର୍ଚ୍ଚରେ କାମ ଶେଷ ହୋଇଥିଲା। ମାତ୍ର ଏବେ ରାସ୍ତାରୁ ପିଚୁ ଉଠିଯିବାରୁ ପୁନର୍ବାର ଖାଲଖମାରେ ପୂର୍ଣ୍ଣ ହେବା ଆଶଙ୍କା ସୃଷ୍ଟି ହୋଇଛି। ବର୍ଷା ଦିନେ ଏହି ପିଚୁ ଧୋଇଯିବ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଏହି ବାଟ ଦେଇ ପିଲାମାନେ ଅଙ୍ଗେଶ୍ୱରପଡା ଉଚ୍ଚ ବିଦ୍ୟାଳୟକୁ ପଢ଼ିବା ପାଇଁ ଯାଇଥାନ୍ତି। ସାରେଇକୂଳ ଦେଇ ଗଙ୍ଗଦାହାଟ, ଗାରୋଇ, ମାଛଗାଁ  ଆଦିରୁ ବିଭିନ୍ନ ଯାତ୍ରୀବାହୀ ଓ ମାଲ୍‌ବାହୀ ଗାଡି ଯାତାୟାତ କରିଥାଏ। ଏନେଇ ବର୍ଷାଦିନ ପୂର୍ବରୁ ଉକ୍ତ ରାସ୍ତାକୁ ମରାମତି କରିବା ପାଇଁ ସାଧାରଣରେ ଦାବି ହୋଇଛି।
ଏ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ରମାକାନ୍ତ ମିଶ୍ର କୁହନ୍ତି, ରାସ୍ତା କାର୍ଯ୍ୟ ସମୟରେ ଶିଖରଠାରେ ଥିବା ବା ଧାନ ମଣ୍ଡିରୁ ଧାନ ଗାଡି ଯିବା ଆସିବା ଫଳରେ ସେଠାରୁ ପିଚୁ ଉଠିଯାଇଛି। ଏନେଇ ପୁନର୍ବାର ରାସ୍ତା କାର୍ଯ୍ୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri