ଡଙ୍ଗାବୁଡ଼ି ଘଟଣାରୁ ମିଳୁନାହିଁ ଶିକ୍ଷା

କେନ୍ଦ୍ରାପଡ଼ା ଅଫିସ,୨୮ା୪: କେନ୍ଦ୍ରାପଡ଼ା ଜିଲା ଏକମାଣିଆ କେରଡାଗଡ଼ ବ୍ରାହ୍ମଣୀ ଫେରିଘାଟରେ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଯାଇଥିବା ଭୁଟୁଭୁଟି ଗୁରୁବାର ବୁଡ଼ିଗଲା। ଏହି ଦୁର୍ଘଟଣାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଥିବା ବେଳେ ନାଉରିଆ ନିଖୋଜ ଅଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘଟଣାରେ ଦୁଃଖ ପ୍ରକାଶ କରି ଉଭୟ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ପ୍ରଦାନ ପାଇଁ ଘୋଷଣା କରିଛନ୍ତି। ତେବେ ୨୦୨୨ ଜୁନ ୧୬ରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଥାନା ଅଧୀନ ଅଞ୍ଚଳର ଏକ ମାଛଧରା ଟ୍ରଲର ବୁଡ଼ି ଯାଇଥିଲା। ୨୦୨୦ ଜୁନ ୧୯ରେ ମହାକାଳପଡ଼ା ବ୍ଲକ ପୀତାପାଟ ନିକଟରେ ଡଙ୍ଗା ଓଲଟି ପଡ଼ିଥିଲା। ଏଥିରେ ଥିବା ୫ ଶ୍ରମିକ କୌଣସି ପ୍ରକାର ଜୀବନ ବଞ୍ଚାଇ ପାରିଥିଲେ। ଏହି ସ୍ଥାନରେ ୨୦୧୩ ମସିହା ମାର୍ଚ୍ଚ ୧ରେ ଡଙ୍ଗାବୁଡ଼ି ଘଟଣାରେ ଜଗତ୍‌ସିଂହପୁର ଜିଲାର ୧୩ କିଶୋର କ୍ରିକେଟ ଖେଳାଳିଙ୍କ ଜୀବନ ଯାଇଥିଲା। ସେହିପରି ୨୦୧୯ ଜାନୁୟାରୀ ୨ରେ ନିପାଣିଆଠାରେ ଡଙ୍ଗା ବୁଡ଼ି ଘଟଣାରେ ୧୦ ମହିଳା ଓ ଶିଶୁଙ୍କ ପ୍ରାଣହାନି ହୋଇଥିଲା। ଏତେସବୁ ଡଙ୍ଗାବୁଡ଼ି ଘଟଣାରେ ଜିଲା ପ୍ରଶାସନକୁ କୌଣସି ଶିକ୍ଷା ମିଳିବା ପରି ଜଣାପଡୁନାହିଁ। ଜିଲାର ୬୩ ଘାଟରେ ଅନବରତ ଡଙ୍ଗା ଚାଲିଥିବା ବେଳେ ଶତାଧିକ ଘାଟ ଅଛି। ବିନା ଲାଇଫ୍‌ ଜ୍ୟାକେଟ୍‌ରେ ଡଙ୍ଗାରେ ଯାତ୍ରୀ ପରିବହନ କରାଯାଉଛି। ନିରାପଦ ଯାତ୍ରା ପାଇଁ ବୋଟ୍‌ ରୁଲ୍‌ସ ହୋଇଥିଲେ ମଧ୍ୟ ମାଛଧରା ବୋଟ୍‌ରେ ଯାତ୍ରୀ ପରିବହନ ଜିଲାବାସୀଙ୍କ ଜୀବନମରଣ ସମସ୍ୟା ହୋଇଛି।
ଏ ସମ୍ପର୍କରେ ସାମାଜିକ କର୍ମୀ ପ୍ରତାପ କୁମାର ପାଢ଼ୀ କହିଛନ୍ତି ଯେ, ପଦନୀପାଳ, ଏକମାଣିଆ, ସିଂହଗଁା, ବତିଘର ଆଦି ୧୭ ପଞ୍ଚାୟତ ଅଦ୍ୟାବଧି ନଦୀ ଘେରାବନ୍ଦୀରେ ଅଛି। ଜାତୀୟ ଉଦ୍ୟାନ ଭିତରକନିକା ଅଞ୍ଚଳରେ ଥିବା ହୁକିଟୋଲା, ହାବେଳିଖଟି, ବତିଘର, ବରୁଣେଇ ଆଦି ପର୍ଯ୍ୟଟନସ୍ଥଳକୁ ବିପଜ୍ଜନକ ଭାବେ ପର୍ଯ୍ୟଟକ ଡଙ୍ଗା, ଭୁଟୁଭୁଟି, ମାଛଧରା ବୋଟ୍‌ ଆଦିରେ ଯାଉଛନ୍ତି। ନୌକା ଅଥବା ଦେଶୀ ଡଙ୍ଗା ସ୍ଥାନୀୟ ଅଞ୍ଚଳରେ ଯାତାୟାତ ମାଧ୍ୟମ ହୋଇଥିଲେ ମଧ୍ୟ ରାଜ୍ୟ ସରକାରଙ୍କ ୨୦୦୪ ମସିହାର ବୋଟ୍‌ ରୁଲ୍‌ସ କାର୍ଯ୍ୟକାରୀ ହେଉନାହିଁ। ଲାଇଫ ଜ୍ୟାକେଟ୍‌ ନ ଥାଇ ପର୍ଯ୍ୟଟକ ଓ ଯାତ୍ରୀ ଡଙ୍ଗାରେ ଯାଉଛନ୍ତି। ଫଳରେ ନୌପରିବହନ ଏବେ ବିପଜ୍ଜନକ ହୋଇଛି। ସାମାଜିକ କର୍ମୀ ରଶ୍ମିରଞ୍ଜନ ସ୍ବାଇଁ କହିଛନ୍ତ, ରାଜ୍ୟ ସରକାରଙ୍କ ବୋଟ୍‌ ରୁଲ୍‌ସ ଅନୁଯାୟୀ, ଜିଲାରେ ଥିବା ଅଧିକାଂଶ ବୋଟ୍‌, ଡଙ୍ଗା ଓ ଏହାର ଚାଳକ ବୀମାଭୁକ୍ତ ହୋଇନାହାନ୍ତି। ଏପରି କି ଫିଟ୍‌ନେସ୍‌ ନ ଥିବା ବୋଟ୍‌ରେ ଯାତ୍ରୀ ଯାତାୟାତ କରୁଛନ୍ତି। କୌଣସି କାରଣରୁ ଡଙ୍ଗାବୁଡ଼ି ହେଲେ ମୃତ ଯାତ୍ରୀଙ୍କୁ କ୍ଷତିପୂରଣ ମିଳିବା ସମ୍ଭବ ନୁହେଁ। ଏବେ ୬୦ରୁ ଊର୍ଦ୍ଧ୍ୱ ବୋଟ୍‌ ଫିଟ୍‌ନେସ୍‌ ନ ଥାଇ ଜାତୀୟ ଉଦ୍ୟାନ ମଧ୍ୟରେ ଚାଲୁଛି। ରାଜନଗର ବ୍ଲକ ଗୁପ୍ତିର ନରେନ୍ଦ୍ର କୁମାର ଦାସ କୁହନ୍ତି, ଜାତୀୟ ଉଦ୍ୟାନ ମଧ୍ୟରେ ୧୭୦୦ରୁ ଊର୍ଦ୍ଧ କୁମ୍ଭୀର ଅଛନ୍ତି। ଏହି ଅଞ୍ଚଳକୁ ଗୁପ୍ତି, ଚାନ୍ଦବାଲି, ଖୋଳା, ଜୟନଗର, ଖରିନାସୀ, ବାହାକୁଦ, ଜମ୍ବୁ ଅଞ୍ଚଳରୁ ବୋଟ ଆତଯାତ ହେଉଛି। ଏଥିରେ କେତେଜଣ ନାବାଳକ ଚାଳକ ହୋଇଥିବା ଲକ୍ଷ୍ୟ କରାଯାଇଛି। ଅର୍ଥ ଲୋଭରେ ଅଧିକ ଯାତ୍ରୀ ଡଙ୍ଗା ଅଥବା ବୋଟ୍‌ରେ ପରିବହନ ହେଉଥିଲେ ମଧ୍ୟ କୌଣସି ସରକାରୀ କଟକଣା ନାହିଁ। ମହାକାଳପଡ଼ାର ବିଭୂତି ଭୂଷଣ ରାଉତ କହିଛନ୍ତି, ସେତୁ ନିର୍ମାଣରେ ଅହେତୁକ ବିଳମ୍ବ ଡଙ୍ଗାବୁଡ଼ିର କାରଣ ହୋଇଛି। ବାହାକୁଦ ଓ ଖରିନାସୀ ସେତୁ ଅଦ୍ୟାବଧି ନିର୍ମାଣ ଶେଷ ହୋଇନାହିଁ। ସେହିପରି ବର୍ଷା ଋତୁରେ ଜିଲାର ଅଧିକାଂଶ ସ୍ଥାନରେ ଡଙ୍ଗା ହିଁ ଯାତାୟାତର ମାଧ୍ୟମ ହୋଇଛି। ପ୍ରତିଦିନ ଡଙ୍ଗାରେ ଅଞ୍ଚଳବାସୀ ଯାତାୟାତ କରୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ତଦାରଖ ହେଉ ନ ଥିବା ସେ ଦର୍ଶାଇଛନ୍ତି। ଏ ସମ୍ପର୍କରେ ଏଡିଏମ୍‌ ପୀତାମ୍ବର ସାମଲ କହିଛନ୍ତି, ଦେଶୀ ଡଙ୍ଗା ଓ ବୋଟ୍‌ ଚାଳକଙ୍କୁ ନେଇ ସଚେତନତା କାର୍ଯ୍ୟକ୍ରମ ହେଉଛି। ନିୟମ ବହିର୍ଭୂତ କୌଣସି ଡଙ୍ଗା ଅଥବା ବୋଟ୍‌ ନଦୀରେ ଯାତାୟାତ କଲେ ଜିଲା ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?