କମିଲା ଶୀତ, ବଢ଼ିଲା ତାପମାତ୍ରା: ଏହି ଦିନ ପର୍ଯ୍ୟନ୍ତ ଘନ କୁହୁଡି

ଭୁବନେଶ୍ୱର,୨୨ା୧(ଅନୁରାଧା ମହାରଣା):ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ୧ରୁ ୨ ଡିଗ୍ରୀ ବୃଦ୍ଧି ପାଇଛି। ଆସନ୍ତା ୨୪ ଘଣ୍ଟା ପରେ ରାତି ତାପମାତ୍ରା ମଧ୍ୟ ବଢ଼ିବାର ସମ୍ଭାବନା ରହିଛି। ପଶ୍ଚିମା ଝଡ଼ର ସକ୍ରିୟ ପ୍ରଭାବରେ ଓଡ଼ିଶାକୁ ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରିବ। ଫଳରେ ରାଜ୍ୟରେ ତାପମାତ୍ରା ଉପରମୁହାଁ ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି। ଆସନ୍ତା ୪ ଦିନରେ ଉଭୟ ସର୍ବନିମ୍ନ ଓ ସର୍ବାଧିକ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାର ସବୁ ଜିଲାରେ ତାପମାତ୍ରା ବଢିବ। ତାତି ବଢିବା ସହ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିବ। ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ ୪ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ମଧ୍ୟରେ କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ ଓ ଖୋର୍ଦ୍ଧା ଜିଲା ରହିଛି। ୨୪ ତାରିଖରେ ଘନ କୁହୁଡ଼ି ନେଇ କଟକ, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁରକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ନେଇ ସତର୍କ କରାଯାଇଛି। ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ ଏବଂ କଳାହାଣ୍ଡିରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ

ସାର୍ବଭୌମତ୍ୱ ଉଲ୍ଲଂଘନକୁ ଏକ ଦେଶର ଆଞ୍ଚଳିକ ଅଖଣ୍ଡତାର ଉଲ୍ଲଂଘନ କିମ୍ବା ସରକାରୀ କାର୍ଯ୍ୟରେ ହସ୍ତକ୍ଷେପ ବୋଲି କୁହାଯାଏ। ଜଣେ ଆତ୍ମସମର୍ପଣ କରେ ଯେତେବେଳେ ସେ ବିନା ପ୍ରତିରୋଧରେ…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

Video: ଦର୍ଶକଙ୍କ ମନ ଚୋରି କଲେ ନୋରା, ବାନ୍ଧି ରଖିଲେ ବାଦଶାହା

ନୂଆଦିଲ୍ଲୀ,୮।୨: ଟି-୨୦ ବିଶ୍ୱକପ ୨୦୨୬ ଶନିବାର, ଫେବୃଆରୀ ୭ରେ ଆରମ୍ଭ ହୋଇଥିଲା। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯାଇଥିଲା, ଯେଉଁଥିରେ ଟିମ ଇଣ୍ଡିଆ ଏବଂ ଆମେରିକା…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ବିଦେଶରେ ଭାରତୀୟ ଛାତ୍ରଙ୍କ ଉପରେ ମରଣାନ୍ତକ ଆକ୍ରମଣ

ମସ୍କୋ,୮।୨: ଋଷର ବାଶକୋର୍ଟୋସ୍ତାନ ଗଣରାଜ୍ୟରେ ଶନିବାର ବିଦେଶୀ ଛାତ୍ରଙ୍କ ପାଇଁ ଏକ ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ଛୁରୀ ଆକ୍ରମଣରେ ଚାରି ଜଣ ଭାରତୀୟ ଛାତ୍ରଙ୍କ ସମେତ ଛଅ ଜଣ…

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri