ବିପଦସଙ୍କୁଳ ଅଙ୍ଗନଓ୍ବାଡି କେନ୍ଦ୍ରରେ ପାଠପଢ଼ା

ଗୋପ,୫।୨(ଡି.ଏନ୍‌.ଏ): ଗୋପ ବ୍ଲକରେ ଅନେକ ଅଙ୍ଗନଓ୍ବାଡି କେନ୍ଦ୍ର ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଛି। ଇତିମଧ୍ୟରେ ଧାର୍ଯ୍ୟ ସମୟସୀମା ଶେଷ ହୋଇଯାଇଥିଲେ ସୁଦ୍ଧା ଅନେକ ଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇପାରିନାହିଁ। ଫଳରେ କୋମଳମତି ଶିଶୁମାନେ ବିପଦସଙ୍କୁଳ ଗୃହରେ ପାଠ ପଢିବାକୁ ବାଧ୍ୟ ହେଉଛନ୍ତି। ଏ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ସୂଚନା ଅନୁଯାୟୀ, ଗୋପ ବ୍ଲକର ୩୧ଟି ପଞ୍ଚାୟତରେ ୨୨୪ଟି ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣ ଲାଗି ପ୍ରଶାସନ ପକ୍ଷରୁ ଅନୁମୋଦନ ମିଳିଥିଲା। ପ୍ରତ୍ୟେକ କେନ୍ଦ୍ର ନିର୍ମାଣ ପାଇଁ ୭ଲକ୍ଷ ଟଙ୍କା ବ୍ୟୟ ଅଟକଳ ପରେ ସରକାରଙ୍କ ପକ୍ଷରୁ ଅର୍ଥ ମଞ୍ଜୁର ହୋଇଥିଲା। ଏହାପରେ ବିଭିନ୍ନ ପଞ୍ଚାୟତରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇଥିଲା। ତେବେ ଏପର୍ଯ୍ୟନ୍ତ ୧୧୬ଟି କେନ୍ଦ୍ର ନିର୍ମାଣ ସରିଛି। ୮ଟି କେନ୍ଦ୍ର ମଧ୍ୟରୁ କେତୋଟି ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଥିବାବେଳେ ଆଉ କେତୋଟିର କାମ ଆଦୌ ଆରମ୍ଭ ହୋଇନାହିଁ। ଏଥିଯୋଗୁ ସମ୍ପୃକ୍ତ କେନ୍ଦ୍ରର ଶିଶୁମାନେ ଭଙ୍ଗାଘରେ, ଅଙ୍ଗନଓ୍ବାଡ଼ିକର୍ମୀଙ୍କ ଘରବାରଣ୍ଡାରେ କିମ୍ବା ପଲିଥିନ୍‌ ତଳେ ପାଠ ପଢୁଥିବା ଦେଖିବାକୁ ମିଳିଛି। ଏ ନେଇ ସମ୍ପୃକ୍ତ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ କରିବା ସହ ବ୍ଲକ ପ୍ରଶାସନର ଦାୟିତ୍ୱହୀନତାକୁ ଦୋଷ ଦେଇଛନ୍ତି।

ଗତ ୨୦ ତାରିଖରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଅନୁଷ୍ଠିତ ବୈଠକରେ ପୁରୀ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ନୀତିରଞ୍ଜନ ସେନ ଯୋଗଦେଇ ଜାନୁୟାରୀ ୩୧ ସୁଦ୍ଧା କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ତାହା ପାଣିର ଗାର ପାଲଟିଛି। ସମନ୍ବିତ ମହିଳା ଶିଶୁ ବିକାଶ ଓ ବ୍ଲକ କାର୍ଯ୍ୟାଳୟ ମଧ୍ୟରେ ସମନ୍ବୟର ଅଭାବ ଯୋଗୁ ଏପରି ପରିସ୍ଥିତି ସୃଷ୍ଟି ହୋଇଥିବା ସାଧାରଣରେ ଆଲୋଚନା ହେଉଛି। ଏ ସମ୍ପର୍କରେ ପ୍ରକଳ୍ପ ନିର୍ଦ୍ଦେଶକ ସେନଙ୍କୁ ପଚାରିବାରେ କହିଛନ୍ତି, ତୁରନ୍ତ ସମ୍ପୃକ୍ତ କେନ୍ଦ୍ରଗୁଡ଼ିକର ଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲି। କିନ୍ତୁ ଏପର୍ଯ୍ୟନ୍ତ ତାହା ହୋଇପାରି ନ ଥିବା ଜାଣିବାକୁ ପାଇଛି। ତେଣୁ ଏ ଦିଗରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?